Posted inଖେଳ

ଭାରତ ପରେ ମାଟି କାମୁଡିଲା ଅଷ୍ଟ୍ରେଲିଆ: ବୁମ୍‌ରାଙ୍କ ଚମତ୍କାର ବୋଲିଂ

ପର୍ଥ,୨୨।୧: ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ମ୍ୟାଚର ପ୍ରଥମ ଇନିଂସରେ ଭାରତୀୟ ଦଳ ୧୫୦ ରନରେ ଅଲଆଉଟ୍‌ ହୋଇଛି। ଏହାର ଜବାବରେ ଅଷ୍ଟ୍ରେଲିଆ ମଧ୍ୟ ମାଟି କାମୁଡିଛି। ବର୍ତ୍ତମାନ ଅଷ୍ଟ୍ରେଲିଆ ଦଳ ପ୍ରଥମ ଇନିଂସରେ ୭ ଉଇକେଟ୍‌ ହରାଇ ୫୯ ରନ୍‌ କରିଛି। ଆଲେକ୍ସ କେରେ ଏବଂ ମିଚେଲ ଷ୍ଟାର୍କ କ୍ରିଜରେ ଅଛନ୍ତି। ଭାରତ ପକ୍ଷରୁ ଜଶପ୍ରୀତ ବୁମ୍‌ରା ଚମତ୍କାର ବୋଲିଂ କରି ୪ ଉଇକେଟ୍‌ ନେଇଥିଲେ।

ପ୍ୟାଟ କମିନ୍ସ (୩) ବୁମରାଙ୍କ ଦ୍ୱାରା ଆଉଟ୍‌ ହୋଇଥିଲେ। ଏହାପୂର୍ବରୁ ମାର୍ନୁସ ଲାବୁସାଗ୍ନେ (୨), ମିଚେଲ ମାର୍ଶ (୬), ଟ୍ରାଭିସ ହେଡ (୧୧), ଷ୍ଟିଭ ସ୍ମିଥ (୦), ଉସମାନ ଖ୍ବାଜା (୮ ରନ) ଏବଂ ନାଥାନ ମ୍ୟାକସ୍ବେନି (୧୦ ରନ) ଆଉଟ ହୋଇଥିଲେ। ଏପର୍ଯ୍ୟନ୍ତ ଜସପ୍ରୀତ ବୁମ୍‌ରା ୪ଟି ଉଇକେଟ ନେଇଥିବା ବେଳେ ମହମ୍ମଦ ସିରାଜ ଭାରତ ୨ ଉଇକେଟ ନେଇଛନ୍ତି। ହର୍ଷିତ ରାଣା ୧ ଉଇକେଟ ପାଇଥିଲେ।

ଟିମ ଇଣ୍ଡିଆ ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା, କିନ୍ତୁ ଦଳର ପ୍ରାରମ୍ଭିକ ବ୍ୟାଟିଂ ବିର୍ଯ୍ୟୟ ଘଟିଥିଲା। ୭୩ ରନ ସ୍କୋର କରି ଦଳ ୬ ଉଇକେଟ ହରାଇଥିଲା। ଯଶସ୍ବୀ ଜୟସ୍ବାଲ ଏବଂ ଦେବଦତ୍ତ ପଡିକଲ ଖାତା ଖୋଲିପାରି ନ ଥିଲେ। ବିରାଟ କୋହଲି ୫ ରନ ସ୍କୋର କରିବା ପରେ ଧ୍ରୁବ ଜୁରେଲ ୧୧ ରନ ସ୍କୋର କରିବା ପରେ ଏବଂ ୱାଶିଂଟନ ସୁନ୍ଦର ୪ ରନ ସ୍କୋର କରିବା ପରେ ଆଉଟ ହୋଇଥିଲେ।

ଡେବ୍ୟୁଟାଣ୍ଟ ନୀତୀଶ ରେଡ୍ଡୀ ୪୧ ରନ (୫୯ବଲ) ଏବଂ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ୭୮ ବଲରେ ୩୭ ରନ ସଂଗ୍ରହ କରିଥିଲେ। ସପ୍ତମ ଉଇକେଟ ପାଇଁ ଉଭୟଙ୍କ ମଧ୍ୟରେ ୪୮ ରନ ଭାଗିଦାରୀ ହୋଇଥିଲା। କେ.ଏଲ ରାହୁଲ ୭୪ ବଲରେ ୨୬ ରନ କରିଥିଲେ। ଜୋଶ ହାଜଲେଉଡ ଅଷ୍ଟ୍ରେଲିଆରୁ ୪ ଉଇକେଟ ନେଇଥିଲେ। ପ୍ୟାଟ କମିନ୍ସ, ମିଚେଲ ମାର୍ଶ ଏବଂ ମିଚେଲ ଷ୍ଟାର୍କ ୨-୨ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?