Posted inଖେଳ

ଟି-୨୦ ବିଶ୍ୱକପ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା: ଜାଣନ୍ତୁ ଦଳରେ କାହାକୁ ମିଳିଲା ସ୍ଥାନ

ସିଡନୀ,୧।୫: ଅଷ୍ଟ୍ରେଲିଆ ମଧ୍ୟ ଟି-୨୦ ବିଶ୍ୱକପ ୨୦୨୪ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ବିଶ୍ୱକପ୍‌ରେ ଦଳ ଅନ୍ତର୍ଜାତୀୟ ଟି-୨୦ ଅଧିନାୟକ ମିଚେଲ ମାର୍ଶଙ୍କ ଅଧିନାୟକତ୍ୱ ଅଧୀନରେ ପଡ଼ିଆକୁ ଓହ୍ଲାଇବ। ଏହିପରି ଅନେକ ଖେଳାଳି ଦଳରେ ସ୍ଥାନ ପାଇଛନ୍ତି, ଯେଉଁମାନେ ଆଜିକାଲି ଭାରତରେ ଖେଳାଯାଉଥିବା ଆଇପିଏଲ ୨୦୨୪ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି।
ଟ୍ରାଭିସ ହେଡ ଏବଂ ଗ୍ଲେନ ମ୍ୟାକ୍ସୱେଲଙ୍କ ଭଳି ଷ୍ଟାର ଖେଳାଳିଙ୍କୁ ଦଳରେ ସାମିଲ କରାଯାଇଛି। ଏହା ବ୍ୟତୀତ ଦଳର ଟେଷ୍ଟ ଏବଂ ଦିନିକିଆ ଅଧିନାୟକ ପ୍ୟାଟ କମିନ୍ସଙ୍କୁ ମଧ୍ୟ ଦଳର ଏକ ଅଂଶ କରାଯାଇଛି। ପ୍ୟାଟ କମିନ୍ସ ବର୍ତ୍ତମାନ ଆଇପିଏଲ ୨୦୨୪ରେ ସନରାଇଜର୍ସ ହାଇଦ୍ରାବାଦର ଅଧିନାୟିକତ୍ୱ କରୁଛନ୍ତି।
୨୦୨୧ରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆ ଚାମ୍ପିୟନ ହୋଇଥିଲା। ଏଥର ମଧ୍ୟ ଅଷ୍ଟ୍ରେଲିଆ ଟାଇଟଲ ଜିତିବା ପାଇଁ ଏକ ଶକ୍ତିଶାଳୀ ପ୍ରତିଦ୍ୱନ୍ଦ୍ୱୀ ହେବ। ଏହି ଟୁର୍ନାମେଣ୍ଟ ପାଇଁ ଦଳର ଅଧିକାଂଶ ଅଭିଜ୍ଞ ଖେଳାଳିଙ୍କ ଉପରେ ବୋର୍ଡ ଆତ୍ମବିଶ୍ୱାସ ପ୍ରକାଶ କରିଛି। ଆଇପିଏଲ ୨୦୨୪ରେ ବିସ୍ଫୋରକ ଇନିଂସ ଖେଳୁଥିବା ଅଷ୍ଟ୍ରେଲିଆ ଜ୍ୟାକ ଫ୍ରେଜର ମ୍ୟାକଗର୍କଙ୍କୁ ଦଳରେ ସାମିଲ କରିଛନ୍ତି।
ଟି-୨୦ ବିଶ୍ୱକପ ପାଇଁ ଅଷ୍ଟ୍ରେଲିଆ ଦଳ
ମିଚେଲ ମାର୍ଶ (ଅଧିନାୟକ), ପ୍ୟାଟ କମିନ୍ସ, ଆଷ୍ଟନ ଅଗର, ଟିମ ଡେଭିଡ, ନାଥାନ ଏଲିସ, କ୍ୟାମେରନ ଗ୍ରୀନ, ଜୋସ ହାଜଲେଉଡ, ଟ୍ରାଭିସ ହେଡ, ଜୋସ ଇଂଲିସ, ଗ୍ଲେନ ମ୍ୟାକ୍ସୱେଲ, ମିଚେଲ ଷ୍ଟାର୍କ, ମାର୍କସ ଷ୍ଟୋଇନିସ, ମାଥ୍ୟୁ ୱେଡ, ଡେଭିଡ ୱାର୍ନର ଏବଂ ଆଡାମ ଜାମ୍ପା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?