Posted inଖେଳ

ଭାରତକୁ କ୍ଷମା ମାଗିଲା ଅଷ୍ଟ୍ରେଲିଆ

ସିଡନୀ,୧୦।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସିଡନୀରେ ଚାଲିଥିବା ତୃତୀୟ ଟେଷ୍ଟର ଚତୁର୍ଥ ଦିନରେ ଅଷ୍ଟ୍ରେଲୀୟ ଦର୍ଶକ ପୁଣି ଥରେ ସୀମା ଅତିକ୍ରମ କରିଛନ୍ତି। ଭାରତୀୟ ବୋଲର୍‌ ମହମ୍ମଦ ସିରାଜଙ୍କ ଉପରେ ଅଶାଳୀନ ମନ୍ତବ୍ୟ ଦେଇଥିଲେ। ମ୍ୟାଚର ତୃତୀୟ ଦିନରେ ମଧ୍ୟ ସମାନ ଘଟଣା ଘଟିଥିଲା। ଉଭୟ ଜସପ୍ରୀତ ବୁମରା ଏବଂ ସିରାଜ ମଧ୍ୟ ଏ ବିଷୟରେ ଅଭିଯୋଗ କରିଥିଲେ। ଚତୁର୍ଥ ଦିନ ସିରାଜ ପୋଲିସକୁ କହିଥିଲେ ଯେଉଁ ସ୍ଥାନରୁ ସ୍ବର ଆସିଛି। ଏହା ପରେ ପୋଲିସ ୬ ଜଣ ଅଷ୍ଟ୍ରେଲୀୟ ଦର୍ଶକଙ୍କୁ ଷ୍ଟାଡିୟମରୁ ବାହାର କରି ଦେଇଥିଲା। ଅଷ୍ଟ୍ରେଲୀୟ ଦର୍ଶକଙ୍କ ଏହି କାର୍ଯ୍ୟ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ ଟିମ ଇଣ୍ଡିଆକୁ କ୍ଷମା ମାଗିବା ସହ ସୋସିଆଲ ମିଡିଆରେ ଏକ ବିବୃତ୍ତି ଜାରି କରି କହିଛି ଯେ ଏଭଳି ଆଚରଣ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ ଜିରୋ ଟଲେରାନ୍ସ (ଅସହ୍ୟ)ନୀତି। ଏହାସହ ଦର୍ଶକଙ୍କୁ କୁହାଯାଇଛି ଯେ ଯଦି ଜାତିପ୍ରଥା ମନ୍ତବ୍ୟ ଦିଅନ୍ତି ତେବେ ଅଷ୍ଟ୍ରେଲିଆ କ୍ରିକେଟରେ ଏହାକୁ ସ୍ବାଗତ କରାଯିବ ନାହିଁ। କ୍ରିକେଟ ଅଷ୍ଟ୍ରେଲିଆ କହିଛି ଯେ, ବୋର୍ଡ ଆଇସିସି ତଦନ୍ତକୁ ଅପେକ୍ଷା କରିଛି। ଦୋଷୀ ଚିହ୍ନଟ ହେବା ପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହାସହ କ୍ରିକେଟ୍‌ ଅଷ୍ଟ୍ରେଲିଆ ପକ୍ଷରୁ କୁହାଯାଇଛି ଯେ, ହୋଷ୍ଟ ଭାବରେ ଆମେ ଆମର ବନ୍ଧୁଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri