Posted inଖେଳ

Semi-Final Champions Trophy: ଭାରତ ବନାମ ଅଷ୍ଟ୍ରେଲିଆ: ଟସ୍‌ ଜିତିଲା…

ଦୁବାଇ,୪ା୩: ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଉଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଭାରତ ଆମନ୍ତ୍ରଣ ପାଇ ଫିଲ୍ଡିଂ କରିବ।

ଉଭୟ ଦଳ ସେମାନଙ୍କ ଗ୍ରୁପରେ ଅପରାଜେୟ ରହି ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଭାରତ ତା’ର ୩ରୁ ୩ ମ୍ୟାଚ ଜିତିଥିବା ବେଳେ ଅଷ୍ଟ୍ରେଲିଆ କେବଳ ଗୋଟିଏ ମ୍ୟାଚ ଜିତିଥିଲା। ଅନ୍ୟ ଦୁଇଟି ମ୍ୟାଚ ବର୍ଷାରେ ଧୋଇ ଯାଇଥିଲା। ଦୁଇ ଦଳ ଆଇସିସି ଟୁର୍ନାମେଣ୍ଟର ନକଆଉଟ ପର୍ଯ୍ୟାୟରେ ପରସ୍ପରକୁ ୫ ଥର ଭେଟିଛନ୍ତି। ଏଥିରୁ ଭାରତ ଦୁଇ ଥର ଜିତିଥିବା ବେଳେ ଅଷ୍ଟ୍ରେଲିଆ ୩ ଥର ବାଜିମାତ କରିଛି। ଭାରତ ଅନ୍ତିମ ଥର ୨୦୧୧ ବିଶ୍ୱକପ କ୍ୱାର୍ଟର ଫାଇନାଲରେ ଅଷ୍ଟ୍ରେଲିଆକୁ ହରାଇଥିଲା। ୨୦୧୫ ବିଶ୍ୱକପ ସେମିଫାଇନାଲରେ ଓ ୨୦୨୩ ବିଶ୍ୱକପ ଫାଇନାଲରେ ଅଷ୍ଟ୍ରେଲିଆଠାରୁ ଭାରତ ପରାଜିତ ହୋଇଥିଲା। ଏଥିପୂର୍ବରୁ ୨୦୨୩ ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ ଫାଇନାଲରେ ମଧ୍ୟ ଭାରତକୁ ପରାଜୟର ମୁହଁ ଦେଖିବାକୁ ପଡ଼ିଥିଲା। କିନ୍ତୁ ଭାରତୀୟ ଦଳ ପାଖରେ ଅଷ୍ଟ୍ରେଲିଆକୁ ଚଳିତ ଥର ଆଇସିସି ଟୁର୍ନାମେଣ୍ଟର ନକଆଉଟରେ ପରାସ୍ତ କରିବାର ଭଲ ସୁଯୋଗ ରହିଛି।

ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), ଶୁବମନ ଗିଲ (ଉପ ଅଧିନାୟକ), ବିରାଟ କୋହଲି, ଶ୍ରେୟସ ଆୟର, ଲୋକେଶ ରାହୁଲ (ଉଇକେଟକିପର), ହାର୍ଦ୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, ରବୀନ୍ଦ୍ର ଜାଡେଜା, ମହମ୍ମଦ ଶାମି, ବରୁଣ ଚକ୍ରବର୍ତ୍ତୀ, କୁଲଦୀପ ଯାଦବ।

ଅଷ୍ଟ୍ରେଲିଆ ଦଳ: ଷ୍ଟିଭ ସ୍ମିଥ (ଅଧିନାୟକ), ଆଲେକ୍ସ କାରେ, ଟ୍ରାଭିସ ହେଡ, ବେନ ଡ୍ବାରଶୁଇସ, ନାଥନ ଏଲିସ, ମାର୍ନସ ଲାବୁସେନ, ଗ୍ଲେନ ମ୍ୟାକ୍ସଓ୍ବେଲ, ଆଡାମ ଜାମ୍ପା, ଜୋଶ ଇଙ୍ଗଲିସ, ସ୍ପେନସର ଜନସନ, ଜେକ ଫ୍ରେଜର-ମ୍ୟାକଗର୍କ।

 


Enter your email to get our daily news in your inbox.

All Right Reserved By Dharitri.Com

ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍‌କୁ ନେଇ ହଟିଲା ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୧୦ା୯: ରାଜଧାନୀରେ ବ୍ରିକ୍ସ ସମିଟ କାରଣରୁ ଆସନ୍ତା ୧୩ରେ ଆଫଗାନିସ୍ତାନ ଓ ଭାରତ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ଦିନକ ପାଇଁ ସ୍ଥଗିତ ରଖାଯିବାର…

BDAର ୩୫ ବର୍ଷରୁ ଊର୍ଦ୍ଧ୍ୱ ଜମି ବିବାଦରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ୨୦୦ ହିତାଧିକାରୀଙ୍କୁ ଆଶ୍ୱସ୍ତି, ଦୂର ହେଲା…

ଭୁବନେଶ୍ୱର,୧୦।୯(ରବିନାରାୟଣ ଜେନା): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ଠାରୁ ଦୀର୍ଘ ୩୫ ବର୍ଷ ତଳେ ପ୍ଲଟେଡ୍‌ ସ୍କିମରେ ନେଇଥିବା ୨୦୦ରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ଏବେ ଆଶ୍ୱସ୍ତି ମିଳିଛି। ରାଜସ୍ବ ପର୍ଷଦ…

ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ପୁଣି ଉଡ଼ିବ ବିମାନ, ସପ୍ତାହକୁ ଦୁଇଥର…

ଭୁବନେଶ୍ୱର,୧୦ା୯(ବନ୍ଦନା ସେଠୀ) – ଭୁବନେଶ୍ୱରରୁ ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ପୁଣି ଆରମ୍ଭ ହେବ। ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ବ୍ୟାଙ୍କକ୍‌…

ବଙ୍ଗୋପସାଗରରେ ଲଘୁଚାପ: ୧୦ ଜିଲାରେ ଝଡ଼ବର୍ଷା, ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୧୦ା୯(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗୁରୁବାର ସକାଳ ୫ଟା ୩୦ରେ ଲଘୁଚାପର ରୂପ ନେଇଛି। ଏହା ଅପରାହ୍ନ ୨ଟା ୩୦ ସୁଦ୍ଧା ଉତ୍ତର…

ନିୟମଗିରି ସୁରକ୍ଷା ସମିତି ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ, ଲାଞ୍ଜିଗଡ଼ରୁ ଫେରୁଥିବା ବେଳେ…

କଲ୍ୟାଣସିଂହପୁର, ୧୦।୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ ହୋଇଛି। ପ୍ରାପ୍ତ ସୂଚନା ଅନୁଯାୟୀ, କୌଣସି…

ମୁହଁ ଖୋଲିଲେ ରୋହିତ ଶର୍ମା, ଦିନିକିଆ ବିଶ୍ୱକପ ଖେଳିବା ନେଇ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୯: ୨୦୨୭ ଦିନିକିଆ ବିଶ୍ୱକପରେ ଖେଳିବା ସମ୍ପର୍କରେ ପଚରାଯିବାରୁ ରୋହିତ ଶର୍ମା ସ୍ପଷ୍ଟ ଭାବେ କହିଥିଲେ ଯେ ଏ ବିଷୟରେ ମତାମତ ଦେବା ପାଇଁ ଏହା ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri