୯ରୁ ‘ଘରେ ଘରେ ତ୍ରିରଙ୍ଗା’

ଭୁବନେଶ୍ବର, ୩୦।୭(ବ୍ୟୁରୋ): ଅମୃତ ମହୋତ୍ସବ କାଳଖଣ୍ଡରେ ଓଡ଼ିଶା ସବୁଠାରୁ ଅଧିକ ଗର୍ବ ଓ ଗୌରବ ପ୍ରାପ୍ତ ହୋଇଛି। ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଦେଶର ରାଷ୍ଟ୍ରପତି ହୋଇଛନ୍ତି। ଯାହା ଅମୃତ କାଳଖଣ୍ଡର ଅମୃତ ମହୋତ୍ସବ ପରିପ୍ରେକ୍ଷୀରେ ଓଡ଼ିଆଙ୍କୁ ଗର୍ବିତ ଓ ଗୌରବାନ୍ବିତ କରିଛି। ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶ ଆଜି ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ କରୁଛି। ବିଗତ ୭୫ ବର୍ଷର ସ୍ବାଧୀନତାର ସମୟ ବର୍ତ୍ତମାନର ପିଢ଼ି ପାଇଁ ଅମୃତ ସଦୃଶ। ଏହା ଏପରି ଏକ ଅମୃତ ଯାହାକି ଆମକୁ ଦେଶର ପ୍ରତ୍ୟେକ ମୁହୂର୍ତ୍ତ ପାଇଁ ବଞ୍ଚିବାକୁ ଓ ଆଗକୁ ବଢ଼ିବାକୁ ପ୍ରେରିତ କରିବ ବୋଲି ମୋଦି କହିଛନ୍ତି। ଅମୃତ ମହୋତ୍ସବ ଅବସରରେ ‘ହର ଘର ତ୍ରିରଙ୍ଗା’ ବା ‘ଘରେ ଘରେ ତ୍ରିରଙ୍ଗା’ର କାର୍ଯ୍ୟକ୍ରମ ଆସନ୍ତା ୯ ଅଗଷ୍ଟ ୨୦୨୨ରୁ ୧୫ ଅଗଷ୍ଟ ୨୦୨୨ ପର୍ଯ୍ୟନ୍ତ ସମଗ୍ର ଦେଶରେ ଭାଜପା ପାଳନ କରିବ ବୋଲି ଦଳର ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସମୀର କହିଛନ୍ତି ଯେ, ଅଗଷ୍ଟ ୯ରୁ ୧୧ ତାରିଖ ତ୍ରିରଙ୍ଗା ଯାତ୍ରା ଏବଂ ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ସହର ୱାର୍ଡ, ପଞ୍ଚାୟତ ସ୍ତରରେ ସାଧାରଣ ଜନତାଙ୍କୁ ପ୍ରଭାତ ଫେରି ମାଧ୍ୟମରେ ସଚେତନ କରାଯିବ। ସେହିପରି ଅଗଷ୍ଟ ୧୩ରୁ ୧୫ ତାରିଖ ଓଡ଼ିଶାର ୧ କୋଟି ୧୫ ଲକ୍ଷଙ୍କ ଘରେ ଜାତୀୟ ପତାକା ଉଡାଇବାକୁ ସମୀର ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସଚିବାଳୟରୁ ପଞ୍ଚାୟତ, ବିଦ୍ୟାଳୟରୁ ମହାବିଦ୍ୟାଳୟ ଓ ଗଁ।ରୁ ସହର ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ଏବଂ ରାଜ୍ୟର ସମସ୍ତ ନାଗରିକ ନିଜ ନିଜ ଘରେ ଜାତୀୟ ପତାକା ଉତ୍ତୋଳନ କରି ଏହି ମୁହୂର୍ତ୍ତକୁ ସ୍ମରଣୀୟ କରିବାକୁ ସମୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?