Posted inଖେଳ

୧୮୮ ରନ୍‌ରେ ଅଟକିଲା ଅଷ୍ଟ୍ରେଲିଆ

ମୁମ୍ବାଇ,୧୭ା୩: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଶୁକ୍ରବାର ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ଅଷ୍ଟ୍ରେଲିଆ ୧୮୮ ରନ୍‌ କରି ଅଲ୍‌ଆଉଟ ହୋଇଯାଇଛି। ଫଳରେ ଭାରତ ଆଗରେ ୧୮୯ ରନ୍‌ର ବିଜୟ ଟାଗେର୍ଟ ରଖିଛି ଅଷ୍ଟ୍ରେଲିଆ। ଭାରତର ଅଧିନାୟକ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ଅଷ୍ଟ୍ରେଲିଆ ବ୍ୟାଟିଂ ଆରମ୍ଭ କରିଥିଲା। ହେଲେ ଭାରତୀୟ ବୋଲରଙ୍କ ଦମ୍‌ଦାର ବୋଲିଂ ଯୋଗୁ ଆରମ୍ଭରୁ ଅଷ୍ଟ୍ରେଲିଆ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଫଳରେ ଅଷ୍ଟ୍ରେଲିଆ ୩୫.୪ ଓଭରରେ ୧୮୮ ରନ୍‌ କରି ଅଲ୍‌ଆଉଟ ହୋଇଯାଇଥିଲା। ମିଚେଲ ମାର୍ଶ ୬୫ ବଲ୍‌ରେ ଦଳ ପାଇଁ ସର୍ବାଧିକ ୮୧ ରନ୍‌ କରିଥିଲେ। ସେହିପରି ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ୍‌ ସ୍ମିଥ୍‌ ୨୨ ରନ୍‌ କରିଥିବା ବେଳେ ଜୋସ ଇଂଗ୍ଲିଶ ୨୬ ରନ୍‌ କରିବାରେ ସକ୍ଷମ ହୋଇଥିଲେ। ମାର୍ନସ ଲାବୁସାଗ୍ନେ ୧୫ ରନ୍‌ କରିଥିବା ବେଳେ କ୍ୟାମେରନ ଗ୍ରୀନ ୧୫ ରନ୍‌ କରିଥିଲେ। ଅନ୍ୟ ଖେଳାଳି ଏକ ଅଙ୍କ ବିଶିଷ୍ଟ ରନ୍‌ରେ ରହିଯାଇଥିଲେ। ଫଳରେ ଅଷ୍ଟ୍ରେଲିଆ ୧୮୮ ରନ୍‌ରେ ଅଟକି ଯାଇଥିଲା।
ଭାରତର ମହମ୍ମଦ ସିରାଜ ୩ଟି ଉଇକେଟ ଅକ୍ତିଆର କରିଥିବା ବେଳେ ମହମ୍ମଦ ଶାମି ମଧ୍ୟ ୩ଟି ଉଇକେଟ ନେବାରେ ସକ୍ଷମ ହୋଇଥିଲେ। ସେହିପରି ରବୀନ୍ଦ୍ର ଜାଡେଜା ୨ ଉଇକେଟ ନେଇଥିବା ବେଳେ କୁଲଦୀପ ଯାଦବ ଓ ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ଲେଖାଏଁ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?