୯ ତାରିଖକୁ ସରକାରୀ ଛୁଟି ଘୋଷଣା କରାଯାଉ

କେସିଙ୍ଗା,୯ା୮(ତୁମେଶ୍ୱର ସାହୁ): କାଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ଧ ସମାଜ ପକ୍ଷରୁ ସଭାପତି ଶେଷଦେବ ମାଝିଙ୍କ ଆବାହକତ୍ୱରେ ବୋରିଙ୍ଗ ପଦରଠାରେ ଶୁକ୍ରବାର ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି। କର୍ମକର୍ତ୍ତାମାନେ ଦର୍ଶାଇଥିଲେ, ସମ୍ବିଧାନ ଅନୁସୂଚିତ ଜନଜାତି ଆଦେଶ ୧୯୫୦ ଅନୁଯାୟୀ ଓଡିଶାରେ ଅନୁସୂଚିତ ଜନଜାତି ୬୨ ପ୍ରକାର ତାଲିକା ଭୁକ୍ତ ହୋଇଛନ୍ତି। ତନମଧ୍ୟରୁ କେସିଙ୍ଗା ବ୍ଲକର ୨୬ ପଞ୍ଚାୟତ. ଓ ଗୋଟିଏ ଏନ୍‌ଏସିରେ ୧୦ଗୋଟି ଅନୁସୂଚିତ ଜନଜାତି ପରିବାରର ହାରାହାରି ୭୦ ପ୍ରତିଶତ ଅନୁସୂଚିତ ଜନଜାତି ଲୋକ ବସବାସ କରୁଛନ୍ତି।

ମିଳିତ ଜାତିସଂଘ ଘୋଷଣା ଅନୁସାରେ ସାରା ବିଶ୍ବରେ ଆଦିବାସୀ ଦିବସ ପାଳନ ହେଉଛି। ଏହି ସାମ୍ବିଧାନିକ ଅଧିକାରକୁ ବଜାୟ ରଖିବା ପାଇଁ କେସିଙ୍ଗା ବ୍ଲକର କନ୍ଧ ସମାଜ ଓ ଆଦିବାସୀ ସଂଘ ପ୍ରତିବର୍ଷ ଅଗଷ୍ଟ ୯କୁ ‘ବିଶ୍ବ ଆଦିବାସୀ ଦିବସ’ ଭାବେ ପାଳନ କରି ଆସୁଛନ୍ତି। ଏହି ଦିନକୁ ସରକାରୀ ଛୁଟି ଘୋଷଣା କଲେ ସମସ୍ତ ବର୍ଗର ଅନୁସୂଚିତ ଜନଜାତି ସାମିଲ ହୋଇ ପୂର୍ବପୁରୁଷଙ୍କୁ ସମ୍ମାନ ଜଣାଇ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିପାରିବେ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ କେସିଙ୍ଗା ବିଡିଓଙ୍କୁ କର୍ମକର୍ତ୍ତା ଦାବି ପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri