Posted inଖେଳ

ଭାରତକୁ ୨୦୦ ରନ୍‌ର ଟାର୍ଗେଟ୍‌ ଦେଲା ଅଷ୍ଟ୍ରେଲିଆ

ଚେନ୍ନାଇ,୮।୧୦: ବିଶ୍ୱକପ ପଞ୍ଚମ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଭାରତକୁ ୨୦୦ ରନ୍‌ର ଟାର୍ଗେଟ୍‌ ଦେଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ୪୯.୩ ଓଭରରେ ୧୯୯ ଅଲଆଉଟ୍‌ ହୋଇଛି। ଫଳରେ ଭାରତକୁ ଜିତିବା ପାଇଁ ୨୦୦ ରନ ଦରକାର। ଷ୍ଟିଭ ସ୍ମିଥ ଅଷ୍ଟ୍ରେଲିଆ ପାଇଁ ସର୍ବାଧିକ ୪୬ ରନ ସ୍କୋର କରିଥିଲେ। ସେ ୭୧ ବଲ୍‌ର ସମ୍ମୁଖୀନ ହୋଇ ୫ ଚୌକା ମାରିଥିଲେ। ଡେଭିଡ ୱାର୍ନର ୫୨ ବଲରେ ୪୧ ରନ ସଂଗ୍ରହ କରିଥିଲେ। ୱାର୍ନର ୬ଟି ଚୌକା ମାରିଥିଲେ। ଲାବୁସାଗ୍ନେ ୨୭ ରନ ଏବଂ ମ୍ୟାକ୍ସୱେଲ ୧୫ ରନ ଯୋଗଦାନ କରିଥିଲେ। ୧୫ ରନ ସ୍କୋର କରିବା ପରେ ପ୍ୟାଟ କମିନ୍ସ ଆଉଟ ହୋଇଥିଲେ।
ଭାରତୀୟ ସ୍ପିନରମାନେ ଚମତ୍କାର ପ୍ରଦର୍ଶନ କରିଥିଲେ। ରବିନ୍ଦ୍ର ଜାଡେଜା ୧୦ ଓଭରରେ ୨୮ ରନ ଦେଇ ୩ ଉଇକେଟ ନେଇଥିଲେ। ୧୦ ଓଭରରେ ୪୨ ରନ ଦେଇ କୁଲଦୀପ ଯାଦବ ୨ ଉଇକେଟ ନେଇଥିଲେ। ରବିଚନ୍ଦ୍ରନ ଅଶ୍ୱିନ, ଜଶପ୍ରୀତ ବୁମ୍‌ରା ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ମହମ୍ମଦ ସିରାଜ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri