ବରଗଡ଼ ଧନୁଯାତ୍ରା ପାଇଁ ସ୍ଥାପନ ହେଲା ଶୁଭସ୍ତମ୍ଭ, ଜୀରାନଦୀ ହେବ ଯମୁନା

ବରଗଡ଼,୪ା୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଧ୍ୟଆରୀ ୩ରୁ ଆରମ୍ଭ ହୋଇ ଜାନୁଆରୀ ୧୩ ପର୍ଯ୍ୟନ୍ତ ଚାଲିବ। ଦୀର୍ଘ ୧୧ ଦିନ ବ୍ୟାପୀ ଏହି ଅବଧି ମରେ ବରଗଡ଼ ମଥୁରାନଗରୀ ଏବଂ ଅମ୍ବାପାଲି ଗୋପପୁର ପାଲଟିବ। ସେହିପରି ବରଗଡ଼ ଓ ଅମ୍ବାପାଲି ମଧ୍ୟରେ ବହି ଯାଇଥିବା ଜୀରାନଦୀ ହେବ ଯମୁନା। ତେବେ ଏହି ମହୋତ୍ସବ ଯେତିକି ପାଖେଇ ଆସୁଛି, ଅଞ୍ଚଳବାସୀଙ୍କ ମଧ୍ୟରେ ସେତିକି ଉତ୍ସାହ ଉଦ୍ଦୀପନା ପରିଲକ୍ଷିତ ହେଉଛି।

ବୁଧବାର ସନ୍ଧ୍ୟା ୬ଟା ୩୦ରେ ପରମ୍ପରା ଅନୁଯାୟୀ, ବରଗଡ଼ ହାଟପଦା ସଞ୍ଚାର ମଣ୍ଡଳୀରେ ଧନୁଯାତ୍ରା ମହୋତ୍ସବର ଶୁଭସ୍ତମ୍ଭ ସ୍ଥାପିତ ହୋଇଛି। ଏହି ଅବସରରେ ଅପରାହ୍ନ ୫ଟାରେ ସ୍ଥାନୀୟ ସମଲେଶ୍ୱରୀ ମନ୍ଦିରରେ ପୂଜାର୍ଚ୍ଚନା ହୋଇଥିଲା। ପୂଜାର୍ଚ୍ଚନା ପରେ ଅପରାହ୍ନ ୫ଟା.୩୦ମିନିଟ୍‌ରେ ସମଲେଶ୍ୱରୀ ମନ୍ଦିରରୁ ହାଟପଦା ସଞ୍ଚାର ମଣ୍ଡଳୀ ଅଭିମୁଖେ ବର୍ଣ୍ଣାଢ୍ୟ ଶୋଭାଯାତ୍ରା ବାହାରିଥିଲା। ସନ୍ଧ୍ୟା ୬ଟା ୩୦ରେ ଶୋଭାଯାତ୍ରା ହାଟପଦା ସଞ୍ଚାର ମଣ୍ଡଳୀ ପହଞ୍ଚିବା ପରେ ପୂଜାର୍ଚ୍ଚନା ସହିତ ସେଠାରେ ଶୁଭସ୍ତମ୍ଭ ସ୍ଥାପନ କରାଯାଇଥିଲା।

ଧନୁଯାତ୍ରା ମହୋତ୍ସବ ସମିତିର ସଭାପତି ତଥା ଜିଲାପାଳ ଆଦିତ୍ୟ ଗୋୟଲ, ଉପସଭାପତି ତଥା ଏସ୍‌ପି ପି.ଏସ୍‌ ମୀନା କର୍ତ୍ତା କାର୍ଯ୍ୟ ନିର୍ବାହ କରିଥିଲେ। ଧନୁଯାତ୍ରାର ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ୱର ଶତପଥୀ, ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ର, କଂସ ଅଭିନେତା ଭୁବନେଶ୍ୱର ପ୍ରଧାନଙ୍କ ସମେତ ଅନ୍ୟ କଳାକାରବୃନ୍ଦ ଏବଂ ସମିତିର କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋ ସମ୍ପ୍ରଦାୟର ମକରରେ ନିଆରା ହେସାରାଘା ପର୍ବ: ନୃତ୍ୟ ଗୀତର ତାଳେତାଳେ ନାଚିଲେ…

ପାଟଣା,୧୮।୧(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଇଦ ବାଜା ଗ୍ରାମରେ ଶୁକ୍ରବାର ସାରେରେ ହୋ ସମ୍ପ୍ରଦାୟର ହେଶା ରେଗା ମାର୍ଶାଲ ଯୁବକ ସଂଘ ପକ୍ଷରୁ ମକର...

ପାଟଣା ରେଞ୍ଜରେ ପକ୍ଷୀଗଣନା ଆରମ୍ଭ : ଗତବର୍ଷ ତୁଳନାରେ…

ପାଟଣା,୧୮।୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ଶନିବାର ଠାରୁ ପକ୍ଷୀଗଣନା ଆରମ୍ଭ ହୋଇଛି। ରେଞ୍ଜର ଖିରେଇଟାଙ୍ଗିରି ସେକ୍ସନର ବଡ଼ବନ୍ଧ ଏବଂ ରାଜନଗର ନିକଟ ବୈତରଣୀ...

ସ୍ବର୍ଗତଃ ନବ ଦାସଙ୍କ ହତ୍ୟା ଘଟଣା: ହାଇକୋର୍ଟରେ ଜନସ୍ବାର୍ଥ ମାମଲା

ଭୁବନେଶ୍ୱର,୧୮।୧: ପୂର୍ବତନ ମନ୍ତ୍ରୀ ସ୍ବର୍ଗତଃ ନବ ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ଆବେଦନ କରି ହାଇକୋର୍ଟରେ ଜନସ୍ବାର୍ଥ ମାମଲା ହୋଇଛି। ଭାରତୀୟ ବିକାଶ ପରିଷଦର...

ଜି.ଉଦୟଗିରି ପୂର୍ତ୍ତ ବିଭାଗ ବଙ୍ଗଳାରେ ଅଚାନକ ପହଞ୍ଚିଗଲେ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ପରେ…

ଜି.ଉଦୟଗିରି,୧୮ା୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ପୂର୍ତ୍ତ ବିଭାଗ ବଙ୍ଗଳାରେ ଅଚାନକ ପଞ୍ଚାୟତିରାଜ ଓ ପାନୀୟ ଜଳଯୋଗାଣ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ...

ଦୀଘା ମୁହାଣରେ ବୁଡ଼ିଲା ମାଛଧରା ଟ୍ରଲର: ଅଳ୍ପକେ ବର୍ତ୍ତିଲେ ୯ ମତ୍ସ୍ୟଜୀବୀ

ଭୋଗରାଇ, ୧୮।୧ ( ପ୍ରଦୀପ ଦାସ ): ଓଡିଶା ପଶ୍ଚିମବଙ୍ଗ ସୀମାନ୍ତ ଦୀଘା ମୁହାଣ ନିକଟରେ ଏକ ମାଛଧରା ଟ୍ରଲର ବଡିଯାଇଛି। ମାଛ ମାରି କୂଳକୁ...

ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର ଘଟଣା: ପୀଡିତାଙ୍କୁ ଭେଟିଲେ କଂସ ଅଭିନେତା

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ):ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରାରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡିତା ଏବେ ମଧ୍ୟ...

ମାଲକାନଗିରିରୁ ରୋଗୀ ନେଇଯାଉଥିବା ବସ୍‌ ବିଶାଖାପାଟଣାରେ ଦୁର୍ଘଟଣାଗ୍ରସ୍ତ: ଚାଲିଗଲା ୨ ଜୀବନ

ମାଲକାନଗିରି,୧୮।୧(ଦୁର୍ଯ୍ୟୋଧନ ପାତ୍ର): ବିଶାଖାପାଟନମସ୍ଥିତ ଅନିଲ ନିରୁକୋଣ୍ଡା ହସ୍ପିଟାଲରେ ଚିକିତ୍ସା ପାଇଁ ରୋଗୀଙ୍କୁ ହସ୍ପିଟାଲ ତରଫରୁ ନେଇ ଯାଉଥିବା ବସ୍‌ର ସଡ଼କ ଦୁର୍ଘଟଣା ହୋଇଛି। ଦୁର୍ଘଟଣା ବିଶାଖାପାଟନମ...

ବାଳସୁଧାର ଗୃହକୁ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୮।୧(ଅଶେଷ ନାଥ ମିଶ୍ର): ବାଇକ ସହ ଗଞ୍ଜେଇ ଜବତ ଘଟଣାରେ ଗଞ୍ଜାମ ଜିଲା ପାଟପୁର ଥାନା ଏସ୍‌ଆଇ ହିମାଂଶୁ ପାତ୍ର ଶୁକ୍ରବାର ଅଭିଯୁକ୍ତଙ୍କୁ ଥାନା ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri