ବାଲି ମାଫିଆଙ୍କ ସହ ବାର୍ତ୍ତାଳାପର ଅଡିଓ ଭାଇରାଲ:ବଦଳିଲେ ଭଣ୍ଡାରିପୋଖରୀ ଥାନାଧିକାରୀ

ଭଦ୍ରକ ଅଫିସ, ୨୫ା୮- ବାଲି ମାଫିଆଙ୍କୁ ସୁହାଇଲା ଭଳି ଥାନାଧିକାରୀଙ୍କ କଥାବାର୍ତ୍ତାର ଅଡିଓ ରେକର୍ଡ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏନେଇ ବିବାଦୀୟ ହୋଇପଡ଼ିଛନ୍ତି ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନାଧିକାରୀ ସନାତନ ସାହୁ। ଘଟଣାର ଗୁରୁତ୍ୱ ଦୃଷ୍ଟିରୁ ଏସ୍‌ପି ରାଜେଶ ପଣ୍ଡିତ ପ୍ରାଥମିକ ତଦନ୍ତ କରି ଥାନାଧିକାରୀ ସାହୁଙ୍କୁ ଜିଲା ମୁଖ୍ୟାଳୟକୁ ବଦଳି କରିଛନ୍ତି।
ଭଣ୍ଡାରିପୋଖରୀ ତହସିଲ ଅଧୀନ ବାଲିପୋଖରୀସ୍ଥିତ ବୈତରଣୀ ନଦୀପଠାରୁ ପ୍ରତ୍ୟେକ ଦିନ ବେଆଇନ ଭାବେ ବାଲିଖନନ ହେଉଛି। ଟନ୍‌ ଟନ୍‌ ବାଲି ତାଡ଼ି ଚୋରାରେ ବିକ୍ରି କରି ମାଫିଆ ମାଲାମାଲ ହେଉଛନ୍ତି। ଫଳରେ ସରକାରଙ୍କର ଲକ୍ଷ ଲକ୍ଷ ଟଙ୍କା ରାଜସ୍ବ ହାନୀ ହେବା ସହ ନଦୀ ପଠା ମଧ୍ୟ ଖାଇଗଲାଣି। ଏପରିସ୍ଥଳେ ବାଲି ମାଫିଆଙ୍କ ସହ ଥାନା ଅଧିକାରୀ ସୁମ୍ପର୍କ ସ୍ଥାପନ କରିଥିବା ଭାଇରାଲ ଅଡିଓରୁ ଜାଣିବାକୁ ମିଳିଛି। ଥାନାଧିକାରୀଙ୍କ ସହ କଥା ହେଉଥିବା ବ୍ୟକ୍ତିଙ୍କୁ ଡକାଇ ଏସ୍‌ପି ତଦନ୍ତ ଆରମ୍ଭ କରିଛନ୍ତି। ଘଟଣାର ତଦନ୍ତ ଜାରି ରହିଛି ଓ ବିବାଦୀୟ ଥାନାଧିକାରୀ ସାହୁଙ୍କୁ ଜିଲା ମୁଖ୍ୟାଳୟକୁ ବଦଳି କରାଯାଇଥିବା ଏସ୍‌ପି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri