Posted inଖେଳ

ଜାତୀୟ ସଙ୍ଗୀତ ବାଜୁଥିବାବେଳେ ଭୋ ଭୋ ହୋଇ କାନ୍ଦିଲେ ଏହି କ୍ରିକେଟର୍‌

ସିଡନୀ,୭।୧: ସିଡନୀ କ୍ରିକେଟ ଗ୍ରାଉଣ୍ଡରେ (ଏସସିଜି) ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଉଥିବା ତୃତୀୟ ଟେଷ୍ଟ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ସିରାଜ ଜାତୀୟ ସଂଗୀତରେ ଭାବପ୍ରବଣ ହୋଇଥିଲେ। ସିରାଜ ତାଙ୍କ ଭାବନାକୁ ନିୟନ୍ତ୍ରଣ କରିପାରି ନ ଥିଲେ ଏବଂ ତାଙ୍କ ଆଖିରୁ ଲୁହ ବାହାରୁଥିଲା। କ୍ରିକେଟ ଅଷ୍ଟ୍ରେଲିଆର ମହମ୍ମଦ ସିରାଜଙ୍କ ଏହି ଭିଡିଓକୁ ନିଜ ଟୁଇଟର ହ୍ୟାଣ୍ଡେଲରେ ଶେୟାର କରିଛି। ସୂଚନାଯୋଗ୍ୟ,ମହମ୍ମଦ ସିରାଜ ତାଙ୍କର ଦ୍ୱିତୀୟ ଟେଷ୍ଟ ମ୍ୟାଚ ଖେଳୁଛନ୍ତି। ମେଲବୋନର୍ର୍ରେ ସିରାଜ ତାଙ୍କର ଟେଷ୍ଟ ଡେବ୍ୟୁ କରିଥିଲେ। ଅଷ୍ଟ୍ରେଲିଆ ଗସ୍ତ ସମୟରେ ତାଙ୍କ ପିତାଙ୍କର ମୃତ୍ୟୁ ହୋଇଥିଲା, କିନ୍ତୁ ସେ ଭାରତକୁ ଫେରିପାରି ନ ଥିଲେ। ଆଘାତ କାରଣରୁ ଟିମ ଇଣ୍ଡିଆରୁ ବାହାରିଥିବା ମହମ୍ମଦ ଶାମିଙ୍କ ସ୍ଥାନରେ ଦ୍ରୁତ ବୋଲର ମହମ୍ମଦ ସିରାଜଙ୍କୁ ଡେବ୍ୟୁ କରିବାର ସୁଯୋଗ ମିଳିଥିଲା। ମେଲବୋନର୍ର୍ରେ ସିରାଜ ମୋଟ ୫ଟି ଉଇକେଟ ନେଇଥିଲେ। ୨୦୧୩ରେ ମହମ୍ମଦ ଶାମିଙ୍କ ପରେ ସେ ପ୍ରଥମ ଭାରତୀୟ ବୋଲର ହୋଇଥିଲେ ଯିଏକି ତାଙ୍କର ପ୍ରଥମ ମ୍ୟାଚରେ ୫ଟି ଉଇକେଟ ନେଇଥିଲେ। ୨୦୧୩ରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଶାମି ୯ ଉଇକେଟ ନେଇଥିଲେ। ହାରାହାରି ୨୩.୪୪ରେ ୩୮ଟି ପ୍ରଥମ ଶ୍ରେଣୀ ମ୍ୟାଚ ରେ ସିରାଜ ୧୫୨ ଉଇକେଟ ନେଇଛନ୍ତି। ଅଷ୍ଟ୍ରେଲିଆରେ କରୋନା ପ୍ରୋଟୋକଲ ହେତୁ ମହମ୍ମଦ ସିରାଜ ଶେଷ ମୁହୂର୍ତ୍ତରେ ମଧ୍ୟ ତାଙ୍କ ପିତାଙ୍କୁ ଦେଖା କରିବାକୁ ଭାରତ ଆସିପାରି ନ ଥିଲେ। ପିତାଙ୍କ ମୃତ୍ୟୁ ସତ୍ତ୍ୱେ ପରିବାରଠାରୁ ଦୂରରେ ଥିବା ଭାରତୀୟ ଦ୍ରୁତ ବୋଲର ମହମ୍ମଦ ସିରାଜ କହିଛନ୍ତି ଯେ, ଅଧିନାୟକ ବିରାଟ କୋହଲିଙ୍କ ଶକ୍ତିଶାଳୀ ହେବାକୁ ପରାମର୍ଶ ତାଙ୍କୁ ଅଷ୍ଟ୍ରେଲିଆ ବିପକ୍ଷ କଡ଼ା ସିରିଜ ପ୍ରସ୍ତୁତିରେ ବହୁତ ସାହାଯ୍ୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri