Posted inଖେଳ

ଅଷ୍ଟ୍ରେଲିଆ- ଓ୍ବେଷ୍ଟଇଣ୍ଡିଜ୍‌ ଟି୨୦ ସିରିଜ ସ୍ଥଗିତ

ମେଲବୋର୍ନ, ୪।୮(ପି.ଟି.): ଆସନ୍ତା ଅକ୍ଟୋବରରେ ଅଷ୍ଟ୍ରେଲିଆ- ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଖେଳାଯିବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜକୁ ସ୍ଥଗିତ ରଖାଯାଇଛି। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ ମଙ୍ଗଳବାର ସୂଚନା ଦେଇଛି। ଟି୨୦ ବିଶ୍ୱକପ୍‌ ପୂର୍ବରୁ ଏହାକୁ ଏକ ଓ୍ବାର୍ମଅପ୍‌ ସିରିଜ ବୋଲି ବିବେଚନା କରାଯାଉଥିଲା। ତେବେ କୋଭିଡ୍‌-୧୯ ମହାମାରୀ କାରଣରୁ ଟି୨୦ ବିଶ୍ୱକପ୍‌କୁ ସ୍ଥଗିତ ରଖାଯାଇଛି। ଫଳରେ ଦୁଇ ଦେଶର ବୋର୍ଡ ଏହି ସିରିଜକୁ ମଧ୍ୟ ସ୍ଥଗିତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସିରିଜ୍‌ର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ମ୍ୟାଚ୍‌ ଗୁଡିକ ଯଥାକ୍ରମେ ଅକ୍ଟୋବର ୪, ୬ ଓ ୯ ତାରିଖରେ ଟାଉନ୍ସଭିଲେ, କେନର୍‌ସ ଓ ଗୋଲ୍ଡ କୋଷ୍ଟରେ ଖେଳାଯିବାର କାର୍ଯ୍ୟକ୍ରମ ଥିଲା।
ସିରିଜ ସ୍ଥଗିତ ରଖିବା ନେଇ କ୍ରିକେଟ ଅଷ୍ଟ୍ରେଲିଆ ଟୁଇଟ୍‌ କରି ସୂଚନା ଦେଇଛି। ବର୍ତ୍ତମାନ ଏହି ସିରିଜ ୨୦୨୧ କିମ୍ବା ୨୦୨୨ରେ ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ବିଶ୍ୱକପ୍‌ ପୂର୍ବରୁ ଖେଳାଯିବ। ଏବେ ଦୁଇ ଦେଶର ତାରକା ତଥା ଆଗଧାଡ଼ିର ଖେଳାଳିମାନେ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ସେପ୍ଟେମ୍ବର ୧୯ ଓ ନଭେମ୍ବର ୧୦ ତାରିଖ ମଧ୍ୟରେ ଖେଳାଯିବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଅଂଶଗ୍ରହଣ କରିବେ।
ପୁଣି ରବିବାରଠାରୁ ଆରମ୍ଭ ହେବାକୁ ଥିବା ଜିମ୍ବାଓ୍ବେ ବିପକ୍ଷରେ ଅଷ୍ଟ୍ରେଲିଆର ଦିନିକିଆ ସିରିଜ୍‌କୁ ମଧ୍ୟ ଘୁଞ୍ଚାଇଦିଆଯାଇଛି। ସେପ୍ଟେମ୍ବରରେ ଅଷ୍ଟ୍ରେଲିଆ ଇଂଲଣ୍ଡ ଗସ୍ତରେ ଯାଇ ଏକ ସୀମିତ ଓଭର ସିରିଜ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହା ଆୟୋଜନ ହେଉଛି କି ନା ତାହା ଦେଖିବାକୁ ବାକି ରହିଲା। ଗତ ସପ୍ତାହରେ ଆଇପିଏଲ୍‌କୁ ଦୃଷ୍ଟିରେ ରଖି ଦକ୍ଷିଣ ଆଫ୍ରିକା ତା’ର ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତକୁ ବାତିଲ କରିଥିଲା। ଏହି ଗସ୍ତରେ ଦକ୍ଷିଣ ଆଫ୍ରିକା ଓ୍ବେଷ୍ଟଇଣ୍ଡିଜ୍‌ରେ ୨ଟି ଟେଷ୍ଟ କିମ୍ବା ୫ଟି ୨୦ ମ୍ୟାଚ୍‌ ଖେଳିବାର କାର୍ଯ୍ୟକ୍ରମ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri