Posted inଖେଳ

ଭାରତକୁ ୯ ଉଇକେଟ୍‌ରେ ପରାସ୍ତ କଲା ଅଷ୍ଟ୍ରେଲିଆ

ଇନ୍ଦୋର,୩।୩: ଚାରି ଟେଷ୍ଟ ସିରିଜର ତୃତୀୟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟିମ ଇଣ୍ଡିଆକୁ ୯ ଉଇକେଟ୍‌ରେ ପରାସ୍ତ କରିଛି। ଏହି ବିଜୟ ସହିତ ଅଷ୍ଟ୍ରେଲିଆ ସିରିଜରେ ପ୍ରତ୍ୟାବର୍ତ୍ତନ କରିଛି। ପ୍ରଥମ ଦୁଇଟି ଟେଷ୍ଟ ଜିତିବା ପରେ ସିରିଜ୍‌ରେ ଭାରତ ୨-୧ରେ ଆଗୁଆ ରହିଛି। ଦ୍ୱିତୀୟ ଇନିଂସରେ ଜିତିବା ପାଇଁ ଅଷ୍ଟ୍ରେଲିଆ ନିକଟରେ ୭୬ ରନର ଲକ୍ଷ୍ୟ ଥିଲା। ମ୍ୟାଚର ତୃତୀୟ ଦିନରେ ଗୋଟିଏ ଉଇକେଟ୍‌ ହରାଇ ଦଳ ଲକ୍ଷ୍ୟସ୍ଥଳରେ ପହଞ୍ଚିଥିଲା। ମାର୍ଚ୍ଚ ୯ରୁ ଅହମ୍ମଦାବାଦରେ ଦୁଇ ଦେଶ ମଧ୍ୟରେ ଚତୁର୍ଥ ଟେଷ୍ଟ ଖେଳାଯିବ।
ତୃତୀୟ ଟେଷ୍ଟର ତୃତୀୟ ଦିନରେ ଲଞ୍ଚ୍‌ ପୂର୍ବରୁ ଅଷ୍ଟ୍ରେଲିଆ ମ୍ୟାଚ ଶେଷ କରିଥିଲା। ଅଷ୍ଟ୍ରେଲିଆ ୧୮.୧ ଓଭରରେ ୭୬ ରନ ଲକ୍ଷ୍ୟ ହାସଲ କରିଥିଲେ। କଙ୍ଗାରୁ ଦଳ ଗୋଟିଏ ଉଇକେଟରେ ୭୮ ରନ ସଂଗ୍ରହ କରିଥିଲା। ଟ୍ରାଭିସ ହେଡ ୫୩ ବଲରୁ ୪୯ ରନରେ ମାର୍ଶ ଲାବୁଶେନ ୨୮ ରନରେ ଅପରାଜିତ ରହିଥିଲେ। ଉସମାନ ଖ୍ବାଜା ଖାତା ଖୋଲିପାରି ନ ଥିଲେ।
ପ୍ରଥମ ଇନିଂସରେ ଭାରତ ୧୦୯ ରନ ସଂଗ୍ରହ କରିଥିଲା। ଏଥି ସହିତ ଅଷ୍ଟ୍ରେଲିଆ ୧୯୭ ରନ ସଂଗ୍ରହ କରିଥିଲା। ଫଳରେ ଅଷ୍ଟ୍ରେଲିଆ ୮୮ ରନର ଅଗ୍ରଣୀ ହାସଲ କରିଥିଲା। ଏହା ପରେ ଭାରତୀୟ ଦଳ ଦ୍ୱିତୀୟ ଇନିଂସରେ ୧୬୩ ରନରେ ଅଲଆଉଟ୍‌ ହୋଇଥିଲା। ଫଳରେ ଅଷ୍ଟ୍ରେଲିଆକୁ ୭୬ ରନ୍‌ର ବିଜୟ ଲକ୍ଷ୍ୟ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri