Posted inଖେଳ

ରାଗିଗଲେ କୋହଲି: କହିଲେ, ସବୁ ସୀମା ଟପିଗଲା

ମୁମ୍ବାଇ,୧୦।୧: ସିଡନୀରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ତୃତୀୟ ଟେଷ୍ଟରେ ପଡ଼ିଆରେ ଉପସ୍ଥିତ ଥିବା କିଛି ଦର୍ଶକ ଫିଲ୍ଡିଂ କରୁଥିବା ମହମ୍ମଦ ସିରାଜଙ୍କୁ ଦୁର୍ବ୍ୟବହାର କରିବା ସହିତ ବିଗ ମଙ୍କି ଏବଂ ବ୍ରାଉନ ଡଗ ବୋଲି କହିଥିଲେ। ଏହାକୁ ନେଇ ବିରୋଧ ଆରମ୍ଭ ହୋଇଯାଇଛି। ଦ୍ରୁତ ବୋଲର ମହମ୍ମଦ ସିରାଜଙ୍କ ଉପରେ ଦର୍ଶକଙ୍କ ଏଭଳି ମନ୍ତବ୍ୟକୁ ନେଇ ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଦୃଢ ଆପତ୍ତି ଉଠାଇଛନ୍ତି। ସେ ଟୁଇଟରରେ ନିଜର କ୍ରୋଧ ପ୍ରକାଶ କରିଛନ୍ତି। କୋହଲି କହିଛନ୍ତି, ‘ଜାତିଗତ ମନ୍ତବ୍ୟ ଆଦୌ ଗ୍ରହଣୀୟ ନୁହେଁ। ବ୍ରାଉଣ୍ଡ୍ରୀ ଲାଇନ୍‌ରେ ଏଭଳି ଆଚରଣ ସମସ୍ତ ସୀମା ଟପିଛି। ପଡ଼ିଆରେ ଏହି ଘଟଣା ଦେଖିବା ଦୁଃଖଦାୟକ। ବିରକ୍ତ କୋହଲି କହିଛନ୍ତି ଯେ, ଏହି ବିଷୟକୁ ଗମ୍ଭୀରତାର ସହ ଦେଖିବା ଆବଶ୍ୟକ ଏବଂ ଏହିପରି ଲୋକଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ। ଏହି ଘଟଣା ପରେ ହୋଷ୍ଟ ବୋର୍ଡ କ୍ରିକେଟ ଅଷ୍ଟ୍ରେଲିଆ ମଧ୍ୟ କ୍ଷମା ପ୍ରାର୍ଥନା କରିଛି। ବିସିସିଆଇ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ରେ ଅଭିଯୋଗ କରିଛି। ଆଇସିସି ଜାତିଗତ ନିର୍ଯାତନା ଘଟଣାକୁ ନିନ୍ଦା କରିବା ସହ ଆୟୋଜକ ଦେଶର କ୍ରିକେଟ ବୋର୍ଡରୁ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ମାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଇଭ୍‌ ଇଭେଣ୍ଟରେ ଖସିପଡ଼ିଲା ମୃଣାଳଙ୍କ କାନ ଝୁମୁକା: ଆଉ ତା’ପରେ…ଦେଖନ୍ତୁ Video

ଅଭିନେତ୍ରୀ ମୃଣାଲ ଠାକୁର ରୂପରେ ଯେମିତି, ଅଭିନୟରେ ବି ସେମିତି ନିପୂଣ। ଖୁବ୍‌ କମ୍‌ ଦିନରେ ସେ ଦର୍ଶକଙ୍କ ହୃଦୟରେ ରାଜ୍‌ କରିଛନ୍ତି। ସେ ଏବେ ବଲିଉଡ୍‌ର…

ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍‌ ପଛରେ ପିଟିହେଲା କାର୍‌, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…

ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…

IND vs SA ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ଲାଗିଲା ବଡ଼ ଝଟକା, ଆହତ ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୧।୨: ଲିଗ ପର୍ଯ୍ୟାୟରେ ସମସ୍ତ ଚାରୋଟି ମ୍ୟାଚ ଜିତି T20 World Cup 2026 ର ସୁପର ୮ପର୍ଯ୍ୟାୟରେ ପହଞ୍ଚିଥିବା ଟିମ ଇଣ୍ଡିଆ, ରବିବାର, ଫେବୃଆରୀ ୨୨ରେ…

ଭାରତ-ବ୍ରାଜିଲ ସମ୍ପର୍କରେ ନୂଆ ଅଧ୍ୟାୟ: ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ

ବ୍ରାସିଲିଆ,୨୧।୨: ଭାରତ-ବ୍ରାଜିଲ ସମ୍ପର୍କରେ ଏକ ନୂତନ ଅଧ୍ୟାୟ ଯୋଡି ହୋଇଛି। ଉଭୟ ଦେଶ ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ…

ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ମିଳିଲା ୫୮ କେଜି ସୁନା, ଟଙ୍କା…

ଭୁବନେଶ୍ୱର,୨୧।୨: ଗତବର୍ଷ ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ୧୮ କୋଟି ୫୯ ଲକ୍ଷ ୨୩ ହଜାର ଟଙ୍କା ସଂଗ୍ରହ ହୋଇଥିଲା। ଏନେଇ ବିଧାନସଭାରେ ଆଇନ ମନ୍ତ୍ରୀ ପଥ୍ବୀରଜ ହରିଚନ୍ଦନଙ୍କ…

ଯନ୍ତ୍ରୀ-ଠିକାଦାର ମୁହାଁମୁହିଁ: ଜାତିଆଣ ଟିପ୍ପଣୀ ଧମକ ଦେଇ…

ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ…

ପାକିସ୍ତାନ କୋଚ ମଧ୍ୟ ବାବର ଆଜମଙ୍କୁ ଅପମାନିତ କଲେ? ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୨: ଶନିବାର ପାକିସ୍ତାନ କ୍ରିକେଟ ଦଳ ସୁପର ୮ରେ ନ୍ୟୁଜିଲାଣ୍ଡ ସହିତ ଖେଳୁଛି। ଦଳ ଗ୍ରୁପ ପର୍ଯ୍ୟାୟରେ ଚାରୋଟି ମ୍ୟାଚ ମଧ୍ୟରୁ ତିନୋଟିରେ ବିଜୟୀ ହୋଇଥିଲା, ତଥାପି…

ଅବକାରୀ ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି କାଚ ବୋତଲ ବଦଳରେ ମୋଟା କାଗଜ ଖୋଳରେ ମିଳିବ ମଦ

ଭୁବନେଶ୍ୱର,୨୧ା୨: ଶନିବାର ଗୃହରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ସୂଚନା ଦେଇଛନ୍ତି। ସନାତନ ମହାକୁଡ଼ଙ୍କ ପ୍ରଶ୍ନର ଉତ୍ତରରେ ଅବକାରୀ ମନ୍ତ୍ରୀ ଉତ୍ତର ରଖି କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri