Posted inUncategorized

୪ ଦିନରେ ମ୍ୟାଚ ଶେଷ: ଅଧିନାୟକ ପ୍ୟାଟ କୁମିନଙ୍କ ପୁଣି ରେକର୍ଡ

ମେଲବୋର୍ନ,୩୦ା୧୨: ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ଓ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟ ମ୍ୟାଚର ଖେଳ ୪ ଦିନ ମଧ୍ୟରେ ଶେଷ ହୋଇଛି। ଏଥିରେ ଅଷ୍ଟ୍ରେଲିଆ ୭୯ ରନରେ ବିଜୟ ଲାଭ କରିଛି। ଅଧିନାୟକ ପ୍ୟାଟ କୁମିନ୍ସ ମ୍ୟାଚରେ ମୋଟ ୧୦ ଉଇକେଟ ଅକ୍ତିଆର କରି ଦଳକୁ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିବା ସହ ପୁଣି ଏକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ବିଜୟ ଦ୍ୱାରା ଅଷ୍ଟ୍ରେଲିଆ ୨-୦ରେ ଅଗ୍ରଣୀ ସହ ୩ ମ୍ୟାଚ ବିଶିଷ୍ଟ ସିରିଜ ଆଗୁଆ କବ୍‌ଜା କରିନେଇଛି।

୩୨୭ ରନର ବିଜୟ ଲକ୍ଷ୍ୟ ପିଛା କରୁଥିବା ପାକିସ୍ତାନ ଏକଦା ୫ ଉଇକେଟରେ ୨୧୯ ରନ କରି ସୁବିଧାଜନକ ସ୍ଥିତିରେ ଥିଲା। ଦଳ ଅଷ୍ଟ୍ରେଲିଆ ବିପକ୍ଷରେ ଏହାର ସର୍ବାଧିକ ରନ ଚେଜ୍‌ରେ ସଫଳ ହେବ ବୋଲି ମନେହେଉଥିତ୍ଲା। ମହମ୍ମଦ ରିଜଓ୍ବାନ (୩୫ ରନ) ଓ ସଲମନ ଅଲି ଆଘା (୫୦)କ୍ରିଜରେ ମହଜୁଦ ରହି ଅଷ୍ଟ୍ରେଲିଆ ପାଇଁ ବିପଦ ସୃଷ୍ଟି କରିଥିଲେ। ମାତ୍ର କୁମିନ୍ସ ଏହି ଦୁଇ ଖେଳାଳିଙ୍କ ମଧ୍ୟରେ ୬୭ରନର ପାର୍ଟନରଶିପର ଅନ୍ତ ଘଟାଇଥିଲେ। ଚତୁର୍ଥ ଦିବସ ଖେଳ ଶେଷ ହେବାକୁ ଆଉ ୧୫ ମିନିଟ ବାକି ଥିବା ବେଳେ ନାଟକୀୟ ଭାବେ ପାକିସ୍ତାନର ଦ୍ୱିତୀୟ ଇନିଂସ ସ୍କୋର ୨୩୭ରନରେ ସୀମିତ ହୋଇଯାଇଥିଲା। ପାକିସ୍ତାନ ଇନିଂସରେ ଅବଦାନ ରଖିଥିବା ଅନ୍ୟ ବ୍ୟାଟରମାନଙ୍କ ମଧ୍ୟରେ ଅଧିନାୟକ ଶନ ମାସୁଦ ୬୦ ଏବଂ ବାବର ଆଜାମ ୪୧ ରନ କରିଥିଲେ। ପୂର୍ବରୁ ଏହାର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୧୮୭/୬ରୁ ଖେଳ ଆରମ୍ଭ କରିଥିବା ଅଷ୍ଟ୍ରେଲିଆ ୨୬୨ ରନରେ ଅଲଆଉଟ ହୋଇଯାଇଥିଲା।
ପର୍ଥଠାରେ ଅନୁଷ୍ଠିତ ପ୍ରଥମ ଟେଷ୍ଟରେ ଅଷ୍ଟ୍ରେଲିଆ ୩୬୦ରନରେ ବିଜୟ ହାସଲ କରିଥିଲା। ଦୁଇ ଦଳ ମଧ୍ୟରେ ତୃତୀୟ ତଥା ଅନ୍ତିମ ମ୍ୟାଚ ଆସନ୍ତା ବୁଧବାରଠାରୁ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

F-16 ଫାଇଟର ଜେଟ୍‌ ଦୁର୍ଘଟଣା, ହୁତୁହୁତୁ ହୋଇ…

ଓ୍ବାଶିଂଟନ,୧୮।୯: ଆମେରିକାର ମିଚିଗାନରେ ନିୟମିତ ପ୍ରଶିକ୍ଷଣ ଉଡ଼ାଣ ସମୟରେ ଟେକ୍ସାସ ଏୟାର ନ୍ୟାସନାଲ ଗାର୍ଡର ଏକ F-16 ଫାଇଟର ଜେଟ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗ୍ରାଣ୍ଡ ଟ୍ରାଭର୍ସ…

ଏଇ ଭାରତରେ

ତାମିଲନାଡୁର ସତ୍ୟମଙ୍ଗଳମ୍‌ ବ୍ୟାଘ୍ର ସଂରକ୍ଷିତ ଜଙ୍ଗଲରେ ଲାଟାନା ଘାସ ଏବେ ଆଦିବାସୀଙ୍କ ପାଇଁ ଜୀବିକାର ସାହାରା ପାଲଟିଛି। କେବଳ ଏତିକି ନୁହେଁ ଜଙ୍ଗଳ ଅର୍ଥନୀତିକୁ ମଧ୍ୟ ସଶକ୍ତ…

ବିକାଶ ବେଦିରେ ବଳି

ଓଡ଼ିଶାର ଆଦିବାସୀମାନଙ୍କ ଅସ୍ତିତ୍ୱ ଦିନକୁ ଦିନ ଅଧିକ ବିପନ୍ନ ହେଉଥିବା ଦେଖିବାକୁ ମିଳୁଛି। ସେମାନଙ୍କର ମାଟି, ପାଣି, ଜଙ୍ଗଲ, ଝରଣା, ପାହାଡ଼ ଧୀରେ ଧୀରେ ସେମାନଙ୍କ କବଳରୁ…

ନିଜକୁ ଚିହ୍ନିବା

ଓଡ଼ିଆରେ ଗୋଟିଏ ଢଗ ଅଛି, ”ନିଜ ବୁଦ୍ଧିରେ ଶୃଗାଳ ହେବ ପଛେ, ପର ବୁଦ୍ଧିରେ ସିଂହ ହେବନାହିଁ।“ ଏହି ଢଗଟି ପରୋକ୍ଷରେ ପ୍ରସଙ୍ଗ ‘ନିଜକୁ ନିଜେ ଚିହ୍ନିବା’ର…

ଡାଟା ସେଣ୍ଟରକୁ ବିରୋଧ

ଦି ଗ୍ରେଟ୍‌ ରିପ୍ଲେସମେଣ୍ଟ’ ଧାରଣା ଦର୍ଶାଏ ଯେ ସ୍ଥାନୀୟ ଲୋକଙ୍କୁ ଉଦ୍ଦେଶ୍ୟମୂଳକ ଭାବରେ ପ୍ରବାସୀମାନଙ୍କ ଦ୍ୱାରା ହଟାଯାଉଛି। ଫ୍ରାନ୍ସର ଲେଖକ ରେନାଡ୍‌ କାମୁସ ଏହି ଶବ୍ଦ ପ୍ରଥମେ…

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

ବୈଜ୍ଞାନିକଙ୍କୁ ବଡ଼ ସଫଳତା, ମୂଷା ମସ୍ତିଷ୍କରେ ଲାବ୍‌-ନିର୍ମିତ ମାନବ କୋଷିକା ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୯ (ପି.ଟି.): ପ୍ରୟୋଗଶାଳାରେ ପ୍ରସ୍ତୁତ ମାନବ ମସ୍ତିଷ୍କର ନରମ କୋଷିକାକୁ ମୂଷା ମସ୍ତିଷ୍କରେ ସଫଳତାର ସହ ପ୍ରତିରୋପଣ କରାଯାଇପାରିଛି। ପ୍ରତିରୋପଣ ପରେ ଏହି ମାନବ କୋଷିକାଗୁଡ଼ିକ ମୂଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?