Posted inଖେଳ

ଅଷ୍ଟ୍ରେଲିଆର ଇଂଲଣ୍ଡ ଟୁର୍‌ ସେପ୍ଟେମ୍ବର ୪ରୁ

ମେଲବୋର୍ନ, ୨୧ା୭ (ପି.ଟି.)-ଅଷ୍ଟ୍ରେଲିଆ କ୍ରିକେଟ ଦଳର ପ୍ରସ୍ତାବିତ ଇଂଲଣ୍ଡ ଟୁର୍‌ ସେପ୍ଟେମ୍ବର ୪ରୁ ଆରମ୍ଭ ହେବ। ଏକ ଦୈନିକ ଖବରକାଗଜ ରିପୋର୍ଟରେ ଏହା ପ୍ରକାଶ ପାଇଛି। ମ୍ୟାଚଗୁଡ଼ିକର ଜୈବ ସୁରକ୍ଷିତ ପରିବେଶ ମଧ୍ୟରେ ଖେଳାଯିବ। ରିପୋର୍ଟ ଅନୁସାରେ ଏହି ଟୁର୍‌ର ଆରମ୍ଭରେ ସେପ୍ଟେମ୍ବର ୪,୬ ଓ ୮ରେ ତିନୋଟି ଅନ୍ତର୍ଜାତୀୟ ଟି୨୦ ଖେଳାଯିବ। ପରେ ସେପ୍ଟେମ୍ବର ୧୦, ୧୨ ଓ ୧୫ ତାରିଖରେ ତିନୋଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ ହେବ। ଅଷ୍ଟ୍ରେଲିଆ ଦଳ ଏକ ଘରୋଇ ଜେଟ୍‌ ବିମାନରେ ୟୁନାଇଟେଡ୍‌ କିଙ୍ଗଡମ୍‌ (ୟୁକେ) ଯିବ। ସମସ୍ତ ୬ଟି ଯାକ ମ୍ୟାଚ ସାଉଥାମ୍ପଟନ ଏବଂ ମାଞ୍ଚେଷ୍ଟରର ଓଲ୍ଡଟ୍ରାଫୋର୍ଡଠାରେ ଖେଳାଯିବ। ଉଭୟ ସାଉଥାମ୍ପଟନ ଏବଂ ମାଞ୍ଚେଷ୍ଟରରେ ରହିଥିବା ଭେନ୍ୟୁ ସହ ହୋଟେଲ ସଂଯୁକ୍ତ ରହିଛି। ଦୁଇ ଦଳର ଖେଳାଳି ଓ ମ୍ୟାଚ ଅଫିସିଆଲ ଏବଂ ବ୍ରଡକାଷ୍ଟରମାନଙ୍କ ରହଣିରେ ସୁବିଧା ରହିଛି। ଏହି ଦୁଇଟି ଗ୍ରାଉଣ୍ଡରେ ବର୍ତ୍ତମାନ ଇଂଲଣ୍ଡ-ଓ୍ବେଷ୍ଟଇଣ୍ଡିଜ ସିରିଜ ଖେଳାଯାଉଛି। କରୋନା ଭାଇରସ୍‌ ମହାମାରୀ ଯୋଗୁ କିଛି ମାସ କ୍ରୀଡ଼ା କାର୍ଯ୍ୟକଳାପକୁ ସ୍ଥଗିତ ଅବା ବାତିଲ ନିଷ୍ପତ୍ତି ପରେ ପ୍ରଥମ ଥର ଅନ୍ତର୍ଜାତୀୟ କ୍ରିକେଟ ଆରମ୍ଭ ହୋଇଛି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ସିରିଜ ଶେଷ ହେବା ପରେ ଘରୋଇ ଦଳ ପାକିସ୍ତାନ ବିପକ୍ଷ ସିରିଜ ଖେଳିବ। ଅଷ୍ଟ୍ରେଲିଆର ଚୟନକର୍ତ୍ତାମାନେ ଗତ ସପ୍ତାହରେ ୨୬ ଜଣିଆ ସମ୍ଭାବ୍ୟ ଖେଳାଳି ତାଲିକା ପ୍ରସ୍ତୁତ କରିଛନ୍ତି। ଏଥିରୁ ଟୁର୍‌ ପାଇଁ ଚୂଡ଼ାନ୍ତ ଦଳ ମନୋନୟନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri