Posted inଖେଳ

ଭାରତ ବିପକ୍ଷ ଟି -୨୦ ସିରିଜ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା, ମାଥ୍ୟୁ ୱେଡଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ସିଡ଼ନୀ,୨୮।୧୦: ଭାରତ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ ନିଜ ଦଳ ଘୋଷଣା କରିଛି। ଭାରତ ବିପକ୍ଷ ଟି -୨୦ ସିରିଜରେ ପ୍ୟାଟ କମିନ୍ସ, ମିଚେଲ ମାର୍ଶ ଏବଂ ଜୋଶ ହେଜଲଉଡଙ୍କୁ ବିଶ୍ରାମ ଦିଆଯାଇଛି। ଡେଭିଡ ୱାର୍ନର ଏବଂ ଷ୍ଟିଭ ସ୍ମିଥ ଟି -୨୦ ଦଳକୁ ଫେରିଛନ୍ତି।

କମିନ୍ସ, ମାର୍ଶ ଏବଂ ହେଜଲଉଡଙ୍କ ବ୍ୟତୀତ ଅଲରାଉଣ୍ଡର କ୍ୟାମେରନ ଗ୍ରୀନ ଏବଂ ଫାଷ୍ଟ ବୋଲର ମିଚେଲ ଷ୍ଟାର୍କ ମଧ୍ୟ ଭାରତ ବିପକ୍ଷ ଟି -୨୦ ସିରିଜରେ ବିଶ୍ରାମ ନେଇଛନ୍ତି। ଯେହେତୁ ସ୍ପିନ ଅଲରାଉଣ୍ଡର ଆଷ୍ଟନ ଏଗର ଏ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଫିଟ୍‌ ନୁହଁନ୍ତି ଏବଂ ଚୟନ ପାଇଁ ଉପଲବ୍ଧ ନ ଥିଲେ।

ଉଇକେଟ୍‌ କିପର ବ୍ୟାଟ୍ସମ୍ୟାନ ମାଥ୍ୟୁ ୱେଡ ଭାରତ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜରେ କଙ୍ଗାରୁ ଦଳର ଅଧିନାୟକ ହେବେ। ଏହି ସିରିଜ ଟି -୨୦ ଦଳକୁ ଡେଭିଡ ୱାର୍ନର ଏବଂ ଷ୍ଟିଭ ସ୍ମିଥଙ୍କ ପ୍ରତ୍ୟାବର୍ତ୍ତନ ହୋଇଛି। ଏହା ବ୍ୟତୀତ ଟ୍ରାଭିସ ହେଡ, ମାର୍କସ ଷ୍ଟୋଇନିସ, ଗ୍ଲେନ ମ୍ୟାକ୍ସୱେଲ ଏବଂ ଟିମ ଡେଭିଡ ମଧ୍ୟ ଏହି ସିରିଜରେ ଅଷ୍ଟ୍ରେଲିୟ ଦଳର ଅଂଶ ହେବେ।

ଭାରତ ବିପକ୍ଷ ଟି-୨୦ ସିରିଜ ପାଇଁ ଅଷ୍ଟ୍ରେଲିୟ ଦଳ – ମାଥ୍ୟୁ ୱେଡ (ଅଧିନାୟକ), ଜେସନ ବେହରନଡାଫର୍ର୍, ସିନ ଆବଟ୍ଟ, ଟିମ ଡେଭିଡ, ନାଥନ ଏଲିସ, ଟ୍ରାଭିସ ହେଡ, ଜୋସ ଇଂଲିସ (ଉଇକେଟ୍‌ କିପର), ସ୍ପେନ୍ସର ଜନସନ, ଗ୍ଲେନ ମ୍ୟାକ୍ସୱେଲ, ତନବୀର ସାଂଘା, ମ୍ୟାଟ ସାର୍ଟ, ଷ୍ଟିଭ ସ୍ମିଥ, ମାର୍କସ ଷ୍ଟୋଇନିସ, ଡେଭିଡ ୱାର୍ନର ଏବଂ ଏଡମ ଜମ୍ପା।


Enter your email to get our daily news in your inbox.

All Right Reserved By Dharitri.Com

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri