କ୍ୟାମେରା ସ୍କାନରରେ ରହିବ ଅନୁଗୋଳ

ଅନୁଗୋଳ ଅଫିସ, ୨୯ା୯: ଏଣିକି ସହରରେ ଆଉ ଅଳିଆ ପଡ଼ିବ ନାହିଁ କି ଟ୍ରାଫିକ୍‌ ସମସ୍ୟାରେ ଲୋକମାନେ ଦହଗଞ୍ଜ ହେବେ ନାହିଁ। ସେହିଭଳି ଅପରାଧୀମାନେ ମଧ୍ୟ ଅପରାଧ ଘଟାଇବାକୁ ଭୟ କରିବେ। ଏ ନେଇ ଅନୁଗୋଳ ପୌରପାଳିକା ପକ୍ଷରୁ ସିସିଟିଭି ସର୍ଭିଲାନ୍ସ ବ୍ୟବସ୍ଥା କରାଯାଉଛି। ଇତିମଧ୍ୟରେ ଅନୁଗୋଳର ହେଲଥ୍‌ କରିଡରରେ ପାଖାପାଖି ୩୦ଟି କ୍ୟାମେରା ଖଞ୍ଜା ସରିଲାଣି। ସହରର ବିଭିନ୍ନ ସ୍ଥାନରେ ଏଭଳି ୧୦୦ରୁ ଊର୍ଦ୍ଧ୍ୱ କ୍ୟାମେରା ଲଗାଯିବହେବ ବୋଲି ପୌର ନିର୍ବାହୀ ଅଧିକାରୀ ସୂଚନା ଦେଇଛନ୍ତି।

ଅନୁଗୋଳ ସହରରେ ବିଭିନ୍ନ ସମୟରେ ଅପରାଧିକ କାର୍ଯ୍ୟକଳାପଠାରୁ ଆରମ୍ଭ କରି ଗାଡ଼ିମୋଟର ଜାମ ହେଉଥିଲା। ଏଥିସହ ବ୍ୟବସାୟୀ ପ୍ରତିଷ୍ଠାନଗୁଡ଼ିକ ମନ ଇଚ୍ଛା ଅଳିଆ ଆବର୍ଜନା ରାସ୍ତାରେ ଫିଙ୍ଗିଦେଇ ଚାଲିଯାଉଥିଲେ। ସହରରେ ବିଭିନ୍ନ ନିର୍ମାଣ ସମୟରେ ମଧ୍ୟ ଲୋକମାନେ ମନଇଚ୍ଛା ବିଭିନ୍ନ ସାମଗ୍ରୀ ରାସ୍ତାରେ ପକାଇ ଦେଉଥିଲେ। ଫଳରେ ଜନସାଧାରଣ ଯାତାୟାତରେ ନାହିଁ ନ ଥିବା ସମସ୍ୟା ସମ୍ମୁଖୀନ ହେଉଥିଲେ। ଏସବୁକୁ ଦୃଷ୍ଟିରେ ରଖି ସହରରେ ସିସିଟିଭି ସର୍ଭିଲାନ୍ସ ବ୍ୟବସ୍ଥା କରାଯାଇଛି। ଏହା ପ୍ରାଥମିକ ପର୍ଯ୍ୟାୟକ୍ରମେ ଅନୁଗୋଳର ହେଲଥ୍‌ କରିଡର ଅଞ୍ଚଳରେ କାର୍ଯ୍ୟକାରୀ ହୋଇଛି। ଏହାପରେ ବ୍ୟବସାୟିକ ଅନୁଷ୍ଠାନ ଅଞ୍ଚଳରେ ସିସିଟିଭି ଖଞ୍ଜା ହେବ। ପରେ ସହରର ବିଭିନ୍ନ ସ୍ଥାନରେ ଏହାକୁ ଲଗାଯିବ। ଏହି ସିସିଟିଭି ସର୍ଭିଲାନ୍ସର କଣ୍ଟ୍ରୋଲ ରୁମ୍‌ ଅନୁଗୋଳ ପୌର କାର୍ଯ୍ୟାଳୟରେ ରହିବ। ସହରର କେଉଁ ଅଞ୍ଚଳରେ କ’ଣ କରାଯାଉଛି ଏବଂ କେଉଁଠାରେ କ’ଣ ସମସ୍ୟା ରହିଛି ତାହା ସିଧାସଳଖ ଭାବେ ପୌର କାର୍ଯ୍ୟାଳୟରେ ଜଣାପଡ଼ିବ। ଏଭଳି କି ସହରକୁ ଆବର୍ଜନା କଲେ ଘରୋଇ ଲୋକ କିମ୍ବା ବ୍ୟବସାୟିକ ଅନୁଷ୍ଠାନକୁ ଜରିମାନା ପାଇଁ ନୋଟିସ୍‌ ପ୍ରଦାନ କରାଯିବ ବୋଲି ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri