Posted inଖେଳ

ଭାରତକୁ କ୍ଷମା ମାଗିଲା ଅଷ୍ଟ୍ରେଲିଆ

ସିଡନୀ,୧୦।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସିଡନୀରେ ଚାଲିଥିବା ତୃତୀୟ ଟେଷ୍ଟର ଚତୁର୍ଥ ଦିନରେ ଅଷ୍ଟ୍ରେଲୀୟ ଦର୍ଶକ ପୁଣି ଥରେ ସୀମା ଅତିକ୍ରମ କରିଛନ୍ତି। ଭାରତୀୟ ବୋଲର୍‌ ମହମ୍ମଦ ସିରାଜଙ୍କ ଉପରେ ଅଶାଳୀନ ମନ୍ତବ୍ୟ ଦେଇଥିଲେ। ମ୍ୟାଚର ତୃତୀୟ ଦିନରେ ମଧ୍ୟ ସମାନ ଘଟଣା ଘଟିଥିଲା। ଉଭୟ ଜସପ୍ରୀତ ବୁମରା ଏବଂ ସିରାଜ ମଧ୍ୟ ଏ ବିଷୟରେ ଅଭିଯୋଗ କରିଥିଲେ। ଚତୁର୍ଥ ଦିନ ସିରାଜ ପୋଲିସକୁ କହିଥିଲେ ଯେଉଁ ସ୍ଥାନରୁ ସ୍ବର ଆସିଛି। ଏହା ପରେ ପୋଲିସ ୬ ଜଣ ଅଷ୍ଟ୍ରେଲୀୟ ଦର୍ଶକଙ୍କୁ ଷ୍ଟାଡିୟମରୁ ବାହାର କରି ଦେଇଥିଲା। ଅଷ୍ଟ୍ରେଲୀୟ ଦର୍ଶକଙ୍କ ଏହି କାର୍ଯ୍ୟ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ ଟିମ ଇଣ୍ଡିଆକୁ କ୍ଷମା ମାଗିବା ସହ ସୋସିଆଲ ମିଡିଆରେ ଏକ ବିବୃତ୍ତି ଜାରି କରି କହିଛି ଯେ ଏଭଳି ଆଚରଣ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ ଜିରୋ ଟଲେରାନ୍ସ (ଅସହ୍ୟ)ନୀତି। ଏହାସହ ଦର୍ଶକଙ୍କୁ କୁହାଯାଇଛି ଯେ ଯଦି ଜାତିପ୍ରଥା ମନ୍ତବ୍ୟ ଦିଅନ୍ତି ତେବେ ଅଷ୍ଟ୍ରେଲିଆ କ୍ରିକେଟରେ ଏହାକୁ ସ୍ବାଗତ କରାଯିବ ନାହିଁ। କ୍ରିକେଟ ଅଷ୍ଟ୍ରେଲିଆ କହିଛି ଯେ, ବୋର୍ଡ ଆଇସିସି ତଦନ୍ତକୁ ଅପେକ୍ଷା କରିଛି। ଦୋଷୀ ଚିହ୍ନଟ ହେବା ପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହାସହ କ୍ରିକେଟ୍‌ ଅଷ୍ଟ୍ରେଲିଆ ପକ୍ଷରୁ କୁହାଯାଇଛି ଯେ, ହୋଷ୍ଟ ଭାବରେ ଆମେ ଆମର ବନ୍ଧୁଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri