Posted inଖେଳ

ବିଶ୍ୱକପ୍‌ ପାଇଁ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ

ସିଡ଼ନୀ,୬।୯: ବର୍ତ୍ତମାନ ଭାରତରେ ହେବାକୁ ଥିବା ଦିନିକିଆ ବିଶ୍ୱକପ୍‌କୁ ଏକ ମାସରୁ କମ ସମୟ ବାକି ଅଛି। ଏହି ସମୟରେ କ୍ରିକେଟ ଅଷ୍ଟ୍ରେଲିଆ ମେଗା ଇଭେଣ୍ଟ ପାଇଁ ଏହାର ୧୫ ଖେଳାଳିଙ୍କ ନାମ ଘୋଷଣା କରିଛି। ଅଷ୍ଟ୍ରେଲିଆ ପାଖରେ ୨୭ସେପ୍ଟେମ୍ବର ପର୍ଯ୍ୟନ୍ତ ଦଳରେ ପରିବର୍ତ୍ତନ କରିବାର ସୁଯୋଗ ରହିଛି। ଗତ ମାସ ଆରମ୍ଭରେ ଅଷ୍ଟ୍ରେଲିଆ ବିଶ୍ୱକପ୍‌ ପାଇଁ ୧୮ ଜଣିଆ ଦଳ ଘୋଷଣା କରିଥିଲା ।

୫ ଥର ଦିନିକିଆ ବିଶ୍ୱକପ୍‌ ଟାଇଟଲ ଜିତିଥିବା ଅଷ୍ଟ୍ରେଲିଆର ଏହି ଦଳରେ ସ୍ଥାନ ପାଇନଥିବା ଖେଳାଳିଙ୍କ ମଧ୍ୟରେ ଦ୍ରୁତ ବୋଲର ଆରୋନ ହାର୍ଡି, ଅଲରାଉଣ୍ଡର ନେଥନ ଏଲିସ ଏବଂ ଭାରତୀୟ ମୂଳ ସ୍ପିନର ତନବୀର ସାଂଘାଙ୍କ ନାମ ରହିଛି। ଏହା ବ୍ୟତୀତ ଯେତେବେଳେ ୧୮ ଜଣିଆ ଦଳ ଘୋଷଣା କରାଯାଇଥିଲା, ସେତେବେଳେ ମାର୍ନସ ଲାବୁସେନ ସ୍ଥାନ ନ ପାଇବା ସମସ୍ତଙ୍କ ପାଇଁ ଏକ ଆଶ୍ଚର୍ଯ୍ୟଜନକ ଥିଲା, ଯିଏକି ଏହି ୧୫ ସଦସ୍ୟ ବିଶିଷ୍ଟ ଦଳରେ ମଧ୍ୟ ସାମିଲ ହୋଇନାହାନ୍ତି।

ଅଷ୍ଟ୍ରେଲିଆ ନିଜର ଦିନିକିଆ ବିଶ୍ୱକପ ଦଳରେ ୪ ଦ୍ରୁତ ବୋଲରଙ୍କୁ ସ୍ଥାନ ଦେଇଛି, ଯେଉଁଥିରେ ଅଧିନାୟକ ପ୍ୟାଟ କମିନ୍ସଙ୍କ ବ୍ୟତୀତ ଜୋଶ ହାଜଲେଉଡ, ମିଚେଲ ଷ୍ଟୋର୍କ ଏବଂ ସିନ ଆବଟ୍ଟଙ୍କ ନାମ ସାମିଲ। ଏହା ବ୍ୟତୀତ ଗ୍ଲେନ ମ୍ୟାକ୍ସୱେଲ ପ୍ରଥମ ସ୍ପିନ ଅଲରାଉଣ୍ଡର ଭାବରେ ଦଳରେ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ବନ୍ଧୁ ଉପରେ ଇସ୍ରାଏଲୀ ଆକ୍ରମଣ! ନେତାନ୍ୟାହୁଙ୍କ ଭୁଲ୍‌ ନା ଷଡ଼ଯନ୍ତ୍ର?

ଓ୍ବାଶିଂଟନ୍‌,୨୭।୩: ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଆମେରିକା-ଇସ୍ରାଏଲ ବିବାଦ ଏବେ ସିଧାସଳଖ ପାକିସ୍ତାନକୁ ପ୍ରଭାବିତ କରୁଛି। ତେହେରାନରେ ପାକିସ୍ତାନୀ ଦୂତାବାସ ଏବଂ ପାକିସ୍ତାନୀ ରାଷ୍ଟ୍ରଦୂତଙ୍କ ବାସଭବନ…

ଚନ୍ଦ୍ରଗିରି ଯାଉଥିବା ବେଳେ ଟ୍ରକକୁ ପଛପଟୁ ଧକ୍କା ଦେଲା ଆକ୍ଟିଭା

ମୋହନା, ୨୭ା୩(ମନ୍ମଥ ମିଶ୍ର): ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିବା ଏକ ଟ୍ରକରେ ଦ୍ରୁତ ଗତିରେ ଆସୁଥିବା ଏକ ଆକ୍ଟିଭା (ଓଆର ୦୭ଏନ-୪୯୬୫) ପଛପଟୁ ଧକ୍କା ଦେଇଥିଲା। ଫଳରେ…

ଘରୋଇ ହିଂସାରୁ ମହିଳାଙ୍କୁ କିପରି ସୁରକ୍ଷା ଦେବ ଆଇନ

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି (ଟିଏଲଏସସି )ପକ୍ଷରୁ ଗୁରୁବାର ସ୍ଥାନୀୟ ମିଶନ ଶକ୍ତି ଭବନ ପରିସରରେ ଏକ ଆଇନ…

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri