ମାହାଙ୍ଗା, ୧୭ା୮ (ଯଯାତି ସିଂହ)କଟକ ଜିଲା ମାହାଙ୍ଗା ବ୍ଲକ ଅନ୍ତର୍ଗତ ଏକ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ମୃତ୍ୟୁର ୨ ମାସ ପରେ ଏକ ଅଡିଓ କ୍ଲିପ୍ ଭାଇରାଲ ହେବାରେ ଲାଗିଛି। ଯେଉଁ ଅଡିଓରେ ନାବାଳିକାଙ୍କ ମୃତ୍ୟୁକୁ ନେଇ ୭୦ ହଜାର ଟଙ୍କାର ଡିଲ ହୋଇଥିବା ଶୁଣିବାକୁ ମିଳିଥିଲା। ଭାଇରାଲ ହୋଇଥିବା ଅଡିଓ କ୍ଲିପଟି ଜଣେ ବିଜେଡି ନେତାଙ୍କ ବୋଲି ଅଭିଯୋଗ ହେଉଛି। ତେବେ ଘଟଣାକୁ ନେଇ ଏବେ ଏକ ହାତଲେଖା ଚିଠି ଭାଇରାଲ ହେବାରେ ଲାଗିଛି। ଏହି ଚିଠିଟି ମୃତ ନାବାଳିକାଙ୍କ ବୋଲି ଆଲୋଚନା ହେଉଛି। ତେବେ ଏହି ଚିଠିରେ ସ୍ପଷ୍ଟ ଭାବେ ଲେଖା ଅଛି, ମୃତ ନାବାଳିକାଙ୍କୁ ଜୀବନରୁ ମାରିବାକୁ ତାଙ୍କର ବାପା ବିଷ ଖାଇବାକୁ ଦେଇଛନ୍ତି। ଅପରପକ୍ଷେ ଭାଇରାଲ ଅଡିଓରେ ମୃତ ନାବାଳିକା ରଶି ଦେଇ ଆତ୍ମହତ୍ୟା କରିଥିବା ଶୁଣିବାକୁ ମିଳୁଥିବା ବେଳେ ଭାଇରାଲ ଚିଠିରେ ବିଷ ଦେଇ ମାରିବାକୁ ଉଦ୍ୟମ କରାଯାଉଥିବା ଲେଖା ଅଛି। ଏଭଳିସ୍ଥିତିରେ ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ମୃତ ନାବାଳିକାଙ୍କ ବାପା କହିଛନ୍ତି, ବାତ ମାରିବାରୁ ଝିଅର ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ଏହି ଘଟଣାରେ ସବୁଠାରୁ ବେଶୀ ସନ୍ଦେହ ଘେରକୁ ଆସିଛନ୍ତି ଜଣେ ବିଜେଡି ନେତା। ଫଳରେ ପୋଲିସ ଘଟଣା ସମ୍ପର୍କରେ ଅବଗତ ଥିଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ପଛଘୁଞ୍ଚା ଦେଉଛି। ଏପରିସ୍ଥିତିରେ ବୁଧବାର ଥାନାରେ ପରିବାର ଲୋକ ପହଞ୍ଚତ୍ ଆଇଆଇସିଙ୍କୁ ଭେଟି ଘଟଣା ସମ୍ପର୍କରେ ଏକ ଲିଖିତ ଏତଲା ଦେଇଛନ୍ତି।
ରେଳ ଲାଇନ୍ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…
ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…
ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍. ଉଦୟଗିରି ଥାନା…
IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍ଦାର ବିଜୟ ଦେଲେ ସମୀର ରିଜଭୀ…
ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…
ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…
ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…
ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…
ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍। ମଙ୍ଗଳବାର ଅପରାହ୍ନ ପ୍ରାୟ…
ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’
ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
Archives

