Posted inଖେଳ

୬୩ ରନରେ ୭ ଉଇକେଟ୍‌ ହରାଇ ମ୍ୟାଚ୍‌ ହାରିଲା ଅଷ୍ଟ୍ରେଲିଆ

ମାଞ୍ଚେଷ୍ଟର, ୧୪।୯: ଘରୋଇ ଇଂଲଣ୍ଡ ବିପକ୍ଷରେ ଏଠାରେ ଅନୁଷ୍ଠିତ ୨ୟ ଦିନିକିଆ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୨୪ ରନରେ ହାରିଯାଇଛି। ଏହି ଲୋ-ସ୍କୋରିଂ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଇଅନ ମୋର୍ଗାନଙ୍କ ନେତୃତ୍ୱାଧୀନ ଇଂଲଣ୍ଡ ୫୦ ଓଭରରେ ୯ ଉଇକେଟ୍‌ ହରାଇ ୨୩୧ ରନ କରିଥିଲା। ଅଧିନାୟକ ମୋର୍ଗାନ ସର୍ବାଧିକ ୪୨ ରନ କରିଥିବାବେଳେ ନିମ୍ନକ୍ରମରେ ଟମ୍‌ କୁରାନ୍‌ (୩୭ ରନ) ଓ ଆଡିଲ ରଶିଦ୍‌ (୩୫) ପ୍ରଭାବୀ ବ୍ୟାଟିଂ କରିଥିଲେ। ଜବାବରେ ଅଷ୍ଟ୍ରେଲିଆ ଏକଦା ୩୦ ଓଭର ସୁଦ୍ଧା ୨ ଉଇକେଟ୍‌ ବିନିମୟରେ ୧୪୪ ରନ ସଂଗ୍ରହ କରି ଦୃଢ଼ ସ୍ଥିତିରେ ଥିଲା। ମାର୍କସ ଷ୍ଟୋଇନିସ (୪୮) ଓ ଅଧିନାୟକ ଆରୋନ ଫିଞ୍ଚ୍‌ (୭୩) ୩ ଉଇକେଟ୍‌ରେ ୧୦୭ ରନ ସଂଗ୍ରହ କରି ଦଳକୁ ବିଜୟ ନିକଟତର କରାଇ ନେଇଥିଲେ। କିନ୍ତୁ ଏହାପରେ ଅଷ୍ଟ୍ରେଲିଆର ବ୍ୟାଟିଂ ଲାଇନ୍‌ ଅପ୍‌ ତାସ୍‌ ଘର ପରି ଭୁଷୁଡ଼ିଗଲା। ଦଳୀୟ ସ୍କୋରରେ ଆଉ ୬୩ ରନ ଯୋଗ କରି ଅଷ୍ଟ୍ରେଲିଆ ୨୦୭ରେ ଅଲ୍‌ଆଉଟ୍‌ ହୋଇଯାଇଥିଲା। ଫଳରେ ଇଂଲଣ୍ଡ ନାଟକୀୟ ଭାବେ ୨୪ ରନରେ ମ୍ୟାଚ୍‌ ଜିତିନେଇ ସିରିଜକୁ ୧-୧ ବରାବର୍‌ସ୍ତରକୁ ଆଣିବାରେ ସଫଳ ହୋଇଥିଲା। ଇଂଲଣ୍ଡ ପକ୍ଷରୁ କ୍ରିସ୍‌ ଓ୍ବକ୍ସ, ଜୋଫ୍ରା ଆର୍ଚର ଓ ସାମ୍‌ କୁରାନ ୩ଟି ଲେଖାଏ ଉଇକେଟ୍‌ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri