୯ରୁ ‘ଘରେ ଘରେ ତ୍ରିରଙ୍ଗା’

ଭୁବନେଶ୍ବର, ୩୦।୭(ବ୍ୟୁରୋ): ଅମୃତ ମହୋତ୍ସବ କାଳଖଣ୍ଡରେ ଓଡ଼ିଶା ସବୁଠାରୁ ଅଧିକ ଗର୍ବ ଓ ଗୌରବ ପ୍ରାପ୍ତ ହୋଇଛି। ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଦେଶର ରାଷ୍ଟ୍ରପତି ହୋଇଛନ୍ତି। ଯାହା ଅମୃତ କାଳଖଣ୍ଡର ଅମୃତ ମହୋତ୍ସବ ପରିପ୍ରେକ୍ଷୀରେ ଓଡ଼ିଆଙ୍କୁ ଗର୍ବିତ ଓ ଗୌରବାନ୍ବିତ କରିଛି। ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶ ଆଜି ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ କରୁଛି। ବିଗତ ୭୫ ବର୍ଷର ସ୍ବାଧୀନତାର ସମୟ ବର୍ତ୍ତମାନର ପିଢ଼ି ପାଇଁ ଅମୃତ ସଦୃଶ। ଏହା ଏପରି ଏକ ଅମୃତ ଯାହାକି ଆମକୁ ଦେଶର ପ୍ରତ୍ୟେକ ମୁହୂର୍ତ୍ତ ପାଇଁ ବଞ୍ଚିବାକୁ ଓ ଆଗକୁ ବଢ଼ିବାକୁ ପ୍ରେରିତ କରିବ ବୋଲି ମୋଦି କହିଛନ୍ତି। ଅମୃତ ମହୋତ୍ସବ ଅବସରରେ ‘ହର ଘର ତ୍ରିରଙ୍ଗା’ ବା ‘ଘରେ ଘରେ ତ୍ରିରଙ୍ଗା’ର କାର୍ଯ୍ୟକ୍ରମ ଆସନ୍ତା ୯ ଅଗଷ୍ଟ ୨୦୨୨ରୁ ୧୫ ଅଗଷ୍ଟ ୨୦୨୨ ପର୍ଯ୍ୟନ୍ତ ସମଗ୍ର ଦେଶରେ ଭାଜପା ପାଳନ କରିବ ବୋଲି ଦଳର ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସମୀର କହିଛନ୍ତି ଯେ, ଅଗଷ୍ଟ ୯ରୁ ୧୧ ତାରିଖ ତ୍ରିରଙ୍ଗା ଯାତ୍ରା ଏବଂ ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ସହର ୱାର୍ଡ, ପଞ୍ଚାୟତ ସ୍ତରରେ ସାଧାରଣ ଜନତାଙ୍କୁ ପ୍ରଭାତ ଫେରି ମାଧ୍ୟମରେ ସଚେତନ କରାଯିବ। ସେହିପରି ଅଗଷ୍ଟ ୧୩ରୁ ୧୫ ତାରିଖ ଓଡ଼ିଶାର ୧ କୋଟି ୧୫ ଲକ୍ଷଙ୍କ ଘରେ ଜାତୀୟ ପତାକା ଉଡାଇବାକୁ ସମୀର ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସଚିବାଳୟରୁ ପଞ୍ଚାୟତ, ବିଦ୍ୟାଳୟରୁ ମହାବିଦ୍ୟାଳୟ ଓ ଗଁ।ରୁ ସହର ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ଏବଂ ରାଜ୍ୟର ସମସ୍ତ ନାଗରିକ ନିଜ ନିଜ ଘରେ ଜାତୀୟ ପତାକା ଉତ୍ତୋଳନ କରି ଏହି ମୁହୂର୍ତ୍ତକୁ ସ୍ମରଣୀୟ କରିବାକୁ ସମୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri