Posted inଖେଳ

ଡବ୍ଲ୍ୟୁଟିସି ଫାଇନାଲରେ ଅଷ୍ଟ୍ରେଲିଆ

ଇନ୍ଦୋର, ୪।୩ (ପି.ଟି.): ଭାରତ-ଅଷ୍ଟ୍ରେଲିଆ ତୃତୀୟ କ୍ରିକେଟ ଟେଷ୍ଟ ୨ ଦିନ ଏବଂ ୧୮.୫ ଓଭର ଖେଳରେ ଶେଷ ହୋଇଛି। ସ୍ପିନରଙ୍କ ପ୍ରାଧାନ୍ୟ ବିଶିଷ୍ଟ ଏହି ମ୍ୟାଚରେ ଅଷ୍ଟ୍ରେଲିଆ ୯ ଉଇକେଟରେ ଭାରତକୁ ପରାସ୍ତ କରିଛି। ବିଜୟ ପାଇଁ ୭୬ ରନ ଆବଶ୍ୟକ କରୁଥିବା ଅଷ୍ଟ୍ରେଲିଆ ଶୁକ୍ରବାର ତୃତୀୟ ଦିବସର ଦ୍ୱିତୀୟ ଇନିଂସରେ ମାତ୍ର ୧ ଉଇକେଟ ହରାଇ ୭୮ ରନ ସଂଗ୍ରହ କରି ନେଇଥିଲା। ଅଷ୍ଟ୍ରେଲିଆ ଦ୍ୱିତୀୟ ଇନିଂସର ପ୍ରଥମ ଓଭରରେ ଉସମାନ ଖ୍ବାଜା (୦)ଙ୍କୁ ଆଉଟ କରି ରବିଚନ୍ଦ୍ରନ ଅଶ୍ୱିନ ଭାରତ ପାଇଁ ସାମାନ୍ୟ ଆଶା ସଞ୍ଚାର କରିଥିଲେ। ମାତ୍ର ଟ୍ରାଭିସ ହେଡ୍‌ ୪୯ ଓ ମାର୍ନସ ଲାବୁସେନ ୨୮ ରନରେ ଅପରାଜିତ ରହି ଦଳକୁ ସହଜ ବିଜୟ ପ୍ରଦାନ କରିଥିଲେ। ଅସମାପ୍ତ ଦ୍ୱିତୀୟ ଉଇକେଟରେ ଦୁହେଁ ୭୮ ରନ ଯୋଗ କରିଥିଲେ। ଅଷ୍ଟ୍ରେଲିଆ ପ୍ରଥମ ୧୦ ଓଭର ଡିଫେନ୍ସିଭ୍‌ ଖେଳି ୧ ଉଇକେଟରେ ମାତ୍ର ୧୩ ରନ କରିଥିଲା। ମାତ୍ର ୧୦ ଓଭର ପରେ ବଲ୍‌ ପରିବର୍ତ୍ତନ ସହ ଅଷ୍ଟ୍ରେଲିଆର ଭାଗ୍ୟ ପରିବର୍ତ୍ତନ ହୋଇଥିଲା। ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ପରିଚିତ ହେଡ୍‌ ଓ ଲାବୁସେନ ବଡ଼ ଶଟ୍‌ ଖେଳି ଭାରତୀୟ ବୋଲରଙ୍କୁ ନିରାଶ କରିଥିଲେ। ୧୯ତମ ଓଭରର ୫ମ ବଲ୍‌ରେ ଲାବୁସେନ ବିଜୟ ସୂଚକ ଚୌକା ମାରିବା ସହ ଅଷ୍ଟ୍ରେଲିଆ ସ୍ମରଣୀୟ ବିଜୟ ହାସଲ କରିଥିଲା। ଏହି ଟେଷ୍ଟ ବିଜୟ ସହ ଅଷ୍ଟ୍ରେଲିଆ ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ପ୍ରବେଶ କରିଛି। ଦୁଇ ଇନିଂସରେ ଭାରତ ଯଥାକ୍ରମେ ୧୦୯ ଓ ୧୬୩ ରନ କରିଥିବାବେଳେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୧୯୭ ରନ କରିଥିଲା। ଭ୍ରମଣକାରୀ ଦଳର ତାରକା ସ୍ପିନର ନାଥାନ ଲିୟନ ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ଗତ ୬ ବର୍ଷରେ ଭାରତ ମାଟିରେ ଅଷ୍ଟ୍ରେଲିଆର ଏହାଥିଲା ପ୍ରଥମ ଟେଷ୍ଟ ବିଜୟ। ଅନ୍ୟପକ୍ଷରେ ଗତ ୧୦ ବର୍ଷରେ ଅଷ୍ଟ୍ରେଲିଆଠାରୁ ଭାରତର ଏହାଥିଲା ତୃତୀୟ ପରାଜୟ। ଦୁଇ ଦଳ ମଧ୍ୟରେ ୪ର୍ଥ ତଥା ଅନ୍ତିମ ଟେଷ୍ଟ ଆସନ୍ତା ୯ ତାରିଖରୁ ଅହମଦାବାଦରେ ଆରମ୍ଭ ହେବ।
ସଂକ୍ଷିପ୍ତ ସ୍କୋର
ଭାରତ ପ୍ରଥମ ଇନିଂସ: ୧୦୯। ଅଷ୍ଟ୍ରେଲିଆ ପ୍ରଥମ ଇନିଂସ: ୧୯୭। ଭାରତ ଦ୍ୱିତୀୟ ଇନିଂସ: ୧୬୩। ଅଷ୍ଟ୍ରେଲିଆ ଦ୍ୱିତୀୟ ଇନିଂସ: ୭୮/୧ (ଟ୍ରାଭିସ ହେଡ୍‌-୪୯*, ମାର୍ନସ ଲାବୁସେନ-୨୮*, ରବିଚନ୍ଦ୍ରନ ଅଶ୍ୱିନ-୧/୪୪)।


Enter your email to get our daily news in your inbox.

All Right Reserved By Dharitri.Com

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?