ଅଜଣା ଗାଡ଼ି ଧକ୍କାରେ ମାଉସୀ, ଝିଆରୀଙ୍କ ଜୀବନଗଲା

ଆସିକା,୩୧ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ମୁଖ୍ୟ ରାସ୍ତାର ଆସିକା ଥାନାର କୋଟିନଡ଼ା ଫାଣ୍ଡି ଅନ୍ତର୍ଗତ କେ.ଲଛମନପଲ୍ଲୀ ଗ୍ରାମ ନିକଟରେ ସୋମବାର ଏକ ଅଜଣା ଗାଡ଼ି ଧକ୍କାରେ ମାଉସୀ ଓ ଝିଆରୀଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ରଶ୍ମିତା ପରିଡ଼ା (୩୨) ଓ ତାଙ୍କ ଝିଆରୀ ଆଶାରାଣୀ ଖଣ୍ଡୁଆଳ (୧୮)। ତେବେ ଏହି ଦୁର୍ଘଟଣାରେ ରଶ୍ମିତାଙ୍କ ୧୦ ବର୍ଷର ପୁଅ ରାଜା ଅଳ୍ପକେ ବର୍ତ୍ତି ଯାଇଥିବା ଜଣାଯାଇଛି। ମୃତ ମାଉସୀ ଓ ଝିଆରୀ ଭୋରରୁ ଘରୁ ବାହାରି ଆସିକା ପଟକୁ ପ୍ରାତଃ ଭ୍ରମଣରେ ଯାଉଥିଲା ବେଳେ ଗୋଟିଏ ଗାଡ଼ି ତାଙ୍କୁ ଧକ୍କା ଦେଇ ଚାଲିଯାଇଥିଲା। ସ୍ଥାନୀୟ ଲୋକେ ଉଭୟଙ୍କୁ ଆସିକା ସରକାରୀ ଡାକ୍ତରଖାନାକୁ ଆଣିଥିଲେଳ୍‌। ତେବେ ଡାକ୍ତର ମୃତ ଘୋଷଣା କରିଥିଲେ। ଘଟଣା ସମ୍ପର୍କରେ ମୃତ ରଶ୍ମିତାଙ୍କ ଭାଇ ବାସୁଦେବ ନାୟକ ଆସିକା ପୋଲିସରେ ଅଭିଯୋଗ କରିଛନ୍ତି। ପୋଲିସ ମୃତଦେହ ଜବତ କରି ଆସିକା ସରକାରୀ ଡାକ୍ତରଖାନାରେ ବ୍ୟବଛେଦ ପରେ ପରିବାରକୁ ହସ୍ତାନ୍ତର କରିଛି। ଘଟଣା ସମ୍ପର୍କରେ ଆସିକା ଥାନାରେ ୪୩୦/୨୦ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି। ମୃତ ମହିଳା ରଶ୍ମିତା କ୍ଷତ୍ରିୟବରପୁରସ୍ଥିତ ଶାଶୁ ଘରୁ ବାପଘରକୁ ଆସିଥିଲେ। ସେହିଭଳି ସିନ୍ଦୁରିଆପଡ଼ା ଗ୍ରାମରୁ ଆଶାରାଣୀ ମାମୁ ଘରକୁ ଆସିଥିଲା ବେଳେ ଏଭଳି ଅଘଟଣ ଘଟିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ଅଗଷ୍ଟ ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?