Posted inଖେଳ

ଚାଇନାକୁ ୨-୦ରେ ହରାଇଲା ଅଷ୍ଟ୍ରେଲିଆ

ରାଉରକେଲା,୧୫ା୨(ଦିନେଶ ମିଶ୍ର): ରାଉରକେଲା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ଏଫ୍‌ଆଇଏଚ୍‌ ମହିଳା ହକି ପ୍ରୋ ଲିଗ୍‌ରେ ଅଷ୍ଟ୍ରେଲିଆ ୨-୦ ଗୋଲରେ ଚାଇନାକୁ ପରାସ୍ତ କରିଛି। ପୂର୍ବ ମ୍ୟାଚରେ ଚାଇନା ୨-୧ ଗୋଲରେ ଭାରତକୁ ହରାଇ ଥିବାରୁ ଅଷ୍ଟ୍ରେଲିଆ ବିପକ୍ଷରେ କଡ଼ା ଟକ୍କର ଦେବ ବୋଲି ଦର୍ଶକ ଆଶା ରଖିଥିଲେ। ମାତ୍ର ତାହା ହୋଇ ନ ଥିଲା। ପ୍ରଥମ କ୍ୱାର୍ଟର ଗୋଲଶୂନ୍ୟ ରହିବା ପରେ ଦ୍ୱିତୀୟ କ୍ୱାର୍ଟରର ଅନ୍ତିମ ପର୍ଯ୍ୟାୟରେ ଅର୍ଥାତ୍‌ ୨୯ତମ ମିନିଟରେ ଗ୍ରେସ୍‌ ଷ୍ଟିଓ୍ବାର୍ଟଙ୍କ ପେନାଲ୍ଟି କର୍ନର ଗୋଲ ବଳରେ ଅଷ୍ଟ୍ରେଲିଆ ଅଗ୍ରଣୀ ହାସଲ କରିଥିଲା। ଗୋଲ ପରିଶୋଧ ପାଇଁ ଚାଇନା ସୁଯୋଗ ପାଇଥିଲେ ମଧ୍ୟ ଅଷ୍ଟ୍ରେଲିଆ ରକ୍ଷଣଭାଗ ଏହା ହେବାକୁ ଦେଇ ନ ଥିଲେ।

ଅନ୍ୟପକ୍ଷେ ଅଷ୍ଟ୍ରେଲିଆ ଦଳ ଆକ୍ରମଣାତ୍ମକ ରଣନୀତି ବଳବତ୍ତର ରଖି ୫୭ତମ ମିନିଟରେ ଷ୍ଟିଫାନି କେର୍‌ଶଙ୍କ ଫିଲ୍ଡ ଗୋଲ ବଳରେ ବିଜୟକୁ ନିଶ୍ଚିତ କରି ଦେଇଥିଲା। ଅଷ୍ଟ୍ରେଲିଆ ଦଳକୁ ମୋଟ ୮ଟି ପେନାଲ୍ଟି କର୍ନର ମିଳିଥିଲା। ଏଥିରୁ ଦଳ ଗୋଟିଏ ଗୋଲ କରିବାରେ ସକ୍ଷମ ହୋଇଥିଲା। ଅନ୍ୟପକ୍ଷରେ ଚାଇନା ୩ଟି ପେନାଲ୍ଟି କର୍ନର ପାଇଥିଲେ ହେଁ ଏଥିରୁ କୋଟିଏ ହେଲେ ଗୋଲ ସ୍କୋର କରିପାରି ନ ଥିଲା। ବିପଜ୍ଜନକ ଖେଳ ପାଇଁ ୪୪ତମ ମିନିଟରେ ଏହି ଦଳର ମା ନିଙ୍ଗ୍‌ ଗ୍ରୀନ୍‌ କାର୍ଡ ପାଇଥିଲେ। ଚଳିତ ସିଜନରେ ୬ ମ୍ୟାଚରୁ ଚାଇନାର ଏହାଥିଲା ଦ୍ୱିତୀୟ ପରାଜୟ ଏବଂ ଅଷ୍ଟ୍ରେଲିଆର ୫ ମ୍ୟାଚରୁ ତୃତୀୟ ବିଜୟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନର ଅଷ୍ଟମ ବିଜୟ, ସଞ୍ଜୁ ସାମସନ୍‌ଙ୍କ ଅଧିନାୟକ ପାଳି

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍‌ ହାରି...

ହାଇସ୍କୋରିଂ ମ୍ୟାଚ୍‌ରେ କ୍ୟାପିଟାଲ୍ସ ବିଜୟୀ

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଶନିବାର ଅନୁଷ୍ଠିତ ଡବଲ୍‌ ହେଡରର ହାଇସ୍କୋରିଂ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୧୦ ରନ୍‌ରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ...

ଆଇପିଏଲ୍‌ ୨୦୨୪ର ନୂଆ ହିରୋ ଶଶାଙ୍କ କିଏ? ୧୦୦ ଟେଷ୍ଟ ଖେଳିଥିବା କ୍ରିକେଟର ବି କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୪: ଆଇପିଏଲ୍‌ ୨୦୨୪କୁ ମିଳିଛି ନୂଆ ହିରୋ। ସେ କୌଣସି ବିଦେଶୀ ଖେଳାଳି ନୁହନ୍ତି ବରଂ ପଞ୍ଜାବ କିଙ୍ଗ୍ସର ଅନ୍‌କ୍ୟାପ୍ଡ ଖେଳାଳି ଶଶାଙ୍କ ସିଂ। ଶଶାଙ୍କଙ୍କୁ...

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri