ସବୁ ଜିଲାରେ ନିର୍ମାଣ ହେବ ଅଡିଟୋରିୟମ, କଲ୍ୟାଣମଣ୍ଡପ

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ପ୍ରତ୍ୟେକ ଜିଲାରେ ଅଡିଟୋରିୟମ୍‌ ଏବଂ କଲ୍ୟାଣ ମଣ୍ଡପ ନିର୍ମାଣ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ବିଭାଗର କାର୍ଯ୍ୟ ସମୀକ୍ଷା ପରେ ଗୁରୁବାର ଖବରଦତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ।
ମନ୍ତ୍ରୀ କହିଛନ୍ତି ଯେ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ବଜେଟ୍‌ ୩୨୫ କୋଟିକୁ ବୃଦ୍ଧି ହୋଇଥିଲା । ବିଜୁ କେବିକେ ଯୋଜନାରେ ୮ ଜିଲାର ଭିତ୍ତିଭୂମି ବିକାଶ ପାଇଁ ୧୯୪୦ କୋଟି ଟଙ୍କା ଆବଣ୍ଟନ ହୋଇଛି । ସ୍ବାଭିମାନ ଅଞ୍ଚଳର ବିକାଶ ପାଇଁ ସେତୁ ଯୋଜନାରେ ୨୩୦ କୋଟି ଖର୍ଚ୍ଚ ହୋଇଛି। ରାଜ୍ୟର ଖଣି ପ୍ରଭାବିତ ଅଞ୍ଚଳର ବିକାଶ ପାଇଁ ଜିଲା ଖଣିଜ ପାଣ୍ଠିରୁ ୧୨ ହଜାର ୭୯୨ କୋଟି ଖର୍ଚ୍ଚ ହୋଇଛି ।
ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ଯୋଜନାରେ ବିଭିନ୍ନ ଜିଲାରେ ଇ-ଲାଇବ୍ରେରୀ, ଆଇଟି ଲ୍ୟାବ୍‌, ବିଜ୍ଞାନ ଲ୍ୟାବ୍‌ ଓ ସ୍ମାର୍ଟ କ୍ଲାସରୁମ୍‌ ଭଳି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି।
୫-ଟି ଶାସନ ପଦ୍ଧତିରେ ଓଡ଼ିଶା ସରକାର ଏକ ନୂତନ ଓଡ଼ିଶା,ସଶକ୍ତ ଓଡ଼ିଶାଗଠନ ନିମନ୍ତେ ପ୍ରତିବଦ୍ଧ। ଓଡ଼ିଶାର ବିଭିନ୍ନ ଅଞ୍ଚଳର ବିକାଶମୂଳକ ଆବଶ୍ୟକତାକୁ ଉପଲବ୍ଧି କରି ସରକାର ଅଞ୍ଚଳ ଉନ୍ନୟନଭିତ୍ତିକ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି; ଯେଉଁଥିରେ ବିଭିନ୍ନ ପ୍ରକଳ୍ପକୁ ରୂପାୟନ କରିବା ପାଇଁ ବିହିତ ପଦକ୍ଷେପ ନିଆଯାଇଛି।
ରାଜ୍ୟର ମୁଣ୍ଡପିଛା ଆୟ ଏବଂ ଜାତୀୟ ମୁଣ୍ଡପିଛା ଆୟ ମଧ୍ୟରେ ବ୍ୟବଧାନରେ ଯଥେଷ୍ଟ ହ୍ରାସ ଘଟୁଛି। ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ବାର୍ଷିକ ବଜେଟ୍‌କୁ ୨୦୦୮-୦୯ ଆର୍ଥିକ ବର୍ଷରେ ୧୦୦ କୋଟିରୁ ୨୦୨୧-୨୨ ଆର୍ଥିକ ବର୍ଷରେ ୨୦୦ କୋଟି ଟଙ୍କାକୁ ବୃଦ୍ଧି କରିଥିବାବେଳେ ବର୍ତ୍ତମାନ ୨୦୨୩-୨୪ ଆର୍ଥିକ ବର୍ଷରେ ୩୨୫ କୋଟି ଟଙ୍କାକୁ ବୃଦ୍ଧି କରିଛନ୍ତି । ପରିଷଦର ପାଣ୍ଠି ହସ୍ତତନ୍ତ ମଲ୍‌, ମିଲେଟ ପ୍ରକ୍ରିୟାକରଣ ୟୁନିଟ୍‌ ଏବଂ କମ୍ୟୁନିଟି ସେଣ୍ଟର-ତଥା-କଲ୍ୟାଣ ମଣ୍ଡପ ଭଳି ଅତ୍ୟାବଶ୍ୟକ ଗୋଷ୍ଠୀ ଭିତ୍ତିଭୂମି ନିର୍ମାଣରେ ଉପଯୋଗ କରାଯାଉଛି। ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀ ସଭାଘର ଅଧୀନରେ ୧୬୦୦ଟି କମ୍ୟୁନିଟି ସେଣ୍ଟର ତଥା କଲ୍ୟାଣ ମଣ୍ଡପ ନିର୍ମାଣ କରାଯାଇ, ବିଜୁ କେବିକେ ଯୋଜନାରେ ୨୦୦୭-୦୮ ମସିହାରୁ ବାର୍ଷିକ ୧୨୦ କୋଟି ଟଙ୍କା ପ୍ରଦାନ କରାଯାଉଅଛି । ୮ଟିି କେବିକେ ଜିଲାର ଭିତ୍ତିଭୂମିର ବିକାଶ ନିମନ୍ତେ ୨୦୨୨-୨୩ ଆର୍ଥିକ ବର୍ଷ ସୁଦ୍ଧା ମୋଟ ୧୯୪୦ କୋଟି ଟଙ୍କା ଆବଣ୍ଟନ କରାଯାଇଥିବା ଢୋଲକିଆ କହିଛନ୍ତି। ରାଜ୍ୟ ସରକାର ବିଜୁ କନ୍ଧମାଳ ଓ ଗଜପତି ଯୋଜନା ମାଧ୍ୟମରେ ୨୦୨୨-୨୩ ଆର୍ଥିକବର୍ଷ ପର୍ଯ୍ୟନ୍ତ ୪୦୦ କୋଟି ଟଙ୍କା ଆବଣ୍ଟନ କରିଛନ୍ତି। ସରକାର ଏକ ସଶକ୍ତ ଓଡ଼ିଶା ଗଠନ ଦିଗରେ ଆଗେଇ ଚାଲିଥିବା ବେଳେ କେହି ବି ଯେମିତି ପଛରେ ନ ରୁହନ୍ତି ସେଥିପାଇଁ ଯତ୍ନବାନ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲୋ ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri