Posted inଖେଳ

ଆଇସିସି ସୁପର ଲିଗ୍‌ ଟେବୁଲ ଶୀର୍ଷରେ ଅଷ୍ଟ୍ରେଲିଆ, ଷଷ୍ଠ ସ୍ଥାନରେ ଭାରତ

ଦୁବାଇ,୩।୧୨(ପି.ଟି.): ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ ସୁପର ଦିନିକିଆ ଲିଗ୍‌ ପଏଣ୍ଟ ତାଲିକାରେ ଅଷ୍ଟ୍ରେଲିଆ ଶୀର୍ଷ ସ୍ଥାନ ଅଧିକାର କରିଛି। ସଦ୍ୟ ସମାପ୍ତ ଭାରତ ବିପକ୍ଷ ଦିନିକିଆ ସିରିଜରେ ୨-୧ରେ ବିଜୟୀ ହୋଇ ଅଷ୍ଟ୍ରେଲିଆ ଏହି ସଫଳତା ପାଇଛି। ତେବେ ଭାରତକୁ ଷଷ୍ଠ ସ୍ଥାନରେ ସନ୍ତୁଷ୍ଟ ହେବାକୁ ପଡିଛି।
ଏହି ସିରିଜ ବିଜୟ ସହ ଅଷ୍ଟ୍ରେଲିଆ ୪୦ ପଏଣ୍ଟ ହାସଲ କରି ଇଂଲଣ୍ଡକୁ ପଛରେ ପକାଇଛି। ଇଂଲଣ୍ଡ ଦ୍ୱିତୀୟ ସ୍ଥାନରେ ରହିଛି। ଅପରପକ୍ଷରେ ଅନ୍ତିମ ଦିନିକିଆ ଜିତି ଭାରତ ଟୁର୍ନାମେଣ୍ଟରେ ତା’ର ପ୍ରଥମ ପଏଣ୍ଟ ଜିତି ମୋଟ ୯ ପଏଣ୍ଟ ହାସଲ କରି ଷଷ୍ଠ ସ୍ଥାନରେ ରହିଛି।
ଅଷ୍ଟ୍ରେଲିଆ ପୂର୍ବରୁ ୧୩ ଦଳ ବିଶିଷ୍ଟ ଦିନିକିଆ ଚାମ୍ପିୟନଶିପ୍‌ର ସିରିଜରେ ଇଂଲଣ୍ଡକୁ ୨-୧ରେ ପରାସ୍ତ କରିଥିଲା। ଦିନିକିଆ ଫର୍ମାଟରେ ସଂସ୍କାର ଆଣିବା ପାଇଁ ଚଳିତ ବର୍ଷ ଏହି ଚାମ୍ପିୟନଶିପ୍‌ ଆରମ୍ଭ କରାଯାଇଛି। ଚାମ୍ପିୟନଶିପ୍‌ର ଶ୍ରେଷ୍ଠ ୭ଟି ଦଳ ଆଇସିସି ପୁରୁଷ ଦିନିକିଆ ବିଶ୍ୱକପ୍‌ ଖେଳିବାକୁ ସିଧାସଳଖ ଯୋଗ୍ୟତା ହାସଲ କରିବେ। ଆସନ୍ତା ୨୦୨୩ ବିଶ୍ୱକପ୍‌ ଭାରତରେ ଆୟୋଜନ ହେବ। ତେଣୁ ଆୟୋଜକ ଭାବେ ଭାରତ ଯୋଗ୍ୟତା ହାସଲ କରିବା ସ୍ବାଭାବିକ। ବିଶ୍ୱ ଚାମ୍ପିୟନ ଇଂଲଣ୍ଡ ଆୟର୍ଲାଣ୍ଡକୁ ୨-୧ରେ ପରାସ୍ତ କରିବା ପରେ ୩୦ ପଏଣ୍ଟ ହାସଲ କରିଛି। ଏହି ଚାମ୍ପିୟନଶିପ୍‌ର ପ୍ରାରମ୍ଭିକ ସିରିଜ ଥିଲା। ଏହାପରେ ଅବଶ୍ୟ ଇଂଲଣ୍ଡ ୨-୧ରେ ଅଷ୍ଟ୍ରେଲିଆଠାରୁ ପରାସ୍ତ ହୋଇଥିଲା। ଅନ୍ୟପଟେ ଜିମ୍ବାଓ୍ବେକୁ ପାକିସ୍ତାନ ୨-୧ ପରାସ୍ତ କରିବା ପରେ ୨୦ ପଏଣ୍ଟ ହାସଲ କରିଛି। ସେହିପରି ଅନ୍ତିମ ଦିନିକିଆରେ ପାକିସ୍ତାନକୁ ସୁପର ଓଭରରେ ପରାସ୍ତ କରିବା ପରେ ଜିମ୍ବାଓ୍ବେ ୧୦ ପଏଣ୍ଟ ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri