Posted inଖେଳ

ଭାରତ ବିପକ୍ଷ ଶେଷ ଟେଷ୍ଟ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା: ବାଦ୍‌ ପଡ଼ିଲେ ମିଚେଲ ମାର୍ଶ

ସିଡନୀ,୨।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫି ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ଅଛି। ସିରିଜର ଚାରୋଟି ଟେଷ୍ଟ ମ୍ୟାଚ ଖେଳାଯାଇଛି। ବର୍ତ୍ତମାନ ପଞ୍ଚମ ତଥା ଶେଷ ଟେଷ୍ଟ ମ୍ୟାଚ ଜାନୁଆରୀ ୩ ତାରିଖରୁ ଖେଳାଯିବ। ଏହି ଟେଷ୍ଟ ପାଇଁ ଅଷ୍ଟ୍ରେଲିଆ ଏକାଦଶ ଖେଳିବାକୁ ଘୋଷଣା କରିଛି।

ପଞ୍ଚମ ଟେଷ୍ଟରୁ ଷ୍ଟାର ଅଲରାଉଣ୍ଡର ମିଚେଲ ମାର୍ଶଙ୍କୁ ବାଦ୍‌ ଦିଆଯାଇଛି। ସେ ଏହି ସିରିଜରେ ଉଭୟ ବଲ ଏବଂ ବ୍ୟାଟ ସହିତ ଫ୍ଲପ ହୋଇଥିଲେ। ଭାରତ ବିପକ୍ଷ ସାମ୍ପ୍ରତିକ ସିରିଜର ୪ଟି ମ୍ୟାଚରେ ସେ ହାରାହାରି ୧୦.୪୩ରେ ୭୩ ରନ ସ୍କୋର କରିବାରେ ସକ୍ଷମ ହୋଇଛନ୍ତି। ବର୍ଡର-ଗାଭାସ୍କର ଟ୍ରଫିର ୬ଟି ଇନିଂସରେ ବୋଲିଂ କରି ସେ ମାତ୍ର ୩ ଉଇକେଟ ନେଇଥିଲେ।

୩୧ ବର୍ଷୀୟ ଅଲରାଉଣ୍ଡର ବିୟୁ ଓ୍ବେଷ୍ଟର୍‌ ଅଷ୍ଟ୍ରେଲିଆ ପାଇଁ ପଞ୍ଚମ ଟେଷ୍ଟରେ ଡେବ୍ୟୁ କରିବେ। ସାଢେ ଛଅ ଫୁଟ ଉଚ୍ଚର ଓ୍ବେଷ୍ଟର୍‌ ଏପର୍ଯ୍ୟନ୍ତ ବ୍ୟାଟିଂ ହାରାହାରି ୩୭.୮୩ରେ ୯୩ ପ୍ରଥମ ଶ୍ରେଣୀ ମ୍ୟାଚ ରେ ୫,୨୯୭ ରନ ସଂଗ୍ରହ କରିଛନ୍ତି । ତାଙ୍କର ପ୍ରଥମ ଶ୍ରେଣୀ କ୍ୟାରିୟରରେ ତାଙ୍କ ନାମରେ ୧୨ ଶତକ ଏବଂ ୨୪ ଅର୍ଦ୍ଧଶତକ ଅଛି। ସେ ତାଙ୍କ ଡାହାଣ ହାତରେ ମଧ୍ୟମ ଗତି ବୋଲିଂ କରି ଏପର୍ଯ୍ୟନ୍ତ ୧୪୮ ଉଇକେଟ ନେଇଛନ୍ତି।
ପଞ୍ଚମ ଟେଷ୍ଟ ପାଇଁ ଅଷ୍ଟ୍ରେଲିଆର ପ୍ଲେଇଙ୍ଗ-୧୧ ସାମ କନଷ୍ଟାସ, ଉସମାନ ଖ୍ବାଜା, ମାର୍ନସ ଲାବୁସାଗ୍ନେ, ଷ୍ଟିଭ ସ୍ମିଥ, ଟ୍ରାଭିସ ହେଡ, ବିଉ ଓ୍ବେଷ୍ଟର୍‌, ଆଲେକ୍ସ କେରି (ଉଇକେଟ କିପର), ପ୍ୟାଟ କମିନ୍ସ (ଅଧିନାୟକ), ନାଥାନ ଲିଅନ, ମିଚେଲ ଷ୍ଟାର୍କ ଏବଂ ସ୍କଟ ବୋଲାଣ୍ଡ।


Enter your email to get our daily news in your inbox.

All Right Reserved By Dharitri.Com

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ଚଳିତ ବର୍ଷର ଅଧିକ ପାଣି ବଂଶଧାରାରେ

ଗୁଡ଼ାରି, ୧୧।୯ (ପ୍ରମୋଦ କୁମାର ପତି): ଗୁଡ଼ାରି ବଂଶଧାରା ନଦୀରେ ଶୁକ୍ରବାର ଚଳିତ ବର୍ଷର ସର୍ବାଧିକ ଜଳ ପ୍ରବାହ ଦେଖିବାକୁ ମିଳିଛି। ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷା…

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟରେ ୧୪ ତମ  ବନ ସହିଦ୍ ଦିବସ ପାଳିତ: ବଳିଦାନ ଦେଇଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ …

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟ ରେ ୧୪ ତମ ବନ ସହିଦ୍ ଦିବସ ପାଳିତ ; * ବଳିଦାନ କରିଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ କରାଗଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?