ଓଡ଼ିଶାରେ ଲାଗୁ ହେଉ ଆୟୁଷ୍ମାନ ଭାରତ ଯୋଜନା

କଟକ,୨ା୨ (କାର୍ତ୍ତିକ ସାହୁ):  ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା (ପିଏମ୍‌ଜେଏଓ୍ବାଇ) ଆୟୁଷ୍ମାନ ଭାରତକୁ ଓଡ଼ିଶାରେ କାର୍ଯ୍ୟକାରୀ କରିବା ଦିଗରେ ରାଜ୍ୟ ସରକାରୀ କର୍ତ୍ତୃପକ୍ଷ ନିଷ୍କ୍ରିୟତା ପ୍ରଦର୍ଶନ କରୁଛନ୍ତି। ଫଳରେ ରାଜ୍ୟର ସାଧାରଣ ଲୋକେ ଏହି ଯୋଜନାରେ ସ୍ବାସ୍ଥ୍ୟସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆୟୁଷ୍ମାନ ଭାରତ ଯୋଜନାକୁ ରାଜ୍ୟରେ ଲାଗୁ ନ କରି ରାଜ୍ୟ ସରକାର ଭାରତୀୟ ସମ୍ବିଧାନର ୧୪ ଓ ୨୧ ଧାରାର ଉଲ୍ଲଂଘନ କରୁଛନ୍ତି। ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ପକ୍ଷରୁ ଏନେଇ ହାଇକୋର୍ଟରେ ଶୁକ୍ରବାର ମାମଲା ଦାୟର କରାଯାଇଛି।
ମାମଲାର ବିବରଣୀ ଅନୁସାରେ, କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଦେଶରେ ଆୟୁଷ୍ମାନ ଭାରତ ଯୋଜନା ୨୦୧୮ ସେପ୍ଟେମ୍ବର ୨୩ରେ ଆରମ୍ଭ ହୋଇଥିଲା। ଦେଶର ସମସ୍ତ ଜନସାଧାରଣଙ୍କ ନିକଟରେ ସ୍ବାସ୍ଥ୍ୟସେବା ଉପଲବ୍ଧ କରାଇବା ଏହାର ଲକ୍ଷ୍ୟ। ନ୍ୟାଶନାଲ ସାମ୍ପଲ ସର୍ଭେ ଅର୍ଗାନାଇଜେସନ ଦ୍ୱାରା କରାଯାଇଥିବା ୭୧ତମ ସର୍ଭେ ଅନୁସାରେ ଦେଶର ୮୫.୯% ଗ୍ରାମାଞ୍ଚଳ ଓ ୮୨% ସହରାଞ୍ଚଳର ଲୋକଙ୍କ ନିକଟରେ ସ୍ବାସ୍ଥ୍ୟସେବା ପାଇଁ କୌଣସି ବୀମା ଉପଲବ୍ଧ ନାହିଁ। ଭାରତୀୟ ଜନସଂଖ୍ୟାର ୧୭% ଲୋକ ସର୍ବନିମ୍ନ ସେମାନଙ୍କର ବ୍ୟୟଚିଠାର ୧୦% ସ୍ବାସ୍ଥ୍ୟସେବା ପାଇଁ ଖର୍ଚ୍ଚ କରନ୍ତି। ଏପରିସ୍ଥଳେ କେନ୍ଦ୍ର ସରକାର ଆୟୁଷ୍ମାନ ଭାରତ ଯୋଜନାକୁ ଓଡ଼ିଶାରେ ଲାଗୁ କରିବା ପାଇଁ ରାଜ୍ୟ ସରକାରଙ୍କୁ ବହୁବାର ଅନୁରୋଧ କରିଥିଲେ ବି ତାହା ଲାଗୁ କରାଯାଉନାହିଁ। ରାଜ୍ୟ ସରକାର ୨୦୧୮ ଅଗଷ୍ଟ ୧୫ ତାରିଖରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କଓ୍ବୋଇ) ପ୍ରଚଳନ କରିଛନ୍ତି। ବିଏସ୍‌କଓ୍ବୋଇରେ ରାଜ୍ୟ ସରକାର ପ୍ରତି ପରିବାରକୁ ବାର୍ଷିକ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରୁଥିବାବେଳେ ଏଥିରେ ମଧ୍ୟ ବାର୍ଷିକ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଉଛି। କିନ୍ତୁ ଉକ୍ତ ଯୋଜନାରେ ପ୍ରଦତ୍ତ କାର୍ଡ ନାମ ଥିବା ବ୍ୟକ୍ତିଙ୍କ ବ୍ୟତୀତ ଅନ୍ୟ କେହି ଚିକିତ୍ସିତ ହେବାର ସୁବିଧା ନାହିଁ। ମାତ୍ର ଆୟୁଷ୍ମାନ ଭାରତ ଯୋଜନାରେ ପ୍ରତିଟି ବ୍ୟକ୍ତି ଚିକିତ୍ସାସେବା ପାଇବାର ସୁବିଧା ରହିଛି। ସମଗ୍ର ଦେଶରେ ବିଏସ୍‌କଓ୍ବୋଇ ଯୋଜନାରେ ୯୮ଟି ହସ୍ପିଟାଲକୁ ପଞ୍ଜୀକୃତ କରାଯାଇଥିବାବେଳେ ଆୟୁଷ୍ମାନ ଭାରତ ଯୋଜନାରେ ୨୮,୨୯୬ ହସ୍ପିଟାଲ ପଞ୍ଜୀକୃତ ହୋଇଛି। ଓଡ଼ିଶାର ଜନସାଧାରଣଙ୍କ ପାଇଁ ସ୍ବାସ୍ଥ୍ୟସେବାର ବହୁତ ସୁଯୋଗ ଏଥିରେ ରହିଥିବାରୁ ଓଡ଼ିଶାରେ ତୁରନ୍ତ ଏହାକୁ ଲାଗୁ କରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେବାକୁ ଆବେଦକାରୀ ପ୍ରାର୍ଥନା କରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସଚିବ, ନୂଆଦିଲ୍ଲୀସ୍ଥିତ ଜାତୀୟ ସ୍ବାସ୍ଥ୍ୟ କର୍ତ୍ତୃପକ୍ଷ, ରାଜ୍ୟ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଚିବ ଏବଂ ରାଜ୍ୟ ସ୍ବାସ୍ଥ୍ୟ, ଶିକ୍ଷା ଓ ତାଲିମ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକଙ୍କୁ ଏହି ମାମଲାରେ ପକ୍ଷଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

ତାମିଲନାଡୁରେ ବନ୍ଧା ପଡ଼ିଛି ଦାଦନ ଶ୍ରମିକଙ୍କ ମୃତଦେହ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦାଦନ ସମସ୍ୟା ଅସମାହିତ ରହିଛି। ଜିଲାର ପଦ୍ମପୁର ଉପଖଣ୍ଡରେ ଏହି ସମସ୍ୟା ଲାଗି ରହିଛି। ଏଠାରୁ ପ୍ରତିବର୍ଷ ରାଜ୍ୟ ବାହାରକୁ ଲୋକେ…

ସୂର୍ଯ୍ୟ-ଶନିଙ୍କ ମୁହାଁମୁହିଁ ଦୃଷ୍ଟି: ସତର୍କ ରୁହନ୍ତୁ ୩ ରାଶି; ଚାଲିଯିବ ସବୁ ଟଙ୍କା, କ୍ୟାରିୟରରେ ବଡ଼ ସଙ୍କଟ!

ସୂର୍ଯ୍ୟ ଏବଂ ଶନିଙ୍କ ମଧ୍ୟରେ ପ୍ରତିଯୁତି ଦୃଷ୍ଟି ଯୋଗ ଗଠନ ଅନେକ ରାଶି ପାଇଁ ଅଶୁଭ ସାବ୍ୟସ୍ତ ହୋଇପାରେ। ସୂର୍ଯ୍ୟ ଏବଂ ଶନି ମୁହାଁମୁହିଁ ହେବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?