Posted inଖେଳ

ଅଷ୍ଟ୍ରେଲିଆ ପଠାଇବ ୪୭୨ ଆଥଲେଟ୍‌

ସିଡ୍‌ନୀ, ୬ା୭ (ଏପି)-ଟୋକିଓ ଅଲିମ୍ପିକ୍ସକୁ ଅଷ୍ଟ୍ରେଲିଆ ୪୭୨ ଆଥଲେଟ୍‌ ପଠାଇବ। ୨୦୦୪ ଏଥେନ୍ସ ଗେମ୍ସ ପରେ କୌଣସି ଅଲିମ୍ପିକ୍ସ ପାଇଁ ଅଷ୍ଟ୍ରେଲିଆର ଏହା ଦ୍ୱିତୀୟ ବୃହତ୍ତମ ଦଳ। ଏହି ଦଳରେ ୨୫୪ ମହିଳା ଓ ୨୧୮ ପୁରୁଷ ଆଥଲେଟ୍‌ ରହିଛନ୍ତି। ଏଥେନ୍ସକୁ ଅଷ୍ଟ୍ରେଲିଆ ୪୮୨ ଆଥଲେଟ୍‌ ପଠାଇଥିଲା। ଅଷ୍ଟ୍ରେଲୀୟମାନେ ଅଲିମ୍ପିକ୍ସରେ ସାମିଲ ୪ ନୂଆ କ୍ରୀଡ଼ା କରାଟେ, ସ୍କେଟବୋର୍ଡିଂ, ସ୍ପୋର୍ଟ କ୍ଲାଇମ୍ବିଂ ଓ ସର୍ଫିଂ ସମେତ ୩୩ଟି କ୍ରୀଡ଼ାରେ ଅଂଶଗ୍ରହଣ କରିବେ। ଇଆନ ଚେଷ୍ଟରମ୍ୟାନ ଦଳର ଚିଫ୍‌ ଡି’ ମିଶନ ରହିଛନ୍ତି। ଅଷ୍ଟ୍ରେଲିଆ ପ୍ରଥମ ଥର ଅଲିମ୍ପିକ୍ସକୁ ୫୩.୫% ସବୁଠାରୁ ଅଧିକ ମହିଳା ଆଥଲେଟ୍‌ ପଠାଇଛି। ପୂର୍ବରୁ ରିଓ ଡି ଜେନିରୋରେ ଦଳରେ ମହିଳା ଆଥଲେଟ୍‌ଙ୍କ ସଂଖ୍ୟା ୫୦.୯୦% ରହିଥିଲା। ଅଷ୍ଟ୍ରେଲୀୟ ପ୍ରତିଯୋଗୀଙ୍କ ମଧ୍ୟରେ ସବୁଠାରୁ ବୟସ୍କ ହେଉଛନ୍ତି ୬୬ ବର୍ଷୀୟା ଅଶ୍ୱାରୋହୀ ମ୍ୟାରି ହାନା। ସେ ଡ୍ରେସେଜ ଇଭେଣ୍ଟରେ ଭାଗ ନେବେ। ଇଭେଣ୍ଟିଂରେ ଭାଗ ନେବାକୁ ଥିବା ଅନ୍ୟଜଣେ ଅଶ୍ୱାରୋହୀ ଆଣ୍ଡ୍ର୍ୟୁ ହଏଙ୍କର ଏହା ହେବ ୮ମ ଅଲିମ୍ପିକ। ଅଷ୍ଟ୍ରେଲିଆର ଆଥଲେଟିକ୍ସରେ ସବୁଠାରୁ ଅଧିକ ୬୩ ପ୍ରତିଯୋଗୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri