ଅଗଷ୍ଟ ୧୫ ନିଆରା ଢ଼ଙ୍ଗରେ ହେବ ପାଳନ: ଲାଲ୍‌ କିଲ୍ଲାରେ ଯୋଗଦେବେ ୧୫୦୦ କରୋନା ବିଜେତା

ନୂଆଦିଲ୍ଲୀ, ୧୫।୭: ଚଳିତ ବର୍ଷ ଅଗଷ୍ଟ ୧୫ରେ ଲାଲ୍‌ କିଲ୍ଲାରେ ହେବାକୁ ଥିବା ସ୍ବାଧୀନତା ଦିବସ ଉତ୍ସବରେ ଛୋଟ ପିଲା ଯୋଗଦେବେ ନାହିଁ। ସେମାନଙ୍କ ବଦଳରେ ୧୫୦୦ କରୋନ ବିଜେତା ଉତ୍ସବରେ ଉପସ୍ଥିତ ରହିବେ। କରୋନାକୁ ପରାଜିତ କରି ସୁସ୍ଥ ହୋଇଥିବା ଏହି ବ୍ୟକ୍ତିମାନେ ସ୍ବାଧୀନତା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଷଣ ଶୁଣିବାର ସୁଯୋଗ ପାଇବେ। ଏହି କରୋନା ବିଜେତାଙ୍କ ମଧ୍ୟରେ ୫୦୦ ଜଣ ପୋଲିସ ରହିଛନ୍ତି। ସେହିପରି ୧୦୦୦ଜଣ କରୋନା ବିଜେତା ଦେଶର ଭିନ୍ନ ଭିନ୍ନ ଅଞ୍ଚଳରୁ ଆସିବେ। ଚଳିତ ବର୍ଷ କେବଳ ୨୦ ପ୍ରତିଶତ ଭିଭିଆଇପି ଏବଂ ଅନ୍ୟ ଲୋକଙ୍କୁ ଉତ୍ସବରେ ଯୋଗଦେବାର ଅନୁମତି ମିଳିବ। ଇତିମଧ୍ୟରେ ପ୍ରତିରକ୍ଷା ସଚିବ ଅଜୟ କୁମାର ଏବଂ ଏଏସ୍‌ଆଇ ମହାନିର୍ଦ୍ଦେଶକ ବି.ବିଦ୍ୟାବତୀ ଲାଲ୍‌ କିଲ୍ଲାଠାରେ ହେବାକୁ ଥିବା ସ୍ବାଧୀନତା ଦିବସ ଉତ୍ସବର ପ୍ରସ୍ତୁତି କାର୍ଯ୍ୟ ବୁଲି ତଦାରଖ କରିଛନ୍ତି। ଉତ୍ସବରେ କେବଳ ୧୦୦ ଜଣ ଭିଭିଆଇପି ଯୋଗଦେବେ। ସୂଚନାଯୋଗ୍ୟ, ପୂର୍ବରୁ ସ୍ବାଧୀନତା ଦିବସ ଉତ୍ସବରେ ୧୦ ହଜାର ଲୋକ ଯୋଗଦେଉଥିଲେ। ତେବେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri