Posted inଖେଳ

ପାକିସ୍ତାନ ଗସ୍ତ କରିବ ଅଷ୍ଟ୍ରେଲିଆ

ମେଲବୋର୍ନ,୨୫।୧: ଅଷ୍ଟ୍ରେଲିଆ କ୍ରିକେଟ ଦଳ ତା’ର ନିୟମିତ ଖେଳାଳିଙ୍କ ସହ ପାକିସ୍ତାନ ଗସ୍ତ କରିବାକୁ ଯାଉଛି। ଏପର୍ଯ୍ୟନ୍ତ ଅଷ୍ଟ୍ରେଲିଆ ଦଳର କୌଣସି ଖେଳାଳି ପାକିସ୍ତାନ ଯିବା ପାଇଁ ଅନିଚ୍ଛା ପ୍ରକାଶ କରି ନାହାନ୍ତି। ସୁରକ୍ଷା ଗତ କାରଣରୁ ଏକ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ହେଲା କୌଣସି ବଡ଼ କ୍ରିକେଟିଂ ଦେଶ ପାକିସ୍ତାନକୁ ଗସ୍ତ କରିବାକୁ ଇଚ୍ଛା ପ୍ରକଟ କରୁ ନାହାନ୍ତି।

୧୯୯୬ରେ ଅନ୍ତିମ ଥର ଆଇସିସି ଇଭେଣ୍ଟ ଆୟୋଜନ କରିଥିଲା ପାକିସ୍ତାନ। ସେତେବେଳେ ଶ୍ରୀଲଙ୍କା ସହ ମିଶି ପାକିସ୍ତାନ ବିଶ୍ୱକପ୍‌ ଆୟୋଜନ କରିଥିଲା। ୨୦୦୯ରେ ଶ୍ରୀଲଙ୍କା କ୍ରିକେଟ ଦଳର ବସ ଉପରେ ଆତଙ୍କବାଦୀ ଆକ୍ରମଣ ପରଠାରୁ ୨୦୧୯ ପର୍ଯ୍ୟନ୍ତ ଦେଶରେ ଟେଷ୍ଟ କ୍ରିକେଟ ଦୂରେଇ ଯାଇଥିଲା।

ଗତ ବର୍ଷ ଟି୨୦ ବିଶ୍ୱକପ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଓ ଇଂଲଣ୍ଡ ସୁରକ୍ଷା ଗତ କାରଣ ଦର୍ଶାଇ ପାକିସ୍ତାନ ଗସ୍ତରୁ ଓହରି ଯାଇଥିଲେ। କିନ୍ତୁ ଅଷ୍ଟ୍ରେଲିଆ ଦଳର ଗସ୍ତ ଏବେ ଟ୍ରାକରେ ଥିବା ଭଳି ଅନୁଭବ ହେଉଛି। ଅଷ୍ଟ୍ରେଲିଆ କ୍ରିକେଟ(ସିଏ)ର ଜାତୀୟ ଚୟନକର୍ତ୍ତା ଜର୍ଜ ବେଲି ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି।

“ସିଏ ପାକିସ୍ତାନ ଗସ୍ତ ଉପରେ ଏବେ ଛୋଟ ଛୋଟ କାମ କରୁଛି। ଏସବୁ ଶେଷ ହେଲା ପରେ ଗସ୍ତ ଲାଗି ଦଳ ଘୋଷଣା କରାଯିବ। ଏପର୍ଯ୍ୟନ୍ତ ସବୁ କିଛି ଠିକ୍‌ ଚାଲିଛି” ବୋଲି ବେଲି କହିଛନ୍ତି। ଅନ୍ତିମ ଥର ୧୯୯୮ରେ ମାର୍କ ଟେଲରଙ୍କ ନେତୃତ୍ୱରେ ଅଷ୍ଟ୍ରେଲିଆ ଦଳ ପାକିସ୍ତାନ ଗସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?