Posted inଖେଳ

ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚ ପୂର୍ବରୁ ଅଷ୍ଟ୍ରେଲିଆକୁ ବଡ ଝଟକା, ଦଳର ଅଧିନାୟକ ମିଚେଲ ମାର୍ଶ କରୋନା ପଜିଟିଭ୍‌

ସିଡ଼ନୀ,୮।୨: ଅଷ୍ଟ୍ରେଲିଆ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ଶୁକ୍ରବାର ଅର୍ଥାତ୍‌ ଫେବୃଆରୀ ୯ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ ଆରମ୍ଭ ହେବା ପୂର୍ବରୁ ଅଷ୍ଟ୍ରେଲିଆ ଦଳ ପାଇଁ ଖରାପ ଖବର ଆସିଛି। ବାସ୍ତବରେ ଦଳର ଅଧିନାୟକ ମିଚେଲ ମାର୍ଶଙ୍କ କରୋନା ପଜିଟିଭ୍‌ ଆସିଥିବା ଜଣାପଡିଛି। ଏଭଳି ପରିସ୍ଥିତିରେ ଏବେ ପ୍ରଶ୍ନ ଉଠୁଛି ଅଷ୍ଟ୍ରେଲିଆ ଦଳ ଅଧିନାୟକ ବିନା ୱେଷ୍ଟଇଣ୍ଡିଜ ବିପକ୍ଷରେ ଖେଳିବ କି? ମିଚେଲ ମାର୍ଶ ପ୍ରଥମ ମ୍ୟାଚ ଖେଳିବେ କି ନାହିଁ ତାହା ଉପରେ ଏକ ଅପ୍‌ଡେଟ ମଧ୍ୟ ଜାରି କରାଯାଇଛି।

ମିଚେଲ ମାର୍ଶଙ୍କୁ କରୋନା ପଜିଟିଭ ବିଷୟରେ ସୂଚନା ଦେଇ କ୍ରିକେଟ ଡଟ କମ ଏହାର ଅଫିସିଆଲ ଏକ୍ସ ଆକାଉଣ୍ଟରୁ କହିଛି ଯେ ଅଷ୍ଟ୍ରେଲୀୟ ଅଧିନାୟକ ମିଚେଲ ମାର୍ଶ କୋଭିଡ ପଜିଟିଭ ହୋଇଛନ୍ତି। ତେବେ ସେ ହୋବାର୍ଟରେ ଖେଳାଯିବାକୁ ଥିବା ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଖେଳୁଥିବା ଦେଖିବାକୁ ମିଳିବ। ମାର୍ଶ ମ୍ୟାଚ ସମୟରେ ଏକ ଅଲଗା ଡ୍ରେସିଂ ରୁମ ବ୍ୟବହାର କରିବେ। ମ୍ୟାଚ ସମୟରେ ସେ ପଡ଼ିଆରେ ଦୂରତା ବଜାୟ ରଖିବେ। ଏହି ବିବୃତ୍ତି ପରେ ଜଣାପଡୁଛି ଯେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ମ୍ୟାଚରେ ତାଙ୍କୁ ଖେଳୁଥିବା ଦେଖିବାକୁ ମିଳିବ। ଏଭଳି ପରିସ୍ଥିତିରେ ଅଷ୍ଟ୍ରେଲିଆ ଦଳ ଏହି ମ୍ୟାଚରେ ମିଚେଲ ମାର୍ଶଙ୍କୁ ହରାଇବାକୁ ଯାଉନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri