ଅଭିଯୁକ୍ତଙ୍କ ସହ ଭିଜିଲାନ୍ସ ବିଭାଗ ମହିଳା କର୍ମଚାରୀଙ୍କ ଅଡିଓ ଭାଇରାଲ

କେନ୍ଦୁଝର,୨୬ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ପବ୍ଲିକ ପ୍ରୋସିକ୍ୟୁଟର କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ ମହିଳା କର୍ମଚାରୀ ଜଣେ ଅଭିଯୁକ୍ତଙ୍କ କେସ୍‌କୁ କୋହଳ କରିବା ପାଇଁ ତଥ୍ୟ ଯୋଗାଇବା ଏବଂ ସେ ବାବଦକୁ ଲାଞ୍ଚ ମାଗିବା କଥାବାର୍ତ୍ତାର ଏକ ଅଡିଓ ଭାଇରାଲ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଲାଞ୍ଚ କାରବାର ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଥିବା ଭିଜିଲାନ୍ସ ବିଭାଗ ଏହି ଘଟଣା ପରେ କାମ କାର୍ଯ୍ୟ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏହି  ଅଡିଓ ଚାରିଆଡ଼େ ଭାଇରାଲ ହୋଇଥିବା ବେଳେ ଏହାକୁ ନେଇ ବିଭିନ୍ନ ମହଲରେ ଆଲୋଚନା ହେଉଛି। ଏହି ଅଡିଓ କେବେ ରେକର୍ଡ ହୋଇଛି, ଅଭିଯୁକ୍ତ କିଏ ଏବଂ କିପରି ଅଡିଓ ଭାଇରାଲ ହେଲା ସେ ନେଇ ସଠିକ ଜଣାପଡ଼ି ନ ଥିଲେ ହେଁ ମହିଳା କନଷ୍ଟେବଳ କିଏ ଜଣାପଡ଼ିଛି। ତେବେ ଏହାର ସଠିକ ତଦନ୍ତ ହେଲେ ସବୁ କିଛି ଜଣାପଡ଼ିବ ବୋଲି ମତପ୍ରକାଶ ପାଇଛି।

ଏ ନେଇ କେନ୍ଦୁଝର ଭିଜିଲାନ୍ସ ଏସ୍‌ପି ନରହରି ନାଏକ କହିଛନ୍ତି, ଏ ସମ୍ପର୍କରେ ତାଙ୍କ ନିକଟରେ କୌଣସି ଖବର ନାହିଁ। ଅଡିଓ କ୍ଲିପ୍‌ ପାଇବା ପରେ ଘଟଣା ଯାଞ୍ଚ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଭିଜିଲାନ୍ସ କୋର୍ଟର ପିପି ଦେବଦତ୍ତ ବିଶ୍ୱାଳ ନିଜ ପ୍ରତିକ୍ରିୟାରେ କହିଛନ୍ତି, ଏ ନେଇ ସେ ଅବଗତ ନୁହନ୍ତି। ଯଦି କେହି ତାଙ୍କ ନାମ ଧରିଥିବା ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି ଘଟଣା ପରେ ଭିଜିଲାନ୍ସ ବିଭାଗର କେତେକ ତଳିଆ କର୍ମଚାରୀ ଦୀର୍ଘ ବର୍ଷ ଧରି ବିଭାଗରେ ରହି ବିଭିନ୍ନ ଲାଇନ୍‌ ବିଭାଗରୁ ମୋଟା ଅଙ୍କର ଚାନ୍ଦା ଆଦାୟ କରୁଥିବା ନେଇ ଅଭିଯୋଗ ହୋଇ ଆସୁଥିବା ବେଳେ ଏଭଳି ଘଟଣା ବିଭାଗର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri