ଅଜଣା ଗାଡ଼ି ଧକ୍କାରେ ମାଉସୀ, ଝିଆରୀଙ୍କ ଜୀବନଗଲା

ଆସିକା,୩୧ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ମୁଖ୍ୟ ରାସ୍ତାର ଆସିକା ଥାନାର କୋଟିନଡ଼ା ଫାଣ୍ଡି ଅନ୍ତର୍ଗତ କେ.ଲଛମନପଲ୍ଲୀ ଗ୍ରାମ ନିକଟରେ ସୋମବାର ଏକ ଅଜଣା ଗାଡ଼ି ଧକ୍କାରେ ମାଉସୀ ଓ ଝିଆରୀଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ରଶ୍ମିତା ପରିଡ଼ା (୩୨) ଓ ତାଙ୍କ ଝିଆରୀ ଆଶାରାଣୀ ଖଣ୍ଡୁଆଳ (୧୮)। ତେବେ ଏହି ଦୁର୍ଘଟଣାରେ ରଶ୍ମିତାଙ୍କ ୧୦ ବର୍ଷର ପୁଅ ରାଜା ଅଳ୍ପକେ ବର୍ତ୍ତି ଯାଇଥିବା ଜଣାଯାଇଛି। ମୃତ ମାଉସୀ ଓ ଝିଆରୀ ଭୋରରୁ ଘରୁ ବାହାରି ଆସିକା ପଟକୁ ପ୍ରାତଃ ଭ୍ରମଣରେ ଯାଉଥିଲା ବେଳେ ଗୋଟିଏ ଗାଡ଼ି ତାଙ୍କୁ ଧକ୍କା ଦେଇ ଚାଲିଯାଇଥିଲା। ସ୍ଥାନୀୟ ଲୋକେ ଉଭୟଙ୍କୁ ଆସିକା ସରକାରୀ ଡାକ୍ତରଖାନାକୁ ଆଣିଥିଲେଳ୍‌। ତେବେ ଡାକ୍ତର ମୃତ ଘୋଷଣା କରିଥିଲେ। ଘଟଣା ସମ୍ପର୍କରେ ମୃତ ରଶ୍ମିତାଙ୍କ ଭାଇ ବାସୁଦେବ ନାୟକ ଆସିକା ପୋଲିସରେ ଅଭିଯୋଗ କରିଛନ୍ତି। ପୋଲିସ ମୃତଦେହ ଜବତ କରି ଆସିକା ସରକାରୀ ଡାକ୍ତରଖାନାରେ ବ୍ୟବଛେଦ ପରେ ପରିବାରକୁ ହସ୍ତାନ୍ତର କରିଛି। ଘଟଣା ସମ୍ପର୍କରେ ଆସିକା ଥାନାରେ ୪୩୦/୨୦ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି। ମୃତ ମହିଳା ରଶ୍ମିତା କ୍ଷତ୍ରିୟବରପୁରସ୍ଥିତ ଶାଶୁ ଘରୁ ବାପଘରକୁ ଆସିଥିଲେ। ସେହିଭଳି ସିନ୍ଦୁରିଆପଡ଼ା ଗ୍ରାମରୁ ଆଶାରାଣୀ ମାମୁ ଘରକୁ ଆସିଥିଲା ବେଳେ ଏଭଳି ଅଘଟଣ ଘଟିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri