Posted inଖେଳ

ଅଷ୍ଟ୍ରେଲିଆ- ଓ୍ବେଷ୍ଟଇଣ୍ଡିଜ୍‌ ଟି୨୦ ସିରିଜ ସ୍ଥଗିତ

ମେଲବୋର୍ନ, ୪।୮(ପି.ଟି.): ଆସନ୍ତା ଅକ୍ଟୋବରରେ ଅଷ୍ଟ୍ରେଲିଆ- ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଖେଳାଯିବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜକୁ ସ୍ଥଗିତ ରଖାଯାଇଛି। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ ମଙ୍ଗଳବାର ସୂଚନା ଦେଇଛି। ଟି୨୦ ବିଶ୍ୱକପ୍‌ ପୂର୍ବରୁ ଏହାକୁ ଏକ ଓ୍ବାର୍ମଅପ୍‌ ସିରିଜ ବୋଲି ବିବେଚନା କରାଯାଉଥିଲା। ତେବେ କୋଭିଡ୍‌-୧୯ ମହାମାରୀ କାରଣରୁ ଟି୨୦ ବିଶ୍ୱକପ୍‌କୁ ସ୍ଥଗିତ ରଖାଯାଇଛି। ଫଳରେ ଦୁଇ ଦେଶର ବୋର୍ଡ ଏହି ସିରିଜକୁ ମଧ୍ୟ ସ୍ଥଗିତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସିରିଜ୍‌ର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ମ୍ୟାଚ୍‌ ଗୁଡିକ ଯଥାକ୍ରମେ ଅକ୍ଟୋବର ୪, ୬ ଓ ୯ ତାରିଖରେ ଟାଉନ୍ସଭିଲେ, କେନର୍‌ସ ଓ ଗୋଲ୍ଡ କୋଷ୍ଟରେ ଖେଳାଯିବାର କାର୍ଯ୍ୟକ୍ରମ ଥିଲା।
ସିରିଜ ସ୍ଥଗିତ ରଖିବା ନେଇ କ୍ରିକେଟ ଅଷ୍ଟ୍ରେଲିଆ ଟୁଇଟ୍‌ କରି ସୂଚନା ଦେଇଛି। ବର୍ତ୍ତମାନ ଏହି ସିରିଜ ୨୦୨୧ କିମ୍ବା ୨୦୨୨ରେ ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ବିଶ୍ୱକପ୍‌ ପୂର୍ବରୁ ଖେଳାଯିବ। ଏବେ ଦୁଇ ଦେଶର ତାରକା ତଥା ଆଗଧାଡ଼ିର ଖେଳାଳିମାନେ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ସେପ୍ଟେମ୍ବର ୧୯ ଓ ନଭେମ୍ବର ୧୦ ତାରିଖ ମଧ୍ୟରେ ଖେଳାଯିବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଅଂଶଗ୍ରହଣ କରିବେ।
ପୁଣି ରବିବାରଠାରୁ ଆରମ୍ଭ ହେବାକୁ ଥିବା ଜିମ୍ବାଓ୍ବେ ବିପକ୍ଷରେ ଅଷ୍ଟ୍ରେଲିଆର ଦିନିକିଆ ସିରିଜ୍‌କୁ ମଧ୍ୟ ଘୁଞ୍ଚାଇଦିଆଯାଇଛି। ସେପ୍ଟେମ୍ବରରେ ଅଷ୍ଟ୍ରେଲିଆ ଇଂଲଣ୍ଡ ଗସ୍ତରେ ଯାଇ ଏକ ସୀମିତ ଓଭର ସିରିଜ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହା ଆୟୋଜନ ହେଉଛି କି ନା ତାହା ଦେଖିବାକୁ ବାକି ରହିଲା। ଗତ ସପ୍ତାହରେ ଆଇପିଏଲ୍‌କୁ ଦୃଷ୍ଟିରେ ରଖି ଦକ୍ଷିଣ ଆଫ୍ରିକା ତା’ର ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତକୁ ବାତିଲ କରିଥିଲା। ଏହି ଗସ୍ତରେ ଦକ୍ଷିଣ ଆଫ୍ରିକା ଓ୍ବେଷ୍ଟଇଣ୍ଡିଜ୍‌ରେ ୨ଟି ଟେଷ୍ଟ କିମ୍ବା ୫ଟି ୨୦ ମ୍ୟାଚ୍‌ ଖେଳିବାର କାର୍ଯ୍ୟକ୍ରମ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri