Posted inଖେଳ

ଫ୍ରାନ୍ସ ବିପକ୍ଷରେ ଅଷ୍ଟ୍ରେଲିଆ ଫେଭରାଇଟ

କଳିଙ୍ଗରେ ଦ୍ୱିତୀୟ ମ୍ୟାଚରେ ଫ୍ରାନ୍ସକୁ ଭେଟିବ ଶକ୍ତିଶାଳୀ ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟ ଇତିହାସରେ ସର୍ବାଧିକ ପଦକ ବିଜୟୀ ଅଷ୍ଟ୍ରେଲିଆ ସ୍ବାଭାବିକଭାବେ ଫେଭରାଉଟ ବିବେଚିତ ହେଉଛି। ଅଷ୍ଟ୍ରେଲିଆ ୧୯୮୬, ୨୦୧୦, ୨୦୧୪ରେ ଚାମ୍ପିୟନ ହୋଇଥିବାବେଳେ ୨୦୦୨ ଓ ୨୦୦୬ରେ ରନରଅପ୍‌ ହେବାର ସୌଭାଗ୍ୟ ପାଇଥିଲା। ସେହିପରି ୧୯୭୮, ୧୯୮୨, ୧୯୯୦, ୧୯୯୪ ଓ ୨୦୧୮ରେ ତୃତୀୟ ସ୍ଥାନ ହାସଲ କରି ବ୍ରୋଞ୍ଜ ପଦକ ପାଇଥିଲା। ସେହି ତୁଳନାରେ ଦେଖିବାକୁ ଗଲେ ଫ୍ରାନ୍ସ ମାତ୍ର ୪ର୍ଥ ଥରପାଇଁ ବିଶ୍ୱକପରେ ଅବତୀର୍ଣ୍ଣ ହେବାକୁ ଯାଉଛି। ୧୯୭୧ ଓ ୧୯୯୨ରେ ୭ମ ସ୍ଥାନ ଦଳପାଇଁ ଶ୍ରେଷ୍ଠ ସଫଳତା ହୋଇ ରହିଛି। ଉଭୟ ଦଳ ମଧ୍ୟରେ ଏପର୍ଯ୍ୟନ୍ତ ମୋଟ ୮ଟି ମ୍ୟାଚ ଅନୁଷ୍ଠିତ ହୋଇଛି। ଏଥିରୁ ଅଷ୍ଟ୍ରେଲିଆ ୬ଟି ଜିତିଥିବାବେଳେ ଫ୍ରାନ୍ସ ମାତ୍ର ୨ଟିରେ ବିଜୟ ସ୍ବାଦ ଚାଖିଛି। ଶେଷଥରପାଇଁ ଦୁଇ ଦଳ ଭୁବନେଶ୍ୱରରେ ଅନୁଷ୍ଠିତ ୨୦୧୮ ବିଶ୍ୱକପରେ ପରସ୍ପରକୁ ଭେଟିଥିଲେ। ଏଥିରେ ଅଷ୍ଟ୍ରେଲିଆ ୩-୦ ଗୋଲରେ ବିଜୟୀ ହୋଇଥିଲା। ଅଷ୍ଟ୍ରେଲିଆ ବିପକ୍ଷରେ ଫ୍ରାନ୍ସର ଶେଷ ବିଜୟ ୧୯୭୧ରେ ଆସିଥିଲା। ସେତେବେଳେ ବିଶ୍ୱକପରେ ଫ୍ରାନ୍ସ ୧-୦ ଗୋଲରେ ଅଷ୍ଟ୍ରେଲିଆକୁ ହରାଇଥିଲା। ଏହାପରେ ଅଷ୍ଟ୍ରେଲିଆ ପ୍ରଦର୍ଶନରେ ଅନେକ ପରିବର୍ତ୍ତନ ଆସିଛି। ଫ୍ରାନ୍ସ ଦଳ କ୍ରମାଗତ ୬ ବିଜୟର ରେକର୍ଡ ବହନ କରୁଛି। ତେଣୁ ଆଗାମୀ ମ୍ୟାଚରେ ଅଷ୍ଟ୍ରେଲିଆକୁ ଚ୍ୟାଲେଞ୍ଜ ଦେବାକୁ ହେଲେ ଫ୍ରାନ୍ସକୁ ଅନେକ କଷ୍ଟ ସ୍ବିକାର କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri