Posted inଖେଳ

ଅଷ୍ଟ୍ରେଲିଆକୁ ୨୯୧ ରନ୍‌ ମଧ୍ୟରେ ରୋକିବା ଦରକାର

ଆଣ୍ଟିଗୁଆ,୨।୨: ଚଳିତ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଫାଇନାଲରେ ସ୍ଥାନ ପକ୍କା କରିବା ପାଇଁ ଅଷ୍ଟ୍ରେଲିଆ ଆଗରେ ୨୯୧ ରନ୍‌ର ଟାଗେର୍ଟ ଛିଡ଼ା କରିଛି ଭାରତୀୟ ଦଳ।

ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ଟିମ୍‌ ଇଣ୍ଡିଆକୁ ଭଲ ଆରମ୍ଭ ମିଳି ନ ଥିଲା। ମାତ୍ର ୩୭ ରନ୍‌ରେ ଆଉଟ୍‌ ହୋଇଯାଇଥିଲେ ଦୁଇ ଓପନର। ଅଙ୍ଗକ୍ରିଶ ରଘୁବଂଶୀ (୬) ଓ ହରନୁର ସିଂ (୧୬) କିଛି ଖାସ କରି ପାରି ନ ଥିଲେ। ସଙ୍କଟଜନକ ପରିସ୍ଥିତିରେ ଦଳକୁ ସମ୍ଭାଳି ଥିଲେ ଅଧିନାୟକ ୟଶ ଧୁଲ ଓ ଶୈଖ ରଶିଦ। ଦୁହେଁ ତୃତୀୟ ଉଇକେଟ ପାଇଁ ଯୋଡ଼ିଥିଲେ ୨୦୪ ରନ୍‌। ଅଧିନାୟକ ଧୁଲ ୧୧୦ ରନ୍‌ର (୧୦ ଚୌକା ଓ ୧ ଛକା) ଶତକୀୟ ପାଳି ଖେଳିଥିଲେ। ହେଲେ ଶତକ ପୂର୍ବରୁ ଝୁଣ୍ଟି ପଡ଼ିଥିଲେ ରଶିଦ (୯୪ ରନ୍‌, ୮ ଚୌକା ଓ ୧ ଛକା)। ତା’ ପରେ ଦଳ ୨୪୦ରୁ ୨୬୦ ରନ୍‌ ମଧ୍ୟରେ ଭାରତ ୩ ଉଇକେଟ ହରାଇଥିଲା। ଶେଷ ଆଡ଼କୁ ନିଶାନ୍ତ ସିନ୍ଧୁ ୧୨ (୧ ଲେଖାଏ ଚୌକା ଓ ଛକା)ଏବଂ ଦୀନେଶ ବାନା ୨୦ (୨ ଚୌକା ଓ ୨ ଛକା)ଙ୍କ ଯୋଗୁ ଦଳ ୫ ଉଇକେଟ ହରାଇ ୨୯୦ ରନ୍‌ କରିପାରିଛି। ଅଷ୍ଟ୍ରେଲିଆ ପାଇଁ ଜ୍ୟାକ ନିସବେଟ୍‌ ଓ ଓ୍ବିଲିୟମ ସାଲଜମାନ ୨ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri