Posted inଖେଳ

ଅଷ୍ଟ୍ରେଲିଆ ୧୯୭ ରନରେ ଆଗୁଆ

ମେଲବୋର୍ନ,୨୮ା୧୨(ପି.ଟି): ଶତକୀୟ ଟେଷ୍ଟରେ ଓପନର ଡେଭିଡ୍‌ ଓ୍ବାର୍ନରଙ୍କ ଦ୍ୱିଶତକ ବଳରେ ଦୃଢ ସ୍ଥିତିରେ ରହିଛି ଅଷ୍ଟ୍ରେଲିଆ। ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ୧୮୯ ରନରେ ଅଲଆଉଟ ହୋଇଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ସୁଦ୍ଧା ଅଷ୍ଟ୍ରେଲିଆ ୩ ଉଇକେଟରେ ୩୮୬ ରନ୍‌ କରିବା ସହିତ ୧୯୭ ରନରେ ଆଗୁଆ ରହିଛି। ପ୍ରଥମ ଦିନର ଅସମାପ୍ତ ସ୍କୋର ୪୫/୧ରୁ ଖେଳ ଆରମ୍ଭ କରିଥିଲା ଅଷ୍ଟ୍ରେଲିଆ। ମାର୍ନସ ଲାବୁଶେନ୍‌ ୧୪ ଓ ଷ୍ଟିଭେନ୍‌ ସ୍ମିଥ୍‌ ୮୫ ରନ୍‌ କରିଥିଲେ। ୨୫୪ ବଲ ଖେଳିଥିବା ଓ୍ବାର୍ନର ୧୬ ଚୌକା ଓ ୨ ଛକା ସହିତ ୨୦୦ ରନ୍‌ କରି ରିଟାୟର୍ଡ ହର୍ଟ ହୋଇଥିଲେ। ଖେଳ ଶେଷ ହେବା ବେଳକୁ ଆଲେକ୍ସ କେରୀ ୯ ଓ ଟ୍ରାଭିସ୍‌ ହେଡ୍‌ ୪୮ ରନରେ ଅପରାଜିତ ରହିଥିଲେ। ଦକ୍ଷିଣ ଆଫ୍ରିକା ପକ୍ଷରୁ ଆନରିଚ୍‌ ନର୍ଜେ ଓ କାଗିସୋ ରବାଡା ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଛନ୍ତି।
ସଂକ୍ଷିପ୍ତ ସ୍କୋର
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ: ୬୮.୪ ଓଭରରେ ୧୮୯/୧୦ (ମାର୍କୋ ଜାନସେନ୍‌-୫୯, କାଇଲ ଭେରେୟିନ୍‌-୫୨, ଡିନ୍‌ ଏଲଗାର -୨୬, କାମେରନ୍‌ ଗ୍ରୀନ୍‌-୫/୨୭, ମିଚେଲ୍‌ ଷ୍ଟାର୍କ-୨/୩୯, ସ୍କଟ୍‌ ବୋଲାଣ୍ଡ-୧/୩୪)। ଅଷ୍ଟ୍ରେଲିଆ ପ୍ରଥମ ଇନିଂସ-୯୧ ଓଭରରେ ୩୮୬/୩ (ଡେଭିଡ୍‌ ଓ୍ବାର୍ନର-୨୦୦ ରିଟାୟର୍ଡ, ଷ୍ଟିଭେନ୍‌ ସ୍ମିଥ୍‌-୮୫, ଟ୍ରାଭିସ୍‌ ହେଡ୍‌-୪୮*, କାଗିସୋ ରବାଡା- ୧/୯୪, ଆନରିଚ୍‌ ନର୍ଜେ-୧/୫୦)।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri