Posted inଖେଳ

Video: ଲାଇଭ୍‌ ମ୍ୟାଚ୍‌ରେ ଡ୍ରାମା, କ୍ୟାଚ୍‌ ଧରିବା ଲାଗି ଇଞ୍ଚେ ବି ହଲିଲେ ନାହିଁ ଗୋଟିଏ ବି ଫିଲ୍ଡର, ରାଗରେ ଚିତ୍କାର କଲେ ବୋଲର୍‌

ନୂଆଦିଲ୍ଲୀ,୯।୨: ଟେଷ୍ଟ ଏବଂ ଦିନିକିଆ ସିରିଜ ଶେଷ ହେବା ପରେ ଏବେ ଅଷ୍ଟ୍ରେଲିଆ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଖେଳାଯାଉଛି। ସିରିଜର ପ୍ରଥମ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ବିଜେତା ହୋଇଛି। ୧୧ ରନ୍‌ରେ ଦଳ ମ୍ୟାଚ୍‌ ଜିତି ନେଇଛି। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଇନିଂସର ଏକ ଭିଡିଓ ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ହେଉଛି।
ଅଷ୍ଟ୍ରେଲିଆ ଇନିଂସର ୧୯ତମ ଓଭରରେ କିଛି ଏଭଳି ଘଟିଥିଲା ଯାହାକୁ ଦେଖି ଲାଗିଥିଲା ଯେମିତି କି ଓ୍ବେଷ୍ଟଇଣ୍ଡିଜର ଦୁଇ ଖେଳାଳିଙ୍କ ମଧ୍ୟରେ ଯୁକ୍ତିତର୍କ ହେବ। ଓଭରରେ ଅଲ୍‌ଜାରୀ ଜୋସେଫ ବୋଲିଂ କରୁଥିଲେ। ଓଭରର ତୃତୀୟ ବଲ୍‌ରେ ଟିମ୍‌ ଡେଭିଡ୍‌ ଏକ ବଡ ଶର୍ଟ ଖେଳିବାକୁ ଚାହିଁଥିଲେ। ବଲ୍‌ଟି କ୍ୟାଚ୍‌ ହୋଇଥିଲା। ହେଲେ ବାଉଣ୍ଡ୍ରି ନିକଟରେ ଛିଡ଼ା ହୋଇଥିବା ୨ ଖେଳାଳି କ୍ୟାଚ୍‌ ଧରିବା ଲାଗି ନିଜ ସ୍ଥାନରୁ ଟିକିଏ ବି ହଲି ନ ଥିଲେ। ଶେଷରେ ଶାଇ ହୋପ୍‌ କିପର୍‌ଙ୍କ ପାଖକୁ ଥ୍ରୋ କରିଥିଲେ। ଏହାପରେ ହୋପ୍‌ କିଛି ସମୟ ଯାଏ ଉଭୟ ଖେଳାଳିଙ୍କୁ ରାଗରେ ଚାହୁଁଥିବା ଦେଖାଯାଇଥିଲା। ଏପରିକି ଜୋସେଫ ମଧ୍ୟ ରାଗରେ ଚିତ୍କାର କରିିଥିବା ଭିଡିଓରେ ଦେଖିବାକୁ ମିଳିଛି।
ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri