‘ଖାଉଟି ସାମଗ୍ରୀ ବଣ୍ଟନର ସୋସିଆଲ ଅଡିଟ୍‌ କର’

କଟକ ଅଫିସ, ୨୫ା୮: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ କାର୍ଯ୍ୟକାରୀ ନେଇ ସ୍ବଚ୍ଛତା ନିମନ୍ତେ ଖାଉଟି ସାମଗ୍ରୀ ବଣ୍ଟନର ସୋସିଆଲ ଅଡିଟ କର। ଏହାର ଭିଡିଓଗ୍ରାଫି କରି ରାଜ୍ୟ ଖାଦ୍ୟ କମିଶନଙ୍କ ୱେବସାଇଟରେ ଅପଲୋଡ୍‌ କର। ଏଥିସହ ଜୁନ ୧ରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ଜିଲା ଅଭିଯୋଗ ସମାଧାନ ଅଧିକାରୀ (ଡିଜିଆର୍‌ଓ)ଙ୍କ କାର୍ଯ୍ୟକଳାପର ବିସ୍ତୃତ ବିବରଣୀ ପ୍ରସ୍ତୁତ କର। ଏ ସଂକ୍ରାନ୍ତ ସତ୍ୟପାଠ ପରବର୍ତ୍ତୀ ଶୁଣାଣିର ଏକ ସପ୍ତାହ ପୂର୍ବରୁ ହାଇକୋର୍ଟରେ ଦାଖଲ କରିବାକୁ ମଙ୍ଗଳବାର ହାଇକୋର୍ଟ ଖାଉଟି ସାମଗ୍ରୀ ସମ୍ପର୍କିତ ମାମଲାର ଶୁଣାଣି କରି ରାଜ୍ୟ ସରକାରଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି।
ରାଜ୍ୟ ଆଇନସେବା ପ୍ରାଧିକରଣ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧର ଏବଂ ବିଚାରପତି ବି.ପି.ରାଉତରାୟଙ୍କ ମିଳିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ନଭେମ୍ବର ୮ରେ ପରବର୍ତ୍ତୀ ଶୁଣାଣି ହେବ। ଏହି ମାମଲାରେ ବରିଷ୍ଠ ଆଇନଜୀବୀ ଗୌତମ ମିଶ୍ର ଆମିକସ୍‌ କ୍ୟୁରୀ ଭାବେ ନିଯୁକ୍ତ ହୋଇଛନ୍ତି। ମାମଲାର ବିବରଣୀରୁ ପ୍ରକାଶ ଯେ, ଖାଉଟି ସାମଗ୍ରୀ ବଣ୍ଟନ ନେଇ ଅଭିଯୋଗର ଶୁଣାଣି ଜିଲା ଅଭିଯୋଗ ସମାଧାନ ଅଧିକାରୀ (ଡିଜିଆରଓ) କରିବେ। ଏହି ପଦବୀରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆର୍‌ଡିଏ)ର ପ୍ରକଳ୍ପ ନିର୍ଦ୍ଦେଶକ (ପିଡି) ରହିବେ। ସେହିପରି ଖାଉଟି ସାମଗ୍ରୀ ବଣ୍ଟନ ନେଇ ଅଭିଯୋଗର ତଦନ୍ତ ଲାଗି ପ୍ରତ୍ୟେକ ଜିଲାରେ ଭିଜିଲାନ୍ସ କମିଟି ଗଠନ ପାଇଁ ହାଇକୋର୍ଟ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

କଲ୍ୟାଣସିଂହପୁର ଜଗନ୍ନାଥ କଲୋନିରେ ଚାଲିଛି ଗଣେଶ ପୂଜା ପ୍ରସ୍ତୁତି, ସ୍ଥାପନ ହେ

​କଲ୍ୟାଣସିଂହପୁର,୩୦।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ଜଗନ୍ନାଥ କଲୋନିଠାରେ ଆଗାମୀ ଗଣେଶ ପୂଜା ନିମନ୍ତେ ରବିବାର ବିଧିବଦ୍ଧ ଭାବେ ଭୂମି ପୂଜା…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri