Posted inଖେଳ

୨ ରନରେ ହାରିଲା ଅଷ୍ଟ୍ରେଲିଆ

ସାଉଥାମ୍ପଟନ,୫।୯(ଏପି): ପ୍ରଥମ ଟି୨୦ ମ୍ୟାଚ୍‌ରେ ଘରୋଇ ଇଂଲଣ୍ଡ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଅଷ୍ଟ୍ରେଲିଆକୁ ଶେଷ ବଲରେ ମାତ୍ର ୨ ରନରେ ପରାସ୍ତ କରିଛି। ସ୍ଥାନୀୟ ରୋଜ ବାଓଲ ଗ୍ରାଉଣ୍ଡରେ ଶୁକ୍ରବାର ଖେଳାଯାଇଥିବା ଏହି ରୋମାଞ୍ଚକ ମୁକାବିଲାରେ ଟସ୍‌ ଜିତି ଅଷ୍ଟ୍ରେଲିଆ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୬୨ ରନ ସଂଗ୍ରହ କରିଥିଲା। ଜବାବରେ ଅଷ୍ଟ୍ରେଲିଆ ୬ ଉଇକେଟ ହରାଇ ୧୬୦ ରନରେ ସୀମିତ ରହି ପରାସ୍ତ ହୋଇଛି। ଏଥିସହ ୩ ମ୍ୟାଚବିଶିଷ୍ଟ ଏହି ସିରିଜରେ ଇଂଲଣ୍ଡ ୧-୦ରେ ଅଗ୍ରଣୀ ହାସଲ କରିଛି। ୪୩ ବଲର ସମ୍ମୁଖୀନ ହୋଇ ୫ ଚୌକା ଓ ୩ ଛକା ସହ ୬୬ ରନର ଦ୍ରୁତ ଅର୍ଦ୍ଧଶତକୀୟ ପାଳି ଖେଳିଥିବା ଇଂଲଣ୍ଡର ଡଓ୍ବେିଡ ମଲାନ ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ।
୧୬୩ ରନ ଟାର୍ଗେଟ୍‌ର ପିଛା କରି ଅଷ୍ଟ୍ରେଲିଆ ଭଲ ଆରମ୍ଭ କରିଥିଲେ ମଧ୍ୟ ଏହାର ଫାଇଦା ଉଠାଇପାରି ନ ଥିଲା। ପ୍ରଥମ ଉଇକେଟରେ ଅଧିନାୟକ ଆରୋନ ଫିଞ୍ଚ୍‌ ଓ ଓପନର ଡେଭିଡ୍‌ ଓ୍ବାର୍ନର ୬୬ ବଲରୁ ୯୮ ରନ ସଂଗ୍ରହ କରିଥିଲେ। ଫିଞ୍ଚ୍‌ ୪୬ ରନ କରି ଆଉଟ ହେବା ପରେ ଷ୍ଟିଭେନ୍‌ ସ୍ମିଥ୍‌ ୧୮ ରନ କରି ପ୍ୟାଭିଲିୟନ ଫେରିଥିଲେ। ଓ୍ବାର୍ନର ୪୭ ବଲରୁ ୪ ଚୌକା ସହ ୫୮ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ମାର୍କସ ଷ୍ଟୋଇନିସ୍‌ ୨୩ ରନ କରି ଅପରାଜିତ ରହିଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ଅଷ୍ଟ୍ରେଲିଆ ୧୪ ବଲରୁ ୯ ରନରେ ୪ ଉଇକେଟ ହରାଇବା ପରେ ବିଜୟ ପାଇଁ ଶେଷ ୩ ଓଭରରେ ୨୬ ରନ ଆବଶ୍ୟକ କରୁଥିଲା। ତେବେ ଶେଷରେ ଦଳ ବିଜୟଠାରୁ ୩ ରନ ଦୂରରେ ରହିଯାଇଥିଲା। ବୋଲିଂରେ ଇଂଲଣ୍ଡ ତରଫରୁ ଜୋଫ୍ରା ଆର୍ଚର ଓ ଆଦିଲ ରସିଦ ୨ଟି ଲେଖାଏ, ମାର୍କ ଉଡ୍‌ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ରବିବାର ଏଠାରେ ଦ୍ୱିତୀୟ ଟି୨୦ ମ୍ୟାଚ୍‌ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri