ରବୀନ୍ଦ୍ର ମଣ୍ଡପରେ ହେମାମାଳିନୀଙ୍କ ଭାରତନାଟ୍ୟମ ନୃତ୍ୟରେ ଦର୍ଶକ ବିମୋହିତ, ହେମା କହିଲେ…

ଭୁବନେଶ୍ୱର,୧୫।୩:(ସୌମ୍ୟରଞ୍ଜନ ରାଉତ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ବୃନ୍ଦାବନ ଗୁରୁକୁଳର ମିଳିତ ଆନୁକୂଲ୍ୟରେ ବୃନ୍ଦାବନ ମହୋତ୍ସବ ଶୁକ୍ରବାର ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମର ପ୍ରାରମ୍ଭରେ ନୃତ୍ୟଶିଳ୍ପୀ ହେମାମାଳିନୀ, ସଂଗୀତଜ୍ଞ ହରିପ୍ରସାଦ ଚୌରସିଆ, ନୃତ୍ୟଶିଳ୍ପୀ ଅରୁଣା ମହାନ୍ତି, ରତିକାନ୍ତ ମହାପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପ୍ରମୁଖ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଅନୁଷ୍ଠାନିକ ଭାବରେ କାର୍ଯ୍ୟକ୍ରମକୁ ଆରମ୍ଭ କରିଥିଲେ। ଏହି ମହୋତ୍ସବରେ ମଥୁରାର ଏମ୍‌ପି, ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ହେମାମାଳିନୀ ଭାରତନାଟ୍ୟମ ନୃତ୍ୟ ପରିବେଷଣ କରିଥିଲେ। ସର୍ବପ୍ରଥମେ “ପୁଷ୍ପାଞ୍ଜଳି”, “ଗଣେଶ ଆରାଧନା”,”ଲକ୍ଷ୍ମୀ ସ୍ତୁତି”ରେ ନୃତ୍ୟଶିଳ୍ପୀ ହେମାମାଳିନୀ ନୃତ୍ୟ ଆରମ୍ଭ କରିଥିଲେ। ପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ “ଆଜି ବଡ଼ଦାଣ୍ଡ ଭିଡ଼ ଭାରି, ଗୁଣ୍ଡିଚା ଯାତରା କରି” ଭଜନରେ ହେମାମାଳିନୀଙ୍କ ଦ୍ୱାରା ପରିବେଷିତ ନୃତ୍ୟ ଦର୍ଶକମାନଙ୍କୁ ବିମୋହିତ କରିଥିଲା। ଏଥିସହ ଜୟଦେବଙ୍କ “ଗୀତଗୋବିନ୍ଦ” ଉପରେ ଆଧାରିତ ହେମାଙ୍କ ନୃତ୍ୟ ବିଶେଷ ଆକର୍ଷଣ ରହିଥିଲା। ହେମାମାଳିନୀଙ୍କ ସହିତ ନାଟ୍ୟବିହାର କଳାକେନ୍ଦ୍ରର ନୃତ୍ୟଶିଳ୍ପୀମାନେ ମଧ୍ୟ ନୃତ୍ୟ ପରିବେଷଣ କରିଥିଲେ। ବୃନ୍ଦାବନ ଗୁରୁକୁଳର ଶିଷ୍ୟମାନଙ୍କ ବଂଶୀ ଓ ତବଲା ବାଦନ ମଧ୍ୟ ବେଶ ହୃଦୟସ୍ପର୍ଶୀ ହୋଇପାରିଥିଲା। ଏହି ଅବସରରେ ନୃତ୍ୟଶିଳ୍ପୀ ହେମାମାଳିନୀ କହିଥିଲେ ଯେ, “ଓଡ଼ିଶା ହେଉଛି ସମୃଦ୍ଧ କଳା, ସଂସ୍କୃତି ଓ ଐତିହ୍ୟର ଭୂମି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଭୂମିକୁ ଆସି ନୃତ୍ୟ ପରିବେଷଣ କରି ମୁଁ ଅତ୍ୟନ୍ତ ଆନନ୍ଦିତ। ଓଡ଼ିଶାର ସଂଗୀତ, ନୃତ୍ୟ, ଖାଦ୍ୟ, ବସ୍ତ୍ର, କଳା, ସାହିତ୍ୟ, ସଂସ୍କୃତି, ପରମ୍ପରା, ଐତିହ୍ୟ ସବୁକିଛି ବେଶ ନିଆରା”। ଏଥିସହ ଆଜିର କାର୍ଯ୍ୟକ୍ରମରେ ଦର୍ଶକମାନଙ୍କ ମଧ୍ୟରେ ରହିଥିବା ଉତ୍ସାହ ପରିଲକ୍ଷିତ କରି ସେ ବେଶ ଆନନ୍ଦିତ ବୋଲି ହେମାମାଳିନୀ ମତବ୍ୟକ୍ତ କରିଥିଲେ। ପୁରୀର ଏମ୍‌ପି ସମ୍ବିତ ପାତ୍ର ଆଜିର କାର୍ଯ୍ୟକ୍ରମରେ ଉପସ୍ଥିତ ରହିବା ସହ ହେମାମାଳିନୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri