୧୫ ଅଗଷ୍ଟ, ୨୬ ଜାନୁଆରୀରେ ପତାକା ଉତ୍ତୋଳନ କରିବାରେ ରହିଛି ପାର୍ଥକ୍ୟ: ଜାଣନ୍ତୁ କେମିତି

ତ୍ରିରଙ୍ଗା ସର୍ବଦା ଦେଶର ଗର୍ବ। କିନ୍ତୁ ଆପଣ କେବେ ଧ୍ୟାନ ଦେଇଛନ୍ତି କି ସାଧାରଣତନ୍ତ୍ର ଦିବସ ଏବଂ ସ୍ବାଧୀନତା ଦିବସ ଅବସରରେ ପତାକା ଉତ୍ତୋଳନ କରିବାର ଉପାୟ ଅଲଗା। ଏହା ପଛରେ ଏକ ବିଶେଷ କାରଣ ଏବଂ ଇତିହାସ ଅଛି। ଜାନୁଆରୀ ୨୬ ଅର୍ଥାତ୍‌ ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ପତାକା ଉତ୍ତୋଜନ କରୁଥିବାବେଳେ ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ପତାକା ଉତ୍ତୋଳନ କରନ୍ତି। ଏହାର କାରଣ ହେଉଛି ସାଧାରଣତନ୍ତ୍ର ଦିବସ ସମ୍ବିଧାନ ସହିତ ଜଡିତ ଏକ ଦିନ। ଦେଶର ସାମ୍ବିଧାନିକ ମୁଖ୍ୟ ହେଉଛି ରାଷ୍ଟ୍ରପତି। ତେଣୁ ରାଷ୍ଟ୍ରପତି ଗଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ କରିବାର କାର୍ଯ୍ୟ କରନ୍ତି। ସ୍ବାଧୀନତା ଦିବସରେ ଦେଶର ପ୍ରଧାନମନ୍ତ୍ରୀ ଲାଲକିଲାରେ ପତାକା ଉତ୍ତୋଳନ କରିଛନ୍ତି। ଏକ ମଜାଦାର ତଥ୍ୟ ହେଉଛି ପ୍ରଥମ ସାଧାରଣତନ୍ତ୍ର ଦିବସ ଅବସରରେ ଦେଶରେ କୌଣସି ରାଷ୍ଟ୍ରପତି ନ ଥିଲେ। ତେଣୁ ଭାରତର ଗଭର୍ନର ଜେନେରାଲ ଲର୍ଡ ମାଉଣ୍ଟବ୍ୟାଟେନ ଏହି ପତାକା ଉତ୍ତୋଳନ କରିଥିଲେ। ଦେଶର ପ୍ରଥମ ରାଷ୍ଟ୍ରପତି ଡକ୍ଟର ରାଜେନ୍ଦ୍ର ପ୍ରସାଦ ଦ୍ୱିତୀୟ ସାଧାରଣତନ୍ତ୍ର ଦିବସରେ ଏହି ସମ୍ମାନ ହାସଲ କରିଥିଲେ।
ସାଧାରଣତନ୍ତ୍ର ଏବଂ ସ୍ବାଧୀନତା ଦିବସ ଅବସରରେ ପତାକା ଉଡାଯାଏ। କିନ୍ତୁ ପତାକା ଉତ୍ତୋଜନ କରିବାର ଶୈଳୀ ଭିନ୍ନ। ଏହାର ଅର୍ଥ ହେଉଛି ସାଧାରଣତନ୍ତ୍ର ଦିବସରେ ପତାକାଟି ଖୁଣ୍ଟର ଉପର ଭାଗରେ ପତାକାଟି ଏକ ବଣ୍ଡଲ ପରି ବନ୍ଧା ହୋଇଥାଏ, ଯାହାକୁ ରାଷ୍ଟ୍ରପତି ଟାଣି ଉତ୍ତୋଳନ କରନ୍ତି। ସ୍ବାଧୀନତା ଦିବସରେ ଖୁଣ୍ଟର ଟିକେ ତଳକୁ ପତାକା ଥାଏ, ଯାହାକୁ ଟଣାଯାଇ ଉପରକୁ ନିଆଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri