ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି ଶୁକ୍ରବାର ପାରଳାଖେମୁଣ୍ଡି ଆଣିଛି। ସେମାନେ ହେଲେ ଅଭିଳାଷ ଦଳବେହେରା (୨୧), ନିଥନିଏଲ ରଇତ (୨୪), ଜାରବିଏମ ଗମାଙ୍ଗ (୨୩), ବିକାଶ ମାଝୀ (୨୨) ଓ ଅକ୍ଷ ପାଟମାଝୀ (୨୩)। ଏହି ଯୁବକମାନଙ୍କ ପରିବାର ଲୋକେ ଆନ୍ଧ୍ରପ୍ରଦେଶରେ ସେମାନଙ୍କ ଲୋକ ବନ୍ଧକ ଥିବା ଆର୍‌.ଉଦୟଗିରି ଏସ୍‌ଡିପିଓ ରାକେଶ କୁମାର ସାହୁଙ୍କଠାରେ ଲିଖିତ ଅଭିଯୋଗ କରିଥିଲେ। ଆନ୍ଧ୍ରପ୍ରଦେଶକୁ ୩ ମାସ ତଳେ ଜଣେ ବ୍ୟକ୍ତି ଏମାନଙ୍କୁ କାମ କରିବାକୁ ନେଇ ଏକ ଯୋଗାଯୋଗ ବିଚ୍ଛିନ୍ନ ଉପକୂଳବର୍ତ୍ତୀ ସ୍ଥାନରେ ରଖି ମାଛ ପ୍ରକ୍ରିୟାକରଣ କାର୍ଯ୍ୟରେ ନିୟୋଜିତ କରିଥିଲେ। ଯୁବକମାନଙ୍କୁ ଖରାପ ପରିବେଶରେ କାର୍ଯ୍ୟ କରାଇବା, ସେମାନଙ୍କୁ ପର୍ଯ୍ୟାପ୍ତ ଖାଦ୍ୟ, ପାଣି ଓ ମଜୁରି ନ ଦେବା, ସେମାନଙ୍କ ଉପରେ କଡା ନଜର ରଖାଯାଇ ଧମକଚମକ ମିଳୁଥିବା ସେମାନଙ୍କ ପରିବାର ଲୋକେ ଅଭିଯୋଗ କରିଥିଲେ। ସେମାନଙ୍କୁ ନେଇଥିବା ବ୍ୟକ୍ତିଜଣକ ଯୁବକମାନଙ୍କ ମୋବାଇଲ ଫୋନ ମଧ୍ୟ ଛଡ଼ାଇ ନେଇଥିବାରୁ ସେମାନେ ସେମାନଙ୍କ ପରିବାର ଲୋକଙ୍କ ସହିତ ଯୋଗାଯୋଗ କରିପାରି ନ ଥିଲେ। ଏହା ଜାଣିବା ପରେ ଏସ୍‌ଡିପିଓ ସାହୁ ଆନ୍ଧ୍ରପ୍ରଦେଶ ପୋଲିସ ସହିତ ଯୋଗାଯୋଗ କରି ସ୍ଥାନୀୟ ପୋଲିସର ସହାୟତା ଲୋଡିଥିଲେ। ଫଳରେ ବାପତଲା ପୋଲିସ ଏକ ଟିମ୍‌ ଗଠନ କରି ଗଜପତି ପୋଲିସକୁ ସମସ୍ତ ସହାୟତା ଯୋଗାଇ ଦେଇଥିଲା। ଯାହାଦ୍ୱାରା ଏହି ୫ ଜଣ ଯୁବକଙ୍କୁ ଉଦ୍ଧାର କରାଯାଇ ସେମାନଙ୍କ ଘରକୁ ଅଣାଯାଇଥିଲା। ଗଜପତି ପୋଲିସ ୫ ଯୁବକଙ୍କୁ ନେଇ ଏପରି ପରିବେଶରେ କାର୍ଯ୍ୟରେ ଲଗାଇଥିବା ସମ୍ପୃକ୍ତ ବ୍ୟକ୍ତିଙ୍କୁ ଧରିବାକୁ ଉଦ୍ୟମ ଜାରି ରଖିଛି। ଶ୍ରମ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଜିଲା ଶ୍ରମ କାର୍ଯ୍ୟାଳୟକୁ ଅବଗତ କରାଯାଇଥିବା ଏସ୍‌ଡିପିଓ ସାହୁ କହିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?