Posted inଖେଳ

କ୍ୱାର୍ଟର ଫାଇନାଲରେ ଅଷ୍ଟ୍ରେଲିଆ

ରାଉରକେଲା ଅଫିସ/ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୨୧।୧: ତିନିଥର ଚାମ୍ପିୟନ ଓ ଦୁଇଥର ରନରଅପ୍‌ ଅଷ୍ଟ୍ରେଲିଆ ପ୍ରଭାବୀ ପ୍ରଦର୍ଶନ ବଜାୟ ରଖି ଚଳିତ ହକି ବିଶ୍ୱକପ୍‌ର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ପୁଲ୍‌ ‘ଏ’ର ଏକ ମ୍ୟାଚରେ ଏହି ଦଳ ଦକ୍ଷିଣ ଆଫ୍ରିକାକୁ ବୃହତ୍‌ ବ୍ୟବଧାନ ୯-୨ ଗୋଲରେ ପରାସ୍ତ କରିଛି। ବ୍ଲେକ୍‌ ଗୋଭର୍ସ ୩, ୧୪, ୧୮ ଓ ୧୯ତମ ମିନିଟରେ ହ୍ୟାଟ୍ରିକ ସହ ୪ଟି ଗୋଲ ଦେଇ ଅଷ୍ଟ୍ରେଲିଆର ବୃହତ୍‌ ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ଏହା ମଧ୍ୟରେ ଏକ ପେନାଲ୍ଟି ଷ୍ଟ୍ରୋକ୍‌ ଗୋଲ ସାମିଲ। ଦ୍ୱିତୀୟ କ୍ୱାର୍ଟର ଅର୍ଥାତ୍‌ ମ୍ୟାଚର ୧୮ତମ ମିନିଟରେ ଡି’ ଏରିଆ ମଧ୍ୟରେ ଦକ୍ଷିଣ ଆଫ୍ରିକା ଖେଳାଳିଙ୍କ ବିପଜ୍ଜନକ ପ୍ରଦର୍ଶନ ଯୋଗୁ ଅଷ୍ଟ୍ରେଲିଆକୁ ପେନାଲ୍ଟି ଷ୍ଟ୍ରୋକ୍‌ ସୁଯୋଗ ଦିଆଯାଇଥିଲା। ଗୋଭର୍ସ ଏହାକୁ ଗୋଲରେ ପରିଣତ କରିବାରେ କୌଣସି ତ୍ରୁଟି କରି ନ ଥିଲେ। ତାଙ୍କ ବ୍ୟତୀତ ଟମ୍‌ କ୍ରେଗ୍‌ ୯ମ, ଜ୍ୟାକ ହାର୍ଭି ୨୧, ଡାନିଏଲ ବାଲେ ୨୭, ଜେରେମି ହଓ୍ବୋର୍ଡ ୩୧ ଓ ଟିମ୍‌ ବ୍ରାଣ୍ଡ ୪୬ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ। ଦକ୍ଷିଣ ଆଫ୍ରିକା ପକ୍ଷରୁ ଏନ୍‌କୋବିଲେ ଏନ୍‌ଟୁଲି ୭ମ ଏବଂ ଟେଭିନ୍‌ କୋକ୍‌ ୫୭ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ପରିଶୋଧ କରିବାକୁ ସକ୍ଷମ ହୋଇଥିଲେ। ବିଶୃଙ୍ଖଳିତ ଆଚରଣ ପାଇଁ ଦକ୍ଷିଣ ଆଫ୍ରିକାର ନିକୋଲାସ ସ୍ପୁନରଙ୍କୁ ୩୨ତମ ମିନିଟରେ ୟେଲୋ ଏବଂ ଏନ୍‌କୋବିଲେ ଏନ୍‌ଟୁଲିଙ୍କୁ ୪୭ତମ ମିନିଟରେ ଗ୍ରୀନ୍‌ କାର୍ଡ ମିଳିଥିଲା। ଗୋଭର୍ସ ପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କାର ପାଇଥିଲେ।
ଦକ୍ଷିଣ ଆଫ୍ରିକାର ବିଦାୟ
ପୁଲ୍‌ ‘ଏ’ର ଗ୍ରୁପ୍‌ ପର୍ଯ୍ୟାୟ ଶେଷରେ ଅଷ୍ଟ୍ରେଲିଆ ୩ ମ୍ୟାଚରୁ ୨ ବିଜୟ ଓ ୧ ଡ୍ର ସହ ୭ ପଏଣ୍ଟ ପାଇ ସିଧାସଳଖ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ସମାନ ସଂଖ୍ୟକ ମ୍ୟାଚ ଖେଳିଥିବା ଆର୍ଜେଣ୍ଟିନା ୧ ବିଜୟ ଓ ୨ ଡ୍ର ସହ ୫ ଏବଂ ଫ୍ରାନ୍ସ ୩ ମ୍ୟାଚରୁ ଗୋଟିଏ ଲେଖାଏ ବିଜୟ, ପରାଜୟ ଓ ଡ୍ର ସହିତ ୪ ପଏଣ୍ଟ ପାଇ ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିଛନ୍ତି। ଫଳରେ ଏହି ଦୁଇ ଦଳ କ୍ରସ୍‌ ଓଭର ଖେଳିବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଅନ୍ୟପକ୍ଷରେ ୩ ମ୍ୟାଚରୁ ୩ ପରାଜୟ ସହ ଦକ୍ଷିଣ ଆଫ୍ରିକା ଗ୍ରୁପ୍‌ ପର୍ଯ୍ୟାୟରୁ ବିଦାୟ ନେଇଛି। ଏହି ଦଳ ଏବେ ପୋଜିଶନ ପାଇଁ କ୍ଲାସିଫିକେଶନ ମ୍ୟାଚ ଖେଳିବ। ଫ୍ରାନ୍ସକୁ ୮-୦ ଗୋଲରେ ହରାଇ ଦମ୍‌ଦାର ଭାବେ ଅଭିଯାନ ଆରମ୍ଭ କରିଥିବା ଅଷ୍ଟ୍ରେଲିଆ ଦ୍ୱିତୀୟ ମ୍ୟାଚକୁ ଆର୍ଜେଣ୍ଟିନା ସହିତ ୩-୩ ଗୋଲରେ ଡ୍ର ରଖିଥିଲା। ଦକ୍ଷିଣ ଆଫ୍ରିକା ବିପକ୍ଷରେ ୯-୨ ଗୋଲରେ ବିଜୟ ଫଳରେ ଏହି ଦଳର ଗୋଲ ବ୍ୟବଧାନ +୧୫ ହୋଇଯାଇଛି। ଅନ୍ୟପକ୍ଷରେ ଦକ୍ଷିଣ ଆଫ୍ରିକାକୁ ୧-୦ ଗୋଲରେ ହରାଇ ଅତ୍ୟନ୍ତ ଦୁର୍ବଳ ଆରମ୍ଭ କରିଥିବା ଆର୍ଜେଣ୍ଟିନା ଦ୍ୱିତୀୟ ମ୍ୟାଚରେ ଅଷ୍ଟ୍ରେଲିଆକୁ ଟକ୍କର ଦେଇଥିଲେ ହେଁ ତୃତୀୟ ମ୍ୟାଚକୁ ଅପେକ୍ଷାକୃତ ଦୁର୍ବଳ ଫ୍ରାନ୍ସ ବିପକ୍ଷରେ ୫-୫ ଗୋଲରେ ଡ୍ର ରଖିଛି। ଫ୍ରାନ୍ସ କିନ୍ତୁ ନିଜର ପ୍ରଥମ ମ୍ୟାଚରେ ଅଷ୍ଟ୍ରେଲିଆଠାରୁ ବଡ଼ ବ୍ୟବଧାନରେ ହାରିଥିଲେ ମଧ୍ୟ ପରେ ସଫଳ ପ୍ରତ୍ୟାବର୍ତ୍ତନ କରି କ୍ରସ୍‌ ଓଭର ଖେଳିବାକୁ ଯୋଗ୍ୟ ବିବେଚିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri