ଅସୀମାଙ୍କ ଗୀତରେ ମତୁଆଲା ଦର୍ଶକ

ଚଣ୍ଡିଖୋଲ,୧୮।୨(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ୍‌ ଅଧୀନ ଚଣ୍ଡିଖୋଲ ମହାବିନାୟକ ପୀଠରେ ୩ ଦିନ ଧରି ଚାଲୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ମଙ୍ଗଳବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ସାଂସ୍କୃତିକ ପରିଷଦ ସଭାପତି ପବିତ୍ର କୁମାର ରାଉତଙ୍କ ଅଧ୍ୟକ୍ଷତା ଓ ପ୍ରମୋଦ କୁମାର ଜେନାଙ୍କ ସଞ୍ଚାଳନରେ ଆୟୋଜିତ ଉଦ୍‌ଯାପନୀ ସାରେ ଯାଜପୁର ରୋଡ୍‌ ଏସ୍‌ଡିପିଓ ଶରତ ଚନ୍ଦ୍ର ପାତ୍ର ମୁଖ୍ୟ ଅତିଥି, ଦର୍ପଣ ତହସିଲଦାର ମାନସ କୁମାର ତ୍ରିପାଠୀ ମୁଖ୍ୟବକ୍ତା, ବଡ଼ଚଣା ବିଡିଓ ରବୀନ୍ଦ୍ର କୁମାର ପ୍ରଧାନ ଓ ଜିଲା ପରିଷଦ ସଭ୍ୟ ଅରବିନ୍ଦ ସାମଲ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ବ୍ୟକ୍ତି ବିଶେଷ ଓ ଅନୁଷ୍ଠାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଓଡ଼ିଶାର ସୁନାମ ଧନ୍ୟ କଣ୍ଠଶିଳ୍ପୀ ଅସୀମା ପଣ୍ଡାଙ୍କ ସଙ୍ଗୀତର ଯାଦୁରେ ଉପସ୍ଥିତ ଦର୍ଶକ ମତୁଆଲା ହୋଇଥିଲେ। ବହୁ ଦର୍ଶକ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ। ସାଂସ୍କୃତିକ ପରିଷଦର ସମ୍ପାଦକ ହରି ଶଙ୍କର ପଣ୍ଡା ଧନ୍ୟବାଦ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri