ଶୋଚନୀୟ ଅବସ୍ଥାରେ ଆଳି ତହସିଲ ରାସ୍ତା

ଆଳି,୪ା୭(ଡି.ଏନ୍‌.ଏ.): ରାଜ୍ୟ ସରକାର ଗମନାଗମନ କ୍ଷେତ୍ରରେ ଉନ୍ନତି ଆଣିବା ନିମନ୍ତେ ବିଭିନ୍ନ ଯୋଜନାରେ ଅର୍ଥ ଖର୍ଚ୍ଚ କରୁଛନ୍ତି। ବିଭାଗୀୟ ଅଧିକାରୀ ଓ ଲୋକପ୍ରତିନିଧିଙ୍କ ଆନ୍ତରିକତା ଅଭାବରୁ ଅନେକ ରାସ୍ତା ଶୋଚନୀୟ ହୋଇପଡୁଥିଲେ ମଧ୍ୟ ତାହାର ମରାମତି କରାଯାଉନାହିଁ। ସେହି ରାସ୍ତାରେ ପ୍ରଶାସନିକ ଅଧିକାରୀ ଓ ଲୋକପ୍ରତିନିଧି ଯାତାୟାତ କରୁଥିଲେ ମଧ୍ୟ ଏଥିପ୍ରତି ନଜର ଦେଉନାହାନ୍ତି। ଫଳରେ ରାସ୍ତାରେ ଯାତାୟାତ କରୁଥିବା ସାଧାରଣ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି, ଯାହାର ଏକ ଜ୍ୱଳନ୍ତ ଉଦାହରଣ ହେଉଛି ଆଳି ତହସିଲ ରାସ୍ତା।
କଟକ-ଚାନ୍ଦବାଲି ମୁଖ୍ୟ ରାସ୍ତାର ଆଳି ଦୁର୍ଗାମଣ୍ଡପ ଛକରୁ ବାମପଟକୁ ଯାଇଛି ଏହି ରାସ୍ତା। ଏହି ରାସ୍ତାଟି ଆଳି ରାଜବାଟୀ ପର୍ଯ୍ୟନ୍ତ ରହିଛି। ଏହି ରାସ୍ତାରେ ଆଳି ତହସିଲ, କୋର୍ଟ ଆଦି କାର୍ଯ୍ୟାଳୟ ଥିବାରୁ ଦୈନିକ ଶତାଧିକ ଲୋକ ବିଭିନ୍ନ କାର୍ଯ୍ୟରେ ଆସିଥାନ୍ତି। ଏପରି କି ଏହି ରାସ୍ତାଟି ସଦର ଦେମାଳ ପଞ୍ଚାୟତର ମୁଖ୍ୟରାସ୍ତା। ପଞ୍ଚାୟତର ପ୍ରାୟ ୫ ହଜାରରୁ ଊର୍ଦ୍ଧ୍ୱ ଲୋକ ଏହି ରାସ୍ତା ଉପରେ ନିର୍ଭର କରିଥାନ୍ତି। ଅପରପକ୍ଷରେ ସବୁଠାରୁ ଦୁଃଖ ଓ ପରିତାପର ବିଷୟ ଯେ, ଏହି ରାସ୍ତାଟି ରାଜ୍ୟ ସରକାରଙ୍କ ପକ୍ଷରୁ ପର୍ଯ୍ୟଟନ ସ୍ଥଳର ମାନ୍ୟତା ପାଇଥିବା ଆଳିର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ଲକ୍ଷ୍ମୀବରାହ ଜୀଉ ମନ୍ଦିର ଓ ଆଳି ରାଜବାଟୀକୁ ମଧ୍ୟ ଯାଇଛି। ମନ୍ଦିର ଓ ରାଜବାଟୀ କାରୁକାର୍ଯ୍ୟ ଦେଖିବା ନିମନ୍ତେ ଦୈନିକ ଶତାଧିକ ଲୋକ ବିଭିନ୍ନ ସ୍ଥାନରୁ ଆସିଥାନ୍ତି। କିନ୍ତୁ ଏହି ରାସ୍ତାଟି ଖାଲଖମାରେ ଭର୍ତ୍ତି ହୋଇଥିବାରୁ ଅନେକ ସମୟରେ ଛୋଟମୋଟ ଦୁର୍ଘଟଣା ଘଟୁଛି। ସାମାନ୍ୟ ବର୍ଷା ହେଲେ ରାସ୍ତାରେ ବର୍ଷାପାଣି ଲହଡ଼ି ଭାଙ୍ଗୁଛି। ଏହି ରାସ୍ତାକଡ଼ରେ ଥିବା ବ୍ୟବସାୟ ପ୍ରତିଷ୍ଠାନଗୁଡିକୁ ଗ୍ରାହକମାନେ ମଧ୍ୟ ପାଣିରେ ପଶି ଯାଉଛନ୍ତି। ଦୀର୍ଘଦିନ ହେବ ରାସ୍ତା ଅବସ୍ଥାରେ ସୁଧାର ଆସୁ ନ ଥିବାରୁ ଏହାର ମରାମତି ନିମନ୍ତେ ବିଭାଗୀୟ ଅଧିକାରୀ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ବ୍ୟବସାୟୀଙ୍କ ସମେତ ସ୍ଥାନୀୟ ଅଧିବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri