Categories: ଖେଳ

ଟି-୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି

ସିଡନୀ,୨୨।୧୦: ଚଳିତ ଟି-୨୦ ବିଶ୍ୱକପ୍‌ର ସୁପର-୧୨ ରାଉଣ୍ଡ ମ୍ୟାଚ୍‌ ଶନିବାର ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚ୍‌ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳା ଯାଉଛି। ଅଷ୍ଟ୍ରେଲିଆ ଅଧିନାୟକ ଅରୋନ ଫିଞ୍ଚ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ ଆରମ୍ଭ କରିଛି।

ଅନ୍ୟପକ୍ଷେ ଆୟୋଜକ ଅଷ୍ଟ୍ରେଲିଆ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଛି। ହେଲେ ନ୍ୟୁଜିଲାଣ୍ଡ ୨୦୨୧ ବିଶ୍ୱକପ ଫାଇନାଲ ପରାଜୟର ପ୍ରତିଶୋଧ ନେବାକୁ ସବୁ ଶକ୍ତି ଖଟାଇବ ବୋଲି ଆଶା କରାଯାଉଛି।

 

Share